ଖୋର୍ଦ୍ଧା: ଜିଲ୍ଲାର ପୌରାଞ୍ଚଳର ଜେମାଦେଇ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ଏଠାରୁ ଶନିବାର ଜଣେ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାପରେ ଉକ୍ତ ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷିତ ହୋଇଛି ।
ଏହା ଅନୁସାରେ ଶନିବାର ସନ୍ଧ୍ୟା 7ଟାରୁ ଆସନ୍ତା 11 ତାରିଖ ସନ୍ଧ୍ୟା 7ଟା ପର୍ଯ୍ୟନ୍ତ ଏହାକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ଏନେଇ ଖୋର୍ଦ୍ଧା ଜିଲ୍ଲାପାଳ ସୂଚନା ଦେଇଛନ୍ତି । ସେହିପରି ଉକ୍ତ ଅଞ୍ଚଳରେ ଥିବା ସମସ୍ତ ସରକାରୀ ଓ ଘରୋଇ ଅନୁଷ୍ଠାନକୁ ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ।
ଘୋଷଣା ହୋଇଥିବା କଣ୍ଟେନମେଣ୍ଟ ଅଞ୍ଚଳକୁ କୌଣସି ବ୍ୟକ୍ତିଙ୍କ ପ୍ରବେଶ ଓ ପ୍ରସ୍ଥାନ ନିଷେଧ ହୋଇଛି । ଏଥିପାଇଁ ବ୍ୟାରିକେଡ କରାଯାଇ ଉକ୍ତ ଅଞ୍ଚଳକୁ ସିଲ କରାଯାଇଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ପଦକ୍ଷେପ ନିଆଯାଇଥିବା ସୂଚନା ରହିଛି ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ