ETV Bharat / state

ସାମ୍ବାଦିକ ଉପରେ ବାରମ୍ବାର ଆକ୍ରମଣ ନିନ୍ଦନୀୟ: ସୌମ୍ୟ ରଞ୍ଜନ - ସାମ୍ବାଦିକଙ୍କୁ ର୍ଦୁବ୍ୟବହାର ପ୍ରସଙ୍ଗ

ସାମ୍ବାଦିକଙ୍କୁ ର୍ଦୁବ୍ୟବହାର ପ୍ରସଙ୍ଗ । ସାମ୍ବାଦିକଙ୍କ ଉପରେ ବାରମ୍ବାର ହେଉଥିବା ଆକ୍ରମଣକୁ ନିନ୍ଦନୀୟ କହିଲେ ଖଣ୍ଡପଡା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଖୋର୍ଦ୍ଧା
author img

By

Published : Jul 21, 2019, 7:30 PM IST

ଖୋର୍ଦ୍ଧା: କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ପୋଲିସର ର୍ଦୁବ୍ୟବହାର ଘଟଣାକୁ ନେଇ ଚାରିଆଡେ ଅସନ୍ତୋଷ ପ୍ରକାଶ ପାଇଛି । ରାଜ୍ୟବ୍ୟାପୀ ଏହି ଘଟଣାକୁ ସାମ୍ବାଦିକ ସଂଘ ତୀବ୍ର ନିନ୍ଦା କରିବା ସହ ବିକ୍ଷୋଭ ଜାରି ରଖିଛନ୍ତି । ସାମ୍ବାଦିକଙ୍କ ଉପରେ ଆକ୍ରମଣ ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି ଖଣ୍ଡପଡା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ । ସେ କହିଛନ୍ତି ସାମ୍ବାଦିକଙ୍କ ଉପରେ ବାରମ୍ବାର ହେଉଥିବା ଆକ୍ରମଣ ନିନ୍ଦନୀୟ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଖୋର୍ଦ୍ଧା

ଖୋର୍ଦ୍ଧାରେ ସମ୍ମିଳିତ କର୍ମଜୀବୀ ସାମ୍ବାଦିକ ସଂଘ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ଆଲୋଚନା ଚକ୍ରରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଦେଇ ସେ ଏଭଳି ମନ୍ତବ୍ୟ ଦେଇଛନ୍ତି । ଅନ୍ୟପଟେ ଏହି ସମ୍ମିଳନୀରେ ଜଟଣୀ ବିଧାୟକ ସୁର ରାଉତରାୟ ଯୋଗ ଦେଇ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି ।

ତେବେ ଆଗକୁ ସାମ୍ବାଦିକ ମାନଙ୍କ ସୁରକ୍ଷା ପାଇଁ ବିଧାନ ସଭାରେ ଦାବି ଉପସ୍ଥାପନ କରିବେ ବୋଲି ଖୋର୍ଦ୍ଧା ଓ ବେଗୁନିଆ ବିଧାୟକ କହିଛନ୍ତି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

Intro:Body:

blank

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.