ETV Bharat / state

ଆହୁରି 48ଘଣ୍ଟା ବର୍ଷିବ, 4 ଜିଲ୍ଲାକୁ ରେଡ ଆଲର୍ଟ - ବଙ୍ଗୋପସାଗର

ଲଘୁଚାପ ସକ୍ରିୟ ଥିବାରୁ ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟରେ ସତର୍କ ସୂଚନା ଜାରି କରାଯାଇଛି। ୪ଟି ଜିଲ୍ଲାକୁ ରେଡ ଆଲର୍ଟ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର
author img

By

Published : Sep 5, 2019, 8:40 PM IST

ଭୁବନେଶ୍ବର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ । ଲଘୁଚାପ ସକ୍ରିୟ ଥିବାରୁ ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟରେ ସତର୍କ ସୂଚନା ଜାରି କରାଯାଇଛି।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

୪ଟି ଜିଲ୍ଲାରେ ଗଞ୍ଜାମ,କନ୍ଧମାଳ,କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସେହିପରି ୬ଟି ଜିଲ୍ଲାରେ ଗଜପତି,ପୁରୀ,ନୂଆପଡା,କୋରାପୁଟ,ବଲାଙ୍ଗୀର,ନୂଆପଡା ଓ ରାୟଗଡାରେ ପ୍ରବଳରୁ ପ୍ରବଳ ବର୍ଷା ହେବ ବୋଲି ଅରେଞ୍ଜ ଆଲର୍ଟ ଏବଂ୧୦ଟି ଜିଲ୍ଲାରେ ଗଜପତି,ମାଲକାନଗିରି,ବୌଦ୍ଧ,ସୋନପୁର,କଟକ,ବରଗଡ଼,କେନ୍ଦ୍ରାପଡା,ଜଗତସିଂହପୁର, ନୟାଗଡ଼ ଓ ଖୋର୍ଦ୍ଧାରେ ପ୍ରବଳ ବର୍ଷା ହେବ ବୋଲି ୟେଲୋ ଆଲର୍ଟ ଜାରି କରାଯାଇଛି।

ରାଜ୍ୟରେ ୪୮ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ପରେ ବର୍ଷାର ପରିମାଣ କମିବ। ସମୁଦ୍ର ଅଶାନ୍ତ ରହିବା କାରଣରୁ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁରରେ ସର୍ବାଧିକ ୧୩୫ ମିମି ବର୍ଷା ରେକର୍ଡ କରାଯାଇଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ହବିବୁର ରେହମାନ ବିଶ୍ବାସ କହିଛନ୍ତି।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

Intro:ପାଣିପାଗ ସୂଚନା।

Body:ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ ।ଲଘୁଚାପ ସକ୍ରିୟ ଥିବାରୁ ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।୪ଟି ଜିଲ୍ଲାରେ ଗଞ୍ଜାମ,କନ୍ଧମାଳ,କଳାହାଣ୍ଡି ଓ ନବରଙ୍ଗପୁର ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ରେଡ଼ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।ସେହିପରି ୬ଟି ଜିଲ୍ଲାରେ ଗଜପତି,ପୁରୀ,ନୂଆପଡା,କୋରାପୁଟ,ବଲାଙ୍ଗୀର,ନୂଆପଡା ଓ ରାୟଗଡାରେ ପ୍ରବଳରୁ ପ୍ରବଳ ବର୍ଷା ହେବ ବୋଲି ଅରେଞ୍ଜ ଆଲର୍ଟ କରାଯାଇଛି।୧୦ଟି ଜିଲ୍ଲାରେ ଗଜପତି,ମାଲକାନଗିରି,ବୌଦ୍ଧ,ସୋନପୁର,କଟକ,ବରଗଡ଼,କେନ୍ଦ୍ରାପଡା,ଜଗତସିଂହପୁର, ନୟାଗଡ଼ ଓ ଖୋର୍ଦ୍ଧାରେ ପ୍ରବଳ ବର୍ଷା ହେବ ବୋଲି ୟେଲୋ ଆଲର୍ଟ ଜାରି କରାଯାଇଛି।ଆସନ୍ତା ୨୪ ଘଣ୍ଟା ପାଇଁ ସତର୍କ ସୂଚନା ଜାରି କରାଯାଇଛି।ରାଜ୍ୟରେ ୪୮ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ଲାଗି ରହିବ।ପରେ ବର୍ଷାର ପରିମାଣ କମିବ।ସମୁଦ୍ର ଅଶାନ୍ତ ରହିବା କାରଣରୁ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।ଗତ ୨୪ ଘଣ୍ଟା ମଧ୍ୟରେ ଗଂଜାମ ଜିଲ୍ଲାର ବ୍ରହ୍ମପୁରରେ ସର୍ବାଧିକ ୧୩୫ ମିମି ବର୍ଷା ରେକର୍ଡ କରାଯାଇଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଧେଶକ ହବିବୁର ରେହମାନ ବିଶ୍ୱାସ କହିଛନ୍ତି।

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.