ଭୁବନେଶ୍ବର: ଓଡିଆ ସିନେମାକୁ ପ୍ରୋତ୍ସାହନ । କର ମୁକ୍ତ ଘୋଷଣା ହେଲା 'ଦମନ' । ଦମନକୁ ସମ୍ପୂର୍ଣ୍ଣ କର ମୁକ୍ତ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ହୋଇଛି 'ଦମନ' ।
-
ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ‘ଦମନ’ର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି। ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟସେବା ପାଇଁ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି ତାହା ଏହି ଚଳଚ୍ଚିତ୍ରର ବିଷୟ ବସ୍ତୁ। pic.twitter.com/ZqXuM9x1XH
— CMO Odisha (@CMO_Odisha) November 18, 2022 " class="align-text-top noRightClick twitterSection" data="
">ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ‘ଦମନ’ର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି। ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟସେବା ପାଇଁ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି ତାହା ଏହି ଚଳଚ୍ଚିତ୍ରର ବିଷୟ ବସ୍ତୁ। pic.twitter.com/ZqXuM9x1XH
— CMO Odisha (@CMO_Odisha) November 18, 2022ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ‘ଦମନ’ର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି। ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟସେବା ପାଇଁ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି ତାହା ଏହି ଚଳଚ୍ଚିତ୍ରର ବିଷୟ ବସ୍ତୁ। pic.twitter.com/ZqXuM9x1XH
— CMO Odisha (@CMO_Odisha) November 18, 2022
ତେବେ ବାସ୍ତବ ଜୀବନରେ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟ ସେବା ଯୋଗାଇବାରେ କାହାଣୀ ଗତିଶୀଳ । ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟ ବସ୍ତୁ । ଏନେଇ ସ୍ବାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀମାନଙ୍କ ମଧ୍ୟରେ ସେବା ମନୋଭାବକୁ ଆହୁରି ମଜବୁତ୍ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।
ତେବେ କୋଭିଡ ମହାମାରୀ ସମୟରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ଵୟ ରଖି ସେବା ଯୋଗାଇଛନ୍ତି । ସେଭଳି କାମ କଲେ ଆମେ ଏକ ସୁସ୍ଥ ଓ ସଚେତନ ସାମାଜର ବିକାଶ କରି ପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକଟ କରିଛନ୍ତି । ଫିଲ୍ମଟି ଯୁବ ଡାକ୍ତର ଓମକାର ହୋତାଙ୍କ ସେବା ଏବଂ କାର୍ଯ୍ୟପ୍ରତି ପ୍ରତିବଦ୍ଧତା ଉପରେ ପର୍ଯ୍ୟବେସିତ । ଏହି ମୁଭିଟି ଦୁଇ ସପ୍ତାହ ମଧ୍ୟରେ 2 କୋଟିରୁ ଊର୍ଦ୍ଧ୍ୱ ରୋଜଗାର କରିଥିବା ବେଳେ ବର୍ତ୍ତମାନ ମୁଭିର ହିନ୍ଦୀ ଡବିଂ କାମ ଆରମ୍ଭ ହୋଇଛି ।
ଇଟିଭି ଭାରତ, ଭୁବନେଶ୍ବର