ETV Bharat / state

ସରକାରୀ କାର୍ଯ୍ୟରେ ସାଂସଦ ଅଲୋଡା

ସରକାରୀ କାର୍ଯ୍ୟକ୍ରମରେ ସାଂସଦଙ୍କୁ ଅଣଦେଖା କରାଯାଉଥିବା ଅଭିଯୋଗ କରି ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିକଟରେ ଫେରାଦ ହୋଇଛି ବିଜେପି । 6 ଦଫା ସମ୍ବଳିତ ଏକ ଦାବିପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରିଛି ଦଳ ।

author img

By

Published : Jun 29, 2019, 6:01 AM IST

ଫଟୋ ସୌଜନ୍ୟ: ପ୍ରତିନିଧି, ଖୋର୍ଦ୍ଧା

ଖୋର୍ଦ୍ଧା: ସରକାରୀ କାର୍ଯ୍ୟକ୍ରମରେ ସାଂସଦଙ୍କୁ ନିମନ୍ତ୍ରଣ କରା ନଯିବାକୁ ନେଇ ତାତିଛି ବିଜେପି । ଏନେଇ 6ଦଫା ସମ୍ବଳିତ ଏକ ଦାବିପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରିଛି ଦଳ । ଚଳିତ ନିର୍ବାଚନରେ ଭୁବନେଶ୍ବର ସାଂସଦ ଭାବେ ବିଜେପିର ଅପରାଜିତା ଷଡଙ୍ଗୀ ନିର୍ବାଚିତ ହୋଇଛନ୍ତି ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ଖୋର୍ଦ୍ଧା

ତେବେ ଗତ 26 ତାରିଖରେ ଖୋର୍ଦ୍ଧା ପୌର ପରିଷଦ ତରଫରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସାଂସଦଙ୍କୁ ନିମନ୍ତ୍ରଣ କରାଯାଇନଥିବା ବେଳେ କେବଳ ଶାସକ ଦଳର କିଛି ନେତାଙ୍କୁ ନିମନ୍ତ୍ରଣ କରାଯାଇଥିଲା । ଯାହାକୁ ନେଇ ଅସନ୍ତୋଷ ପ୍ରକାଶ କରିଛି ଜିଲ୍ଲା ବିଜେପି । ଏହା ଅଣସାମ୍ବିଧାନିକ ଦର୍ଶାଇ ଜିଲ୍ଲାପାଳଙ୍କ ନିକଟରେ ଫେରାଦ ହୋଇଛି ଦଳ ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

Intro:Body:

44

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.