ETV Bharat / state

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଅଢେଇ ଲକ୍ଷ ଲୁଟ୍

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ଠାରୁ ଲୁଟ୍ । ଅଢେଇ ଲକ୍ଷ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ । ଅଧିକ ପଢନ୍ତୁ

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍
ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍
author img

By

Published : Jan 19, 2022, 11:53 AM IST

ଖୋର୍ଦ୍ଧା: ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ଠାରୁ ଲୁଟ୍ । ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅନ୍ତର୍ଗତ ଛଣଗିରିରେ ଥିବା ଏକ ପେଟ୍ରୋଲ ପମ୍ପରୁ ଏହି ଲୁଟ୍ ହୋଇଛି । ମଙ୍ଗଳବାର ବିଳମ୍ବିତ ରାତିରେ ତିନି ଜଣ ଦୁର୍ବୃତ୍ତ ଗୋଟିଏ ବାଇକରେ ଆସି କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଅଢେଇ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି । ଲୁଟ୍ ସମୟର ଦୃଶ୍ୟ ସେଠାରେ ଲାଗିଥିବା ସିସିଟିଭରେ କଏଦ ହୋଇଛି । ସିସିଟିଭ ଫୁଟେଜ ଆଧାରରେ ଜଙ୍କିଆ ପୋଲିସ ତଦନ୍ତ ଆରମ୍ଭ କରିଛି ।

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍

ସୂଚନା ଅନୁୟାୟୀ, ଗତକାଲି(ମଙ୍ଗଳବାର) ବିଳମ୍ବିତ ରାତିରେ ତିନି ଜଣ ଦୁର୍ବୃତ୍ତ ବାଇକ ଯୋଗେ ଆସି ପେଟ୍ରୋଲ ପମ୍ପରେ ପହଞ୍ଚିଥିଲେ । ଆଖପାଖରେ କେହି ନଥିବାର ସୁଯୋଗ ନେଇ ଦୁର୍ବୃତ୍ତମାନେ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଧମକ ଚମକ ଦେବା ସହ ଟଙ୍କା ମାଗିଥିଲେ । ଏହାପରେ କର୍ମଚାରୀଙ୍କ ପାଖରେ ଥିବା ସମସ୍ତ ଅଢେଇ ଲକ୍ଷ ଟଙ୍କା ଲୁଟି ନେଇଥିଲେ ଲୁଟେରା ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.