ETV Bharat / state

5T ଉପକ୍ରମରେ ନନ୍ଦନକାନନର ହେବ ରୂପାନ୍ତରଣ; ପ୍ଲାଷ୍ଟିକ ଫ୍ରି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

author img

By

Published : Jun 23, 2023, 9:03 PM IST

ନନ୍ଦନକାନନର ହେବ ରୂପାନ୍ତରଣ । ୫T ଉପକ୍ରମରେ ଏହାକୁ କରାଯିବ ରୂପାନ୍ତର । ଏକ ବିଶ୍ବସ୍ତରୀୟ ପ୍ରାଣୀ ଉଦ୍ୟାନ ଭାବେ ଏହାର ରୂପାନ୍ତରିତ କରାଯିବ । ଚୂଡଙ୍ଗ ଜଙ୍ଗଲ ଅଞ୍ଚଳକୁ ଏଥିରେ ସାମିଲ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନନ୍ଦନକାନନ ଉନ୍ନୟନ ମାଷ୍ଟର ପ୍ଲାନକୁ ଅନୁମୋଦନ କରିଛନ୍ତି । ଅଧିକ ପଢ଼ନ୍ତୁ

5T ଉପକ୍ରମରେ ନନ୍ଦନକାନନର ହେବ ରୂପାନ୍ତରଣ
5T ଉପକ୍ରମରେ ନନ୍ଦନକାନନର ହେବ ରୂପାନ୍ତରଣ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଆଜି ରାଜ୍ୟ ବନ ବିଭାଗ ପକ୍ଷରୁ ନନ୍ଦନକାନନର 5T ରୂପାନ୍ତରଣ ପାଇଁ ଏକ ଉପସ୍ଥାପନା ରଖାଯାଇଥିଲା । ଏଥିରେ ନନ୍ଦନକାନନର କାୟାରେ ପରିବର୍ତ୍ତନ ପାଇଁ ଏକ ବିସ୍ତୃତ ଓ ଭବିଷ୍ୟମୁଖୀ ପ୍ରସ୍ତାବ ରଖାଯାଇଥିଲା । ଏ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ଏହା ସହିତ ନନ୍ଦନକାନନରେ ପ୍ଲାଷ୍ଟିକର ବ୍ୟବହାର ସଂପୂର୍ଣ୍ଣ ନିଷେଧ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ନିର୍ଦ୍ଧାରିତ ସମୟ ମଧ୍ୟରେ କାମ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଗତ ମେ ୨୩ ତାରିଖରେ ଜଙ୍ଗଲ ବିଭାଗ ସମୀକ୍ଷା ସମୟରେ ନନ୍ଦନକାନନର ରୂପାନ୍ତରଣ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

ନୂଆ ଯୋଜନାରେ ପରିଦର୍ଶକ ମାନଙ୍କ ପାଇଁ ଅତିରିକ୍ତ ଉନ୍ନତ ସୁବିଧା, ଆଧୁନିକ ଫ୍ରଣ୍ଟେଜ ଓ ଲ୍ୟାଣ୍ଡସ୍କେପିଂ, ଟନେଲ ଆକ୍ବାରିଅମ, ୱାଟର ବାର୍ଡ ଆଭିଆରୀ (Water Bird Aviary), ଦେଶ ବିଦେଶରୁ ନୂତନ ପ୍ରାଣୀ, Emersive Enclosures ଓ ପିଲାମାନଙ୍କ ପାଇଁ ପ୍ରକୃତି ଶିକ୍ଷାର ଏକ ସ୍ବତନ୍ତ୍ର ହବ ଭାବରେ ବିକାଶ କରିବା ପାଇଁ ବ୍ୟବସ୍ଥା ରହିବ । ଦୁଇଟି ପର୍ଯ୍ୟାୟରେ ହେବ ନନ୍ଦନକାନନର ରୂପାନ୍ତର କାର୍ଯ୍ୟକ୍ରମ । ପ୍ରଥମ ପର୍ଯ୍ୟାୟ ୨୦୨୩ରୁ ୨୦୨୫ ଓ ଦ୍ବିତୀୟ ପର୍ଯ୍ୟାୟ ୨୦୨୫ରୁ ୨୦୨୮ ମଧ୍ୟରେ କାର୍ଯ୍ୟକାରୀ ହେବ । ପ୍ରଥମ ପର୍ଯ୍ୟାୟରେ ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡନର ବିକାଶ ହେବାକୁ ଥିବାବେଳେ ଦ୍ବିତୀୟ ପର୍ଯ୍ୟାୟରେ ଚୂଡଙ୍ଗ ଜଙ୍ଗଲ ଅଞ୍ଚଳର ବିକାଶ କରାଯିବ । ଏଥିରେ ରାତ୍ରୀ ସଫାରୀ ଓ ସଫାରୀ କମ୍ପ୍ଲେକ୍ସର ବିକାଶ କରାଯିବ ।

ନନ୍ଦନକାନନକୁ ପିଲାମାନଙ୍କ ପାଇଁ ପ୍ରକୃତି ଶିକ୍ଷା ଉପରେ ଏକ ଆକର୍ଷଣୀୟ ହବ୍ ଭାବରେ ବିକାଶ କରିବା ପାଇଁ ଯୋଜନା ରହିଛି । ଏଥିରେ ଆକ୍ଟିଭିଟି ଭିତ୍ତିକ ପ୍ରାଣୀ ଉଦ୍ୟାନ, ପ୍ରକୃତି ଶିକ୍ଷା ସହିତ କେତେକ ସ୍ବତନ୍ତ୍ର ସ୍କୁଲରେ ‘ନନ୍ଦନକାନନ କ୍ଲବ’ ଓ ‘ଜୁ ଆମ୍ବାସେଡର’ ଆଦି କାର୍ଯ୍ୟକ୍ରମ ରହିଛି । ଏହା ସହିତ Citizen Science, Know Your Trees ଆଦି ବିଭିନ୍ନ ଆକ୍ଟିଭିଟି କରାଯିବ । ପିଲାମାନଙ୍କ ପାଇଁ ସ୍ବତନ୍ତ୍ର ଇଣ୍ଟର୍ନସିଭ ଓ ଜୁ ଭଲ୍ୟୁଣ୍ଟିଅର ଆଦି କାର୍ଯ୍ୟକ୍ରମ କରାଯିବ ।

ବର୍ତ୍ତମାନ ନନ୍ଦନକାନନରେ ୪୮ଟି ପ୍ରଜାତିର ସ୍ତନ୍ୟପାୟୀ ପ୍ରାଣୀ, ୭୭ଟି ପ୍ରଜାତିର ପକ୍ଷୀ, ୩୦ଟି ପ୍ରଜାତିର ସରୀସୃପ ଓ ୬ଟି ପ୍ରଜାତିର ଉଭୟଚର ପ୍ରାଣୀ ଅଛନ୍ତି । ସମୁଦାୟ ୧୬୧ ପ୍ରଜାତିର ୪୦୧୨ଟି ପ୍ରାଣୀ ରହିଛନ୍ତି । ବର୍ତ୍ତମାନ ଦେଶ ବିଦେଶର ବିଭିନ୍ନ ସ୍ଥାନରୁ ଅଧିକ ପ୍ରାଣୀ ଆଣିବା ପାଇଁ ଯୋଜନା କରାଯାଇଛି । ଦେଶର ଉତ୍ତରପୂର୍ବ ଅଞ୍ଚଳରୁ Hoolock Gibbon, Pig tailed Macaque, One horned Rhinoceros, Capped Langur, Spectacled Monkey, Clouded Leopard ଆଣିବାର ପ୍ରସ୍ତାବ ରହିଛି । ସେହିପରି ଅଷ୍ଟ୍ରେଲିଆରୁ Cassowary, Kangaroo, Wallby ଆଦି ଆଣିବାର ପ୍ରସ୍ତାବ ମଧ୍ୟ ରହିଛି । ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ ଉପସ୍ଥିତ ଥିଲେ । ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ପ୍ରାରମ୍ଭିକ ସୂଚନା ଦେଇଥିଲା ବେଳେ ନନ୍ଦନକାନନର ନିର୍ଦ୍ଦେଶକ ଉପସ୍ଥାପନା ରଖିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.