ETV Bharat / state

ଚିର ନିଦ୍ରାରେ ସାରସ୍ବତ ସାଧିକା ନିର୍ମଳପ୍ରଭା

author img

By

Published : Feb 7, 2023, 7:03 AM IST

ସାରସ୍ୱତ ସାଧିକା ନିର୍ମଳପ୍ରଭା ନାୟକଙ୍କ ପରଲୋକ । ବାର୍ଦ୍ଧକ୍ୟଜନିତ ସମସ୍ୟା ଯୋଗୁଁ ସେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଅଧିକ ପଢନ୍ତୁ

ନିର୍ମଳପ୍ରଭା ନାୟକଙ୍କ ପରଲୋକ
ନିର୍ମଳପ୍ରଭା ନାୟକଙ୍କ ପରଲୋକ

ଭୁବନେଶ୍ବର: ବିଶିଷ୍ଟ ସାରସ୍ୱତ ସାଧିକା ନିର୍ମଳପ୍ରଭା ନାୟକଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୩ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ନିର୍ମଳପ୍ରଭାଙ୍କ ମୃତ୍ୟୁରେ ସାହିତ୍ୟ, ରାଜନୀତି ଓ ସମାଜସେବା ସହ ଜଡିତ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି । ନିର୍ମଳପ୍ରଭା କିଛି ଦିନ ଧରି ବାର୍ଦ୍ଧକ୍ୟଜନିତ ସମସ୍ୟା ଭୋଗୁଥିଲେ । ୪ ଦିନ ତଳେ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଅବନ୍ନତି ହେବାରୁ ତାଙ୍କୁ ରାଜଧାନୀର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା କରାଯାଉଥିଲା । ଚିକିତ୍ସାଧିନ ଅବସ୍ଥାରେ ସୋମବାର(ଗତକାଲି) ରାତି ପ୍ରାୟ ସାଢେ ୯ଟା ବେଳେ ସେ ଆଖି ବୁଜିଛନ୍ତି ।

ସୋମବାର ରାତିରେ ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ତାଙ୍କର ଦୁଇ ପୁଅ ଓ ତିନି ଝିଅ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ । ସାନ ପୁଅ ଅତନୁ ସବ୍ୟସାଚୀ ନାୟକ ଏବେ ରାଜ୍ୟ ମନ୍ତ୍ରୀମଣ୍ଡଳର ଅନ୍ୟତମ ସଦସ୍ୟ ରହିଛନ୍ତି । ନିର୍ମଳପ୍ରଭା ନାୟକ ପାଟକୁରା ଗାନ୍ଧୀ ଭାବେ ପରିଚିତ ରାଜକିଶୋର ନାୟକଙ୍କର ପତ୍ନୀ । ବିବାହ ପରେ ନିଜ ଚେଷ୍ଟାରେ ପାଠପଢି ସେ ଶିକ୍ଷୟତ୍ରୀ ଭାବେ ୩୫ ବର୍ଷରୁ ଅଧିକ ସମୟ କାର୍ଯ୍ୟକରି ଅବସର ଗ୍ରହଣ କରିଥିଲେ । ତାଙ୍କ ଲିଖିତ 'ସାୟାହ୍ନର ସ୍ମୃତି' ପୁସ୍ତକ ସାହିତ୍ୟ ଏକାଡେମୀ ପୁରସ୍କାର ପାଇଛି । ଏଥିଲାଗି ଏକାଡେମୀ କର୍ତ୍ତୃପକ୍ଷ ସମ୍ମାନ ବାବଦରେ ତାଙ୍କୁ ପ୍ରଦାନ କରିଥିବା ଲକ୍ଷାଧିକ ଟଙ୍କା ସେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଦେଇଥିଲେ ।

ସାୟାହ୍ନର ସ୍ମୃତି ପୁସ୍ତକଟି ତ୍ରିପୁରାର ପୂର୍ବତନ ମୁଖ୍ୟମନ୍ତ୍ରୀ ମାନିକ ସରକାରଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା । ପରବର୍ତ୍ତୀ ସମୟ ଏହି ପୁସ୍ତକଟି ପାଠକୀୟ ଆଦୃତି ଲାଭ କରିବା ଯୋଗୁଁ ତାହାର ଅନେକ ସଂସ୍କରଣ ପ୍ରକାଶ ପାଇଛି । ଏମିତିକି ଏହାର ଇଂରାଜୀ ଅନୁବାଦ ‘ଟୁଇଲାଇଟ୍‍ ମେମୋରିଜ୍‍’ ମଧ୍ୟ ଇତି ମଧ୍ୟରେ ବେଶ ଚର୍ଚ୍ଚିତ ହୋଇଛି । ନିର୍ମଳପ୍ରଭା ନାୟକଙ୍କର ଅନେକ ପୁସ୍ତକ ଇତିମଧ୍ୟରେ ପ୍ରକାଶ ପାଇଛି । ଏହାଛଡା ବିଭିନ୍ନ ପତ୍ର ପତ୍ରିକା ପାଇଁ ସେ ନିୟମିତ ଭାବେ ଲେଖା ଲେଖୁଥିଲେ । ଅସୁରେଶ୍ୱର ଗୋରକ୍ଷଣୀ ସହିତ ସେ ଜଡିତ ଥିଲେ । ସେଠାରେ ଅର୍କମଣ୍ୟ ଗୋମାତାମାନଙ୍କ ସେବାରେ ନିଜ ପେନସନ ପଇସା ସମ୍ପୂର୍ଣ୍ଣ ଭାବେ ବ୍ୟୟ କରୁଥିଲେ । ଏହାଛଡା ବିଭିନ୍ନ ପ୍ରାକୃତିକ ଦୁର୍ବିପାକ ଓ ଅନ୍ୟ ସମୟରେ ମଧ୍ୟ ନିର୍ମଳପ୍ରଭା ନାୟକ ତାଙ୍କ ସେବା କାର୍ଯ୍ୟର ପରାକାଷ୍ଠା ପ୍ରଦର୍ଶନ କରିଯାଇଛନ୍ତି ।

ସର୍ବୋଦୟ ନେତ୍ରୀ ମା ରମାଦେବୀ, ଅନ୍ନପୂର୍ଣ୍ଣା ମହାରଣା ଇତ୍ୟାଦିଙ୍କ ନିକଟ ବଳୟରେ ସେ କାମ କରିବା ସହ ୱର୍ଦ୍ଧା ଓ ସେବାଗ୍ରାମ ଆଶ୍ରମରେ ମଧ୍ୟ ତାଲିମ ନେଇଥିଲେ । ତାଙ୍କ ସ୍ୱାମୀ ସ୍ୱର୍ଗତ ରାଜକିଶୋର ନାୟକ ଦୁଇ ଦୁଇଥର ବିଧାୟକ ଓ ରାଜ୍ୟ ଖଦି ବୋର୍ଡର ଅଧ୍ୟକ୍ଷ ଥିଲେ ମଧ୍ୟ ନିର୍ମଳପ୍ରଭା ନାୟକ କେବେ ହେଲେ ଖଦିବୋର୍ଡ ଗାଡି ବ୍ୟବହାର କରିନଥିଲେ । ଗାନ୍ଧୀ ଆଦର୍ଶରେ ପ୍ରଭାବିତ ହେବା ସହ ନିର୍ମଳପ୍ରଭା ନାୟକ ଠାକୁର ନିଗମାନନ୍ଦଙ୍କ ଆଧ୍ୟାତ୍ମିକ ମାର୍ଗରେ ଆକର୍ଷିତ ହୋଇଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.