ETV Bharat / state

କୃଷି ଓଡିଶା-୨୦୨୪; 'ମାଆଙ୍କ ସଶକ୍ତିକରଣ ପରିବାରକୁ ନୁହେଁ, ସମାଜକୁ ସଶକ୍ତ କରେ'

author img

By ETV Bharat Odisha Team

Published : Jan 12, 2024, 10:36 PM IST

Krushi Odisha 2024: କୃଷି ଓଡ଼ିଶା ୨୦୨୪ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 'କୃଷି ପ୍ରଗତିରେ ମହିଳା' ବିଷୟବସ୍ତୁ ନେଇ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ କୃଷି ଉଦ୍ୟୋଗ କ୍ଷେତ୍ରରେ ମହିଳାମାନଙ୍କ ଅଧିକ ଭାଗିଦାରୀ ପାଇଁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢ଼ନ୍ତୁ

କୃଷି ଓଡ଼ିଶା ୨୦୨୪
Krushi Odisha 2024
Krushi Odisha 2024

ଭୁବନେଶ୍ଵର: ଜନତା ମୈଦାନରେ ଆରମ୍ଭ ହୋଇଛି 'କୃଷି ଓଡ଼ିଶା ୨୦୨୪' । ଚଳିତ ବର୍ଷ କୃଷି ଓଡ଼ିଶାର ବିଷୟବସ୍ତୁ ରହିଛି 'କୃଷି ପ୍ରଗତିରେ ମହିଳା' । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ବିଭିନ୍ନ ଷ୍ଟଲ ବୁଲି ଦେଖିଛନ୍ତି । କୃଷି ଉଦ୍ୟୋଗ କ୍ଷେତ୍ରରେ ମହିଳାମାନଙ୍କ ଅଧିକ ଭାଗିଦାରୀ ପାଇଁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ କୃଷି ଓଡିଶା ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏ ବର୍ଷର 'କୃଷି ଓଡିଶା' କାର୍ଯ୍ୟକ୍ରମ ରାଜ୍ୟର ମହିଳା ଚାଷୀଙ୍କ ପାଇଁ ସମର୍ପିତ । ଏହା କୃଷି କ୍ଷେତ୍ରରେ ମାଆମାନଙ୍କ ଅବଦାନକୁ ସମ୍ମାନ ଜଣାଇବା ସହ ଏ କ୍ଷେତ୍ରରେ ସେମାନଙ୍କ ଯୋଗଦାନକୁ ଉତ୍ସାହିତ କରିବ । କୃଷି କ୍ଷେତ୍ରରେ ମାଆମାନଙ୍କୁ ଆହୁରି ଆଗକୁ ଯିବାର ସମୟ ଆସିଛି । କୃଷି ଉଦ୍ୟୋଗ କ୍ଷେତ୍ରରେ ସେମାନଙ୍କ ପାଇଁ ବହୁତ ସୁଯୋଗ ଅଛି । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା, ମିଲେଟ ମିଶନ, କଫି ମିଶନ ଆଦି ଅନେକ ଯୋଜନା ଚାଲିଛି । ସେମାନେ ଏହାର ସୁଯୋଗ ନିଅନ୍ତୁ । ମାଆମାନଙ୍କ ସଶକ୍ତିକରଣ କେବଳ ଏକ ପରିବାରକୁ ନୁହେଁ, ବରଂ ସାରା ସମାଜକୁ ସଶକ୍ତ କରେ । ସେମାନଙ୍କର ସଶକ୍ତିକରଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ । ମିଶନ ଶକ୍ତି ଜରିଆରେ ମାଆମାନେ ବିକାଶର ସବୁ କ୍ଷେତ୍ରରେ ସହଭାଗୀ ହୋଇପାରିଛନ୍ତି । ଚାଷୀଙ୍କ ପାଇଁ କାଳିଆ ଯୋଜନା ଏକ ବହୁତ ଭଲ ଯୋଜନା । କାଳିଆ ବୃତ୍ତିର ପରିସରକୁ ଆହୁରି ବ୍ୟାପକ କରାଯାଇଛି । ଏହାଦ୍ବାରା ଆହୁରି ଅଧିକ ଚାଷୀ ପରିବାରର ପିଲା ବୃତ୍ତି ପାଇପାରିବେ । ରାଜ୍ୟର କୃଷି କ୍ଷେତ୍ରର ଅଭିବୃଦ୍ଧିରେ କୃଷି ବିଜ୍ଞାନୀ ତଥା ବିଶେଷଜ୍ଞଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ।" କୃଷିର ଉନ୍ନତି ଓ କୃଷକ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କର ମତାମତ ଓ ପରାମର୍ଶକୁ ସ୍ବାଗତ କରିଛନ୍ତି ।

ଏହା ମଧ୍ୟ ପଢ଼ନ୍ତୁ...BSKY ନବୀନ କାର୍ଡ ଲୋକଙ୍କ ଲାଗି ସଞ୍ଜିବନୀ ସଦୃଶ: ଅମର

ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଭବନ ଏବଂ IMAGEର ନୂଆ କ୍ୟାମ୍ପସ ପାଇଁ ଭିତ୍ତି ରଖିଛନ୍ତି । ଏହି କ୍ୟାମ୍ପସ ଶିରିପୁରରେ ପ୍ରତିଷ୍ଠା କରାଯାଉଛି । ୧୧୩ କୋଟି ଟଙ୍କା ବିନିଯୋଗରେ ନିର୍ମିତ ହେଉଥିବା ଏହି କ୍ୟାମ୍ପସ କୃଷି ସଂପ୍ରସାରଣର କ୍ଷେତ୍ରରେ ଏକ Center of Excellence ଭାବରେ କାମ କରିବ । ସେହିପରି କୃଷି ଉଦ୍ୟୋଗ ଭବନ ନୂଆପଲ୍ଲୀରେ ପ୍ରତିଷ୍ଠା କରାଯାଉଛି । ଏଥିପାଇଁ ୨୮ କୋଟି ଟଙ୍କା ବିନିଯୋଗ କରାଯିବ । କୃଷି ଉଦ୍ୟୋଗ କ୍ଷେତ୍ରରେ ଏହା ରାଜ୍ୟର ଚାଷୀମାନଙ୍କୁ ପ୍ରୋତ୍ସାହନ ଯୋଗାଇଦେବ । ମୁଖ୍ୟମନ୍ତ୍ରୀ ବିଶିଷ୍ଟ କୃଷି ବିଜ୍ଞାନୀ ଡଃ ସ୍ବାତୀ ନାୟକଙ୍କୁ ସମ୍ମାନୀତ କରିଛନ୍ତି । ଏହା ସହିତ ଅଭିନବ କୃଷି ଯନ୍ତ୍ରପାତି ପ୍ରୋତ୍ସାହନ ଯୋଜନାରେ ୧୭ ଜଣ କୃଷକଙ୍କୁ ପୁରସ୍କୃତ ଓ ୧୦ ଜଣ ସଫଳ ମହିଳା ଚାଷୀଙ୍କୁ ସମ୍ମାନିତ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଓଡିଶା ରାଜ୍ୟ ସମବାୟ ବ୍ୟାଙ୍କର କୃଷି ଋଣ ମଡ୍ୟୁଲର ସଫଳ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି । ଏହାଦ୍ବାରା ଚାଷୀମାନେ ଖୁବଶୀଘ୍ର ଓ ସୁବିଧାରେ ଫସଲ ଋଣ ପାଇପାରିବେ । ଆୟୋଜିତ ଏକ କୃଷି ପ୍ରଦର୍ଶନୀକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଛନ୍ତି । କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି, "୧୯୯୯ରେ କୃଷି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବ୍ୟୟ ରାଜ୍ୟ ବଜେଟର ମାତ୍ର ୪.୬୬ ପ୍ରତିଶତ ଥିଲା । ଆଜି ଏହା ୧୧ ପ୍ରତିଶତ ହୋଇଛି । କୃଷି କ୍ଷେତ୍ରରେ ଏହି ବ୍ୟାପକ ବିନିଯୋଗ ଯୋଗୁଁ ଆଜି ରାଜ୍ୟର ସବୁ କ୍ଷେତ୍ରରେ ପ୍ରଗତି ଆସିଛି । କୃଷି କ୍ଷେତ୍ରରେ ମହିଳା ଚାଷୀମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ୧୦୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି ।"

ଏହା ମଧ୍ୟ ପଢ଼ନ୍ତୁ...ଜାନୁଆରୀ ୧୨ରୁ କୃଷି ଓଡ଼ିଶା-୨୦୨୪, ଥିମ 'କୃଷି ପ୍ରଗତିରେ ମହିଳା’

ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଛନ୍ତି, "କ୍ଷେତରୁ ଆରମ୍ଭ କରି ଖାଦ୍ୟ ଥାଳି ପର୍ଯ୍ୟନ୍ତ ମହିଳାମାନେ କୃଷି କ୍ଷେତ୍ରରେ ସେମାନଙ୍କର ବଳିଷ୍ଠ ଯୋଗଦାନ ରଖିଛନ୍ତି । ମହିଳାମାନଙ୍କୁ କୃଷିଭିତ୍ତିକ କାର୍ଯ୍ୟକ୍ରମରେ ପ୍ରୋତ୍ସାହନ ଦିଆଯାଉଛି । ମିଶନ ଶକ୍ତି କାର୍ଯ୍ୟକ୍ରମ ଯୋଗୁଁ ଓଡିଶାର ମହିଳାମାନଙ୍କର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି ହୋଇପାରିଛି ।" କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ କୁମାର ପାଢୀ କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ଦେଇଥିଲେ । କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମ ଚନ୍ଦ୍ର ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ । ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.