ETV Bharat / state

ରୋଜଗାର ମେଳା ଶୁଭାରମ୍ଭ, ଭୁବନେଶ୍ଵରରେ ୨୩୯ ଜଣ ପାଇଲେ ନିଯୁକ୍ତି ପତ୍ର - କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବରରେ ରୋଜଗାର ମେଳାର ଶୁଭାରମ୍ଭ । ମୁଖ୍ୟ ଅତିଥି ଭାବରେରେ ଯୋଗଦେଇ ୨୩୯ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସାଂସଦ ଅପରାଜିତା ଷଡ଼ଙ୍ଗୀ । ସମଗ୍ର ଦେଶରେ ପ୍ରଥମ ପର୍ଯ୍ୟାୟ ରୋଜଗାର ମେଳାରେ ଦେଶରେ ପ୍ରାୟ ୭୫ ହଜାର ଯୁବବର୍ଗଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ଅଧିକ ପଢ଼ନ୍ତୁ

ରୋଜଗାର ମେଳା ଶୁଭାରମ୍ଭ, ଭୁବନେଶ୍ଵରରେ ୨୩୯ ଜଣ ପାଇଲେ ନିଯୁକ୍ତି ପତ୍ର

author img

By

Published : Oct 22, 2022, 3:55 PM IST

ଭୁବନେଶ୍ଵର: ୧୦ ଲକ୍ଷ ଲୋକଙ୍କୁ ନିଯୁକ୍ତି ଦେବା ଲକ୍ଷ୍ୟ ନେଇ ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୋଜଗାର ମେଳାର ଶୁଭାରମ୍ଭ କରିଛନ୍ତି(PM Narendra Modi launches Rozgar Mela) । ପୂର୍ବାହ୍ନ ସାଢେ ୧୧ଟା ସମୟରେ ପ୍ରଧାନମନ୍ତ୍ରୀ ଭିଡିଓ କନଫେରେନ୍ସିଂ ଜରିଆରେ ମେଳାର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ବରରେ ରୋଜଗାର ମେଳାରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ୨୩୯ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସାଂସଦ ଅପରାଜିତା ଷଡ଼ଙ୍ଗୀ ।

ରୋଜଗାର ମେଳା ଶୁଭାରମ୍ଭ, ଭୁବନେଶ୍ଵରରେ ୨୩୯ ଜଣ ପାଇଲେ ନିଯୁକ୍ତି ପତ୍ର

ନିଯୁକ୍ତି ମିଶନର ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ରେଳ ଅଡିଟୋରିୟମରେ ରୋଜଗାର ମେଳା କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସାଂସଦ ଅପରାଜିତା ଷଡ଼ଙ୍ଗୀ ଯୋଗ ଦେଇଥିଲେ । ଏହି ଅବସରରେ ୨୩୯ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ସେଥିରୁ ଡାକ ବିଭାଗରେ ସର୍ବାଧିକ ୯୮, ଭୁବନେଶ୍ଵର ଆଇଆଇଟିରେ ୫୫, ଇଏସଆଇସିରେ ୨୭, ଏସଏଲବିସିରୁ ୨୧ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ଏପରି ୧୧ ଟି ବିଭାଗର ମୋଟ ୨୩୯ ଜଣ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି ।

କେନ୍ଦ୍ର ସରକାରଙ୍କ ଆନୁକୂଲ୍ୟରେ ଚଳିତ ବର୍ଷ "ଆଜାଦି କା ଅମୃତ ମହୋତ୍ସବ" କାର୍ଯ୍ୟକ୍ରମର ଅଂଶ ବିଶେଷ ଭାବେ "ରୋଜଗାର ମିଶନ" ସର୍ବ ଭାରତୀୟସ୍ତରରେ ପ୍ରଧାନମନ୍ତ୍ରୀ ଆରମ୍ଭ କରିଥିବା ବେଳେ ଓଡ଼ିଶାରେ ମଧ୍ୟ ଭୁବନେଶ୍ବର ଓ କଟକରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ କରି ନିଯୁକ୍ତି ପତ୍ର ବଣ୍ଟନ କରାଯାଇଛି । ନିଯୁକ୍ତି ମିଶନରେ ୧୦ ଲକ୍ଷ ନୂତନ ନିଯୁକ୍ତି ଲକ୍ଷ୍ୟ ଥିବା ବେଳେ ପ୍ରଥମ ପର୍ଯ୍ୟାୟ ରୋଜଗାର ମେଳାରେ ଦେଶରେ ପ୍ରାୟ ୭୫ ହଜାର ଯୁବବର୍ଗଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.