ETV Bharat / state

Assembly Monsoon Session: ଦିବଙ୍ଗତ ନେତା ଓ ଶହୀଦଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ, ୫ଟା ଯାଏଁ ଗୃହ ମୁଲତବୀ

author img

By ETV Bharat Odisha Team

Published : Sep 22, 2023, 12:18 PM IST

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ । ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ
ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ବର: ଷୋଡ଼ଶ ବିଧାନସଭାର ଦ୍ବାଦଶ ମୌସୁମୀ ଅଧିବେଶନ ଆଜିଠୁ(ଶୁକ୍ରବାର) ଆରମ୍ଭ ହୋଇଛି । ଗୃହକାର୍ଯ୍ୟ ପ୍ରାରମ୍ଭରେ ଦିବଙ୍ଗତ ସଦସ୍ୟ ଓ ଶହୀଦଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏହାକୁ ସମର୍ଥନ କରିଛନ୍ତି । ପୂର୍ବତନ ବାଚସ୍ପତି ତଥା ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର, ପୂର୍ବତନ ବିଧାୟକ ତ୍ରିଲୋଚନ କାନୁନଗୋ, ରମେଶ ସୋରେନ, ବରଗଡ଼ର ପୂର୍ବତନ ବିଧାୟକ କୁମାର ବେହେରା, କଟକ ସଦରର ପୂର୍ବତନ ବିଧାୟିକା ନିବେଦିତା ପ୍ରଧାନଙ୍କ ସମେତ ଶହୀଦ ଦେବାଶିଷ ବିଶ୍ବାଳ, ସୁଶାନ୍ତ କୁମାର ଖୁଣ୍ଟିଆ ଓ ସୁଶାନ୍ତ ମହାନ୍ତିଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ପାରିତ ହୋଇଛି ।

ଏହାମଧ୍ୟ ପଢନ୍ତୁ: ଆଜିଠୁ ମୌସୁମୀ ଅଧିବେଶନ; ପ୍ରଥମ ମହିଳା ବାଚସ୍ପତିଙ୍କ ଉପରେ ନଜର

ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଶୋକ ପ୍ରସ୍ତାବକୁ ସମର୍ଥନ କରିବା ପରେ ଗୃହରେ ୧ ମିନିଟ୍ ନୀରବ ପ୍ରାର୍ଥନା ହୋଇଥିଲା । ଏହାପରେ ଅପରାହ୍ନ ୫ଟା ଯାଏଁ ବାଚସ୍ପତି ଗୃହ ମୁଲତବୀ ଘୋଷଣା କରିଥିଲେ । ତେବେ ଆଜି ମୌସୁମୀ ଅଧିବେଶନର ପ୍ରଥମ ଦିନରେ ସନ୍ଧ୍ୟାରେ ଅତିରିକ୍ତ ବଜେଟ ଆସିବ । ୨୧ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟକୁ ମଞ୍ଜୁରୀ କରିବା ଲାଗି ଗୃହରେ ଉପସ୍ଥାପନ କରିବେ ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ଏହା ଉପରେ ବିସ୍ତୃତ ଭାବେ ଆଲୋଚନା ହେବ । ପରେ ଗୃହକାର୍ଯ୍ୟ ସୋମବାର ପର୍ଯ୍ୟନ୍ତ ମୁଲତବୀ ହେବ ।

ଏହାମଧ୍ୟ ପଢନ୍ତୁ: ବାଚସ୍ପତି ଭାବେ ପ୍ରମିଳା ମଲ୍ଲିକ ନିର୍ଦ୍ବନ୍ଦରେ ନିର୍ବାଚିତ

ପ୍ରକାଶ ଥାଉକି, ଆଜିଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଯାଇଛି । ରାଜ୍ୟର ପ୍ରଥମ ମହିଳା ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ନେତୃତ୍ବରେ ଏହି ଅଧିବେଶନ ଚାଲିଛି । ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିଛି । ଆଜି ଗୃହକାର୍ଯ୍ୟ ଆରମ୍ଭ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦିନ ସାଢେ ୧୦ ଟା'ରେ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ବିଜେଡିର ବିଧାୟକ ଦଳ ବୈଠକ ବସିଥିଲା । ବିରୋଧୀଙ୍କୁ ସାମ୍ନା କରିବା ଲାଗି ରଣନୀତି ପ୍ରସ୍ତୁତ କରିଥିଲା ଦଳ । ବିରୋଧୀଙ୍କ ମୁକାବିଲା କରିବାକୁ ବିଧାୟକମାନଙ୍କୁ ମନ୍ତ୍ର ଦେଇଥିଲେ ଦଳର ସଭାପତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.