ଖୋର୍ଦ୍ଧା: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଵାପା ସହ ଦୁଇ ପୁଅଙ୍କ ମୃତ୍ୟୁ ହୋଇଛି । ଗତକାଲି(ମଙ୍ଗଳବାର) ବିଳମ୍ବିତ ରାତିରେ ଗଡଖୋର୍ଦ୍ଧାଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ବାଇକକୁ ମିନି ଟ୍ରକ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲା । ପରେ ଅନ୍ୟ ଦୁଇ ଜଣଙ୍କର ଖୋର୍ଦ୍ଧା ମେଡିକାଲରେ ମୃତ୍ୟୁ ହୋଇଥିବା ଜଣାପଡିଛି ।
ମୃତକମାନେ ହେଲେ ମଳିପଡା ଗ୍ରାମର କୃଷ୍ଣଚନ୍ଦ୍ର ପାତାଳସିଂ ( ବାପା) ଓ ପୁଅ ଦୁଇଜଣ ହେଲେ ସଞ୍ଜୟ ଏବଂ ବିକ୍ରମ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତକ ଓ ଆହତଙ୍କୁ ଉଦ୍ଧାର କରି ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରିଥିବାବେଳେ, ଦୁର୍ଘଟଣାଗ୍ରସ୍ତ ଦୁଇଟି ଯାକ ଗାଡିକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ