ETV Bharat / state

ଦୁର୍ବଳ ହେଲା ଲଘୁଚାପ, ୪୮ ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ

author img

By

Published : Jul 17, 2023, 7:50 PM IST

Updated : Jul 17, 2023, 8:30 PM IST

ରାଜ୍ୟରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମଧ୍ୟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ କେତକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ।

୪୮ ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ
୪୮ ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ

୪୮ ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ବର: ଦୁର୍ବଳ ହେଲା ସକ୍ରିୟ ଥିବା ଲଘୁଚାପ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ମଧ୍ୟରେ ରାଜ୍ୟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୧୯ ତାରିଖରୁ ୨୨ ଯାଏଁ ବିସ୍ତୃତି ବର୍ଷା ହେବାର ସମ୍ଭାବନା ରହିଛି । କେତକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାର ମଧ୍ୟ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ରବିବାର ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ଦୁର୍ବଳ ହୋଇଥିବାବେଳେ, ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ଆଜି ପଶ୍ଚିମ ଝାଡ଼ଖଣ୍ଡ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୭.୬ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି । ଏହାର ପ୍ରଭାବରେ ଆଜି ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେଣୁ ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ଅର୍ଥାତ୍ ୭ରୁ ୨୦ ସେଣ୍ଟିମିଟର ବର୍ଷା ହେବା ନେଇ ଆକଳନ କରାଯାଇଛି । ଏନେଇ ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ହେଲା ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ ବଲାଙ୍ଗୀର।

ଏଥିସହ ପ୍ରବଳରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଏହି ୧୩ଟି ଜିଲ୍ଲାରେ ୭ ରୁ ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପଟେ ଲଘୁଚାପ ଜନିତ ବର୍ଷା ପ୍ରଭାବରେ କିଛି ମାତ୍ରାରେ ନିଅଣ୍ଟିଆ ବର୍ଷାର ଭରଣା ହୋଇଛି । ସକ୍ରିୟ ମୌସୁମୀ ପ୍ରଭାବରେ ଗତ ୨୪ ଘଣ୍ଟାରେ ଅନୁଭୂତ ବର୍ଷାରେ ୩% ନିଅଣ୍ଟିଆ ଭରଣ ହୋଇଥିବାବେଳେ ଗତ ୪୮ ଘଣ୍ଟାରେ ଅନୁଭୂତ ବର୍ଷା ପ୍ରଭାବରେ ରାଜ୍ୟରେ ୮% ନିଅଣ୍ଟିଆ ବର୍ଷାର ଭରଣା ହୋଇଛି ।
ଏହା ମଧ୍ୟ ପଢନ୍ତୁ...ଲଗାଣ ବର୍ଷାରେ ବେହାଲ କଟକ, ଶୁଣନ୍ତୁ କଣ କହିଲେ ଜିଲ୍ଲାପାଳ

ରାଜ୍ୟରେ ଚଳିତ ମୌସୁମୀ ଋତୁରେ ଆଜି ସୁଦ୍ଧା ୩୦୭.୮ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଯାହା ସ୍ୱାଭାବିକ ବର୍ଷା ୩୮୨.୮ ମିଲିମିଟର ତୁଳନାରେ ୨୦% କମ୍ ରହିଥିଲା। ସେପଟେ ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଅନେକ ସ୍ଥାନରେ ମଧ୍ୟମରୁ ହାଲୁକା ଧରଣର ବର୍ଷା ହୋଇଛି । ସେହିପରି ସୋନପୁରର ବିନିକାରେ ୧୬୫ ମିଲିମିଟର ସର୍ବାଧିକ ବର୍ଷା ରେକର୍ଡ ହୋଇଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ତେବେ ଗତ କିଛି ଦିନ ହେବ ଭଲ ବର୍ଷା ଯୋଗୁଁ ରାଜ୍ୟରେ ଭରଣା ହେଇଛି ନିଅଣ୍ଟିଆ ବର୍ଷାର ସ୍ଥିତି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Jul 17, 2023, 8:30 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.