ETV Bharat / state

ଲୋୟର ଶୁକତେଲ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

author img

By ETV Bharat Odisha Team

Published : Jan 3, 2024, 3:58 PM IST

Lower Suktel Project: ଲୋୟର ଶୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ ହୋଇଛି । ଏହା ବଲାଙ୍ଗୀରବାସୀଙ୍କ ଦୁଃଖ ଦୂର କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

ଲୋୟର ଶୁକତେଲ ପ୍ରକଳ୍ପ
ଲୋୟର ଶୁକତେଲ ପ୍ରକଳ୍ପ

ଲୋୟର ଶୁକତେଲ ପ୍ରକଳ୍ପ

ଭୁବନେଶ୍ବର: ଲୋୟର ଶୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୧୯ରୁ 5T ଉପକ୍ରମରେ ଓଡିଶାର ନବମ ସର୍ବବୃହତ ବନ୍ଧର ପ୍ରକଳ୍ପ କାମ ତ୍ବରାନ୍ବିତ କରାଯାଇ ସମ୍ପୂର୍ଣ୍ଣ ହୋଇଛି । ଏହା ଦ୍ୱାରା ବଲାଙ୍ଗୀର, ସୋନପୁରର ୨୦୩ଟି ଗାଁର 1 ଲକ୍ଷ ଏକର ଚାଷ ଜମି ଜଳସେଚିତ ହେବ । ୮୦ ହଜାର ଚାଷୀ ଉପକୃତ ହେବେ ଓ ପାନୀୟ ଜଳର ସୁବିଧା ମଧ୍ୟ ମିଳିବ । ଭୂତଳ ପାଇପ ଲାଇନ ଜରିଆରେ ଜଳସେଚନ କରାଯିବ । ଜଳସେଚନ ପାଇଁ କୌଣସି ବିସ୍ଥାପନ ହେବ ନାହିଁ । ମୁଖ୍ୟମନ୍ତ୍ରୀ ୨ହଜାର ୫୨୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିବା ସହ ୨ହଜାର ୨୨୦ କୋଟି ଟଙ୍କାର ୧୧୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ୩୦୫ କୋଟି ଟଙ୍କାର ୬୯ଟି ପ୍ରକଳ୍ପ ଉଦଘାଟିତ ହୋଇଛି ।

ମୁଖ୍ୟମନ୍ତ୍ରୀ କହିଛନ୍ତି , "ଲୋୟର ଶୁକତେଲ ପ୍ରକଳ୍ପ ଦ୍ବାରା ବଲାଙ୍ଗୀରର ଚାଷୀଭାଇମାନଙ୍କର ଜଳ କଷ୍ଟ ଦୂର ହେଲା । ଶୁକତେଲ ପ୍ରକଳ୍ପ ବଲାଙ୍ଗୀରର ଜଳସେଚନ କ୍ଷେତ୍ରରେ ତଥା କୃଷି କ୍ଷେତ୍ରରେ ରୂପାନ୍ତର ଆଣିବ । ଚାଷୀର ବିକାଶରେ ରାଜ୍ୟର ବିକାଶ । ବଲାଙ୍ଗୀର ଜିଲ୍ଲାର ବିକାଶରେ ଏହି ପ୍ରକଳ୍ପ ନୂଆ ଯୁଗ ଆଣିବ । ଏହି ପ୍ରକଳ୍ପ ରାଜ୍ୟର ନବମ ସର୍ବବୃହତ ବନ୍ଧ । ଏହାର ଉଚ୍ଚତା ୩୧ ମିଟର । ଏହା ଦ୍ବାରା ବଲାଙ୍ଗୀର ଓ ସୋନପୁର ୨ଟି ଜିଲ୍ଲାର ୨୦୩ଟି ଗାଁର ୧ ଲକ୍ଷ ଏକର ଜମିକୁ ପାଣି ମିଳିବ । ୮୦ ହଜାରରୁ ଅଧିକ ଚାଷୀ ଉପକାର ପାଇବେ । ଜିଲ୍ଲାର ୮୦ ହଜାରରୁ ଅଧିକ ଲୋକ ପିଇବା ପାଣିର ସୁବିଧା ମଧ୍ୟ ପାଇବେ ।"

"୨୦୧୯ ମସିହାରୁ 5T ଉପକ୍ରମରେ ପ୍ରକଳ୍ପ ତ୍ବରାନ୍ବିତ ସହ ଟେକ୍ନୋଲୋଜିର ବ୍ୟବହାର କରାଯାଇ ପ୍ରେସରାଇଜଡ୍ ଭୂତଳ ପାଇପଲାଇନ ଜରିଆରେ ଜଳସେଚନର ବ୍ୟବସ୍ଥା କରାଯାଉଛି । 5T ଅଧ୍ୟକ୍ଷ ମୋ ନିର୍ଦ୍ଦେଶରେ ଅଗଷ୍ଟ ମାସରେ ଆସିଥିଲେ । ଆପଣମାନଙ୍କୁ ଭେଟିଥିଲେ । ଆପଣମାନଙ୍କ ସହିତ ବିକାଶ କାମ ବିଷୟରେ ଆଲୋଚନା କରିଥିଲେ । ଆପଣମାନଙ୍କ ମତକୁ ସମ୍ମାନ ଜଣାଇ ଆମେ କାମ କରୁଛୁ । ବଲାଙ୍ଗୀର ଶିକ୍ଷା, ସ୍ବାସ୍ଥ୍ୟ ଓ ଭିତ୍ତିଭୂମି କ୍ଷେତ୍ରରେ ଜୋରଦାର ଉନ୍ନତି କରୁଛି । ହରିଶଙ୍କର ପୀଠ ସହିତ ଜିଲ୍ଲାର ମଠ ମନ୍ଦିରର ରୂପାନ୍ତର କାମ ଚାଲିଛି । ଏବେ କୃଷି କ୍ଷେତ୍ରରେ ଉନ୍ନତି ସହିତ ଜିଲ୍ଲାରେ ରୂପାନ୍ତରର ଏକ ନୂଆ ଯୁଗ ଆସିବ । ମୋର ବିଶ୍ବାସ, ଆପଣମାନଙ୍କ ସହଯୋଗରେ ବଲାଙ୍ଗୀର ରାଜ୍ୟର ବିକାଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବ" ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହା ମଧ୍ୟ ପଢନ୍ତୁ...କେନ୍ଦ୍ରାପଡ଼ାକୁ କେବେ ଗଡ଼ିବ ଯାତ୍ରୀବାହୀ ଟ୍ରେନ ? ଆଶା ଓ ଆଶଙ୍କାରେ ଜିଲ୍ଲାବାସୀ

ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି , "ବଲାଙ୍ଗୀର ଜିଲ୍ଲାର ଜନସାଧାରଣଙ୍କ ବହୁ ଦିନର ସ୍ବପ୍ନକୁ ମୁଖ୍ୟମନ୍ତ୍ରୀ ଆଜି ପୂରଣ କରିଛନ୍ତି । ଲୋୟର ଶୁକତେଲ ସୁଖର ସୁକତେଲରେ ପରିଣତ ହୋଇଛି । ଏହି ପ୍ରକଳ୍ପ କାର୍ଯ୍ୟାନ୍ବୟନକୁ ତ୍ବରାନ୍ବିତ କରିବା କ୍ଷେତ୍ରରେ 5T ଅଧ୍ୟକ୍ଷଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ, ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ପାଟଣାଗଡ ବିଧାୟକ ତଥା ବଲାଙ୍ଗୀର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ସରୋଜ ମେହେର, ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ରାଜ୍ୟ ଗୃହ ନିର୍ମାଣ ବୋର୍ଡର ଅଧ୍ୟକ୍ଷ କଲିକେଶ ନାରାୟଣ ସିଂହଦେଓ, ବଲାଙ୍ଗୀର ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁ ପ୍ରମୁଖ ନିଜର ଅଭିଭାଷଣ ରଖିଛନ୍ତି । ଉନ୍ନୟନ କମିଶନର ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିବାବେଳେ ଜିଲ୍ଲାପାଳ ଚଞ୍ଚଳ ରଣା ଧନ୍ୟବାଦ ଅର୍ପଣ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.