ETV Bharat / state

ମମିତା ପରିବାରକୁ ନ୍ୟାୟ ଦାବିରେ ଖୋର୍ଦ୍ଧା ଜିଲ୍ଲା କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

author img

By

Published : Oct 26, 2021, 5:51 PM IST

ମମିତା ମେହେର ହତ୍ୟା ଘଟଣାକୁ ନେଇ ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଅଧିକ ପଢନ୍ତୁ...

Khurdha district congress protest on mamita meher murder case
ମମିତା ପରିବାରକୁ ନ୍ୟାୟ ଦାବିରେ ଖୋର୍ଦ୍ଧା ଜିଲ୍ଲା କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ଖୋର୍ଦ୍ଧା: ମମିତା ମେହେର ହତ୍ୟା ଘଟଣାରେ ମନ୍ତ୍ରୀଙ୍କ ଗିରଫ ଦାବିରେ କଂଗ୍ରେସର ବିକ୍ଷୋଭ। ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ ପକ୍ଷରୁ ମମିତା ପରିବାରକୁ ନ୍ୟାୟ ଦାବିରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।

ମଙ୍ଗଳବାର ଖୋର୍ଦ୍ଧା ଜିଲ୍ଲାର ଶତାଧିକ କଂଗ୍ରେସ କର୍ମୀ , ଯୁବ କଂଗ୍ରେସ, ଛାତ୍ର କଂଗ୍ରେସ, ମହିଳା କଂଗ୍ରେସର କର୍ମକର୍ତ୍ତା ନୂଆ ବସଷ୍ଟାଣ୍ଡରୁ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ। ଏହା ପରେ ନୂଆ ବସଷ୍ଟାଣ୍ଡ ଛକରେ ବସି ପ୍ରତିବାଦ କରିଛନ୍ତି। କଳାହାଣ୍ଡି ମହାଲିଙ୍ଗ ସନସାଇନ ସ୍କୁଲର ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ କଠୋର ଦଣ୍ଡ ସହ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବି କରିଛନ୍ତି । ଦଳର ଶତାଧିକ କଂଗ୍ରେସ କର୍ମୀ ଓ ନେତା ସାମିଲ ହୋଇଥିଲେ । ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ସହ ସିବିଆଇ ତଦନ୍ତ ଦାବି କରିଛନ୍ତି ଜଟଣୀ ବିଧାୟକ ସୁର ରାଉତରାୟ ।

ସେହିପରି ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ରାଜ୍ଯ ମହିଳା କଂଗ୍ରେସର ସଭାନେତ୍ରୀ ବନ୍ଦିତା ପରିଡା ରାଜ୍ୟରେ ମହିଳାଙ୍କ ସୁରକ୍ଷା ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ । ରାଜ୍ୟ ସରକାରଙ୍କ ସମସ୍ତ ନେତା ମନ୍ତ୍ରୀ ସାମିଲ ହୋଇଛନ୍ତି କିନ୍ତୁ କାହାକୁ ମଧ୍ୟ ଏହି ଘଟଣାରେ ତଦନ୍ତର ପରିସର ଭୁକ୍ତ କରାଯାଉନାହିଁ । ଏହି ଘଟଣାରେ ସଂପୃକ୍ତ ମନ୍ତ୍ରୀଙ୍କୁ ଇସ୍ତଫା ସହ ମୁଖ୍ୟ ଅଭିଯୁକ୍ତକୁ ଫାଶୀଦଣ୍ଡ ଦିଆଯାଉ ବୋଲି ଦାବି କରିଛନ୍ତି । ଏକ ଦାବି ପତ୍ର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ପ୍ରଦାନ କରିଥିଲେ ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.