ETV Bharat / state

Weather Update: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, ଆଗାମୀ 48 ଘଣ୍ଟାରେ ଲଘୁଚାପ

author img

By ETV Bharat Odisha Team

Published : Sep 3, 2023, 1:01 PM IST

ଆଗାମୀ 48 ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ଆଜି ଓ ଆସନ୍ତାକାଲି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା । ଅଧିକ ପଢନ୍ତୁ

low pressure over bay of bengal
low pressure over bay of bengal

ଭୁବନେଶ୍ବର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାରି ପ୍ରଭାବରେ ଆଗାମୀ 48 ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡିଶା ଉପର ବାୟୁମଣ୍ଡଳର 4.5 କିମି ରୁ 5.8 କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ 5 ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

  • ଉତ୍ତର-ପୂର୍ବ ବଙ୍ଗୋପସାଗର ରେ ବାୟୁମଣ୍ଡଳର ୫.୮ କିମି ଯାଏଁ ଏକ #ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ପ୍ରଭାବରେ ଆଗାମୀ #୪୮ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ #ଲଘୁଚାପ ସମ୍ଭାବନା

    — Meteorological Centre, Bhubaneswar (@mcbbsr) September 3, 2023 " class="align-text-top noRightClick twitterSection" data=" ">

ସେହିପରି ଆଜି ଓ ଆସନ୍ତାକାଲି କିଛି ଜିଲ୍ଲାରେ ବିଜୁଳି ଘଡଘଡି ଜନିତ ବର୍ଷା ହୋଇପାରେ । ଲଘୁଚାପ ପୂର୍ବରୁ ରାଜଧାନୀ ଭୁବନେଶ୍ବରେ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି । ଶନିବାର ଭୁବନେଶ୍ଵରରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା । ସ୍ଥାନେ ସ୍ଥାନେ ପାଣି ଜମିବା ସହ ଯାତାୟତ ବାଧାପ୍ରାପ୍ତ ହୋଇଥିଲା ।

ଏହା ମଧ୍ୟ ପଢନ୍ତୁ-ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ ! ବଡ ବର୍ଷାରେ ବେହାଲ ଟ୍ୱିନସିଟି

ସମ୍ଭାବ୍ୟ ବର୍ଷାକୁ ଦେଖି ରାଜ୍ୟର 22 ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ଦୁର୍ବଳ ମୌସୁମୀ ପ୍ରବାହ ପାଇଁ ଉପକୂଳ ଓଡ଼ିଶାରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ 3 ରୁ 4 ଡିଗ୍ରୀ ଅଧିକ ରହିବ ବୋଲି ନିର୍ଦ୍ଦେଶକ ଏଚ ଆର ବିଶ୍ବାସ କହିଛନ୍ତି । ତେଣୁ ଭୟଙ୍କର ଗୁଳୁଗୁଳି ଅନୁଭୂତ ହେବ । ଗରମ ସହ ବର୍ଷାର ପରିମାଣ ମଧ୍ୟ ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୌସୁମୀ ପୁଣି ସକ୍ରିୟ ହେବା ସହ ବର୍ଷାର ପରିମାଣ ବଢିବ ବୋଲି ଆକଳନ କରାଯାଇଛି । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ 3 ଓ 4 ତାରିଖରୁ ବିସ୍ତୃତି ବର୍ଷା ହେବାର ସମ୍ଭାବନା ରହିଛି ।

ଏହା ମଧ୍ୟ ପଢନ୍ତୁ-ଦାନା ବାନ୍ଧୁଛି ଲଘୁଚାପ, ଆସନ୍ତା 3ରୁ ବଦଳିବ ପାଗ; 2ଦିନ ଭିଜିବ ରାଜ୍ୟ

ଜୁନ ପହିଲା ଠାରୁ ସେପ୍ଟେମ୍ବର 2 ପର୍ଯ୍ୟନ୍ତ 789.2 ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଆଉ ଏହାର ସ୍ବାଭାବିକ ପରିମାଣ ରହିଛି 931.9 ମିଲିମିଟର l ଯାହା ରାଜ୍ୟରେ ସ୍ୱାଭାବିକ ବର୍ଷାର 15 ପ୍ରତିଶତ କମ୍ ରହିଛି । ଗୋଟିଏ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା, 13 ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଥିବାବେଳେ 17ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି । 10 ଜଣଙ୍କ ମୃତ୍ୟୁ ହୋଇଛି ଏବଂ 3 ଜଣ ଆହତ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରେ 3 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗୀରରେ 3 ଜଣ, ଅନୁଗୋଳ, ବୌଦ୍ଧ, ଜଗତସିଂହପୁର, ଢେଙ୍କାନାଳ ଜିଲ୍ଲାରେ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । ଏନେଇ ସ୍ବତନ୍ତ୍ର ରିଲିଫ୍ କମିଶନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.