ETV Bharat / state

ସୃଷ୍ଟି ହେଲା ଲଘୁଚାପ: ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା !

author img

By ETV Bharat Odisha Team

Published : Sep 5, 2023, 2:15 PM IST

ଲଘୁଚାପ ପ୍ରଭାବରେ ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଅଧିକ ପଢନ୍ତୁ

ସୃଷ୍ଟି ହେଲା ଲଘୁଚାପ
ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଏହାର ପ୍ରଭାବରେ ଆଜି(ମଙ୍ଗଳବାର) ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି । ଆଜି ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି । ଏହି ଜିଲ୍ଲାଗୁଡିକ ହେଲା ମାଲକାନଗିରି, ନବରଙ୍ଗପୁର, କୋରାପୁଟ । ପାଣିପାଗ ବିଭାଗ ପକ୍ଷରୁ ଏହି ତିନୋଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶର ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜି ମାଲକାନଗିରି, ନବରଙ୍ଗପୁର, କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହାସହିତ ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ସୁବର୍ଣ୍ଣପୁର, ଓ ସମ୍ବଲପୁର ଆଦି ୧୩ଟି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେଣୁକରି ଏହିସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ସୂଚନା ଦିଆଯାଇଛି ।

ଏହାମଧ୍ୟ ପଢନ୍ତୁ: Lightning Strike; ରାଜ୍ୟରେ ବଜ୍ରାଘାତରେ 12 ମୃତ, ମୃତକଙ୍କ ପରିବାରକୁ ମିଳିବ 4 ଲକ୍ଷ

ଏଠାରେ ଉଲ୍ଲେଖଯୋଗ୍ୟ ଯେ, ବର୍ଷା ହେବା ମାତ୍ରେ ଲୋକଙ୍କ ମଧ୍ୟରେ ବଜ୍ରପାତକୁ ନେଇ ଭୟ ବଢୁଛି । ଗତ ଶନିବାର ଦିନ ଗୋଟିଏ ଦିନରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୧୨ ଜଣଙ୍କ ମୃତ ହୋଇଥିଲା ଏବଂ ୩ ଜଣ ଆହତ ହୋଇଥିଲେ । ଏହି ଆକସ୍ମିକ ମୃତ୍ୟୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରାଯାଇଛି । ଯଦି ମୃତକଙ୍କ ପରିବାରରୁ ପାଳିତ ପଶୁର ବଜ୍ରାପାତରେ ମୃତ୍ୟୁ ହୁଏ ତେବେ ଏହି ଆର୍ଥିକ ସହାୟତା ରାଶି ବୃଦ୍ଧି କରାଯିବ ।

ଏହାମଧ୍ୟ ପଢନ୍ତୁ: ପୁଣି ସକ୍ରିୟ ହେଲା ମୌସୁମୀ, 7 ତାରିଖ ପର୍ଯ୍ଯନ୍ତ ରାଜ୍ୟରେ ବିସ୍ତୃତ ବର୍ଷା

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.