ETV Bharat / state

Odisha MPs Met Union Minister: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଜେପି ସାଂସଦ ପ୍ରତିନିଧି ମଣ୍ଡଳୀ

author img

By

Published : Dec 15, 2022, 4:30 PM IST

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା. ମନସୁଖ ମାଣ୍ଡବ୍ୟଙ୍କୁ ଭେଟିଲେ ବିଜେପି ସାଂସଦ ପ୍ରତିନିଧି ମଣ୍ଡଳୀ (Odisha BJP MPs including Union Ministers Dharmendra Pradhan met Union Health Minister Mansukh Mandaviya) । ଓଡିଶାରେ ଭାରତ ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ପାଇଁ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବା ପାଇଁ କଲେ ନିବେଦନ । ଅଧିକ ପଢନ୍ତୁ

Odisha  MPs Met Union Minister: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଜେପି ସାଂସଦ ପ୍ରତିନିଧି ମଣ୍ଡଳୀ
Odisha MPs Met Union Minister: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଜେପି ସାଂସଦ ପ୍ରତିନିଧି ମଣ୍ଡଳୀ
Odisha MPs Met Union Minister: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଜେପି ସାଂସଦ ପ୍ରତିନିଧି ମଣ୍ଡଳୀ

ନୂଆଦିଲ୍ଲୀ/ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା. ମନସୁଖ ମାଣ୍ଡବ୍ୟଙ୍କୁ ଭେଟିଲେ ବିଜେପି ସାଂସଦ ପ୍ରତିନିଧି ମଣ୍ଡଳୀ (Odisha BJP MPs including Union Ministers Dharmendra Pradhan met Union Health Minister Mansukh Mandaviya) । ଓଡିଶାରେ ଭାରତ ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ପାଇଁ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବା ପାଇଁ କଲେ ନିବେଦନ । ସାଢେ ଚାରି କୋଟି ଓଡିଆଙ୍କ ସମେତ ୧ କୋଟି ପ୍ରବାସୀ ଓଡ଼ିଆଙ୍କ ହିତ ପାଇଁ ରାଜ୍ୟରେ ଆୟୁଷ୍ମାନ ଭାରତ (Ayushman Bharat Yojana) ଲାଗୁ କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ରାଜ୍ୟ ବିଜେପି ସାଂସଦ ମାନେ ।

  • .@BJP4Odisha ସାଂସଦ ମାନଙ୍କ ସହ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ @mansukhmandviya ଙ୍କୁ ଭେଟି ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବା ପାଇଁ ଓଡ଼ିଶା ସରକାରଙ୍କୁ ପରାମର୍ଶ ଦେବାକୁ ଅନୁରୋଧ କଲୁ । pic.twitter.com/eI50NYjKAi

    — Dharmendra Pradhan (@dpradhanbjp) December 15, 2022 " class="align-text-top noRightClick twitterSection" data=" ">

କେନ୍ଦ୍ରମନ୍ତ୍ରୀ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ (Union Ministers Dharmendra Pradhan) ଙ୍କ ନେତୃତ୍ୱରେ ରାଜ୍ୟ ବିଜେପିର ଏକ ସାଂସଦ ପ୍ରତିନିଧି ମଣ୍ଡଳୀ ଆଜି ନୂଆଦିଲ୍ଲୀରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭୀୟଙ୍କୁ ଭେଟି ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ କରିବା ପାଇଁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେବାକୁ ଅନୁରୋଧ କରିଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଏ ସମ୍ପର୍କୀତ ଏକ ଦାବିପତ୍ର ପ୍ରଦାନ କରିବା ସହ ଆବଶ୍ୟକ ସ୍ୱାସ୍ଥ୍ୟସେବା ଚାହୁଁଥିବା ୪.୫ କୋଟି ଓଡ଼ିଆଙ୍କ ସମେତ ବାହାରେ କାମ କରୁଥିବା ୧ କୋଟି ପ୍ରବାସୀ ଓଡ଼ିଆ ଲୋକଙ୍କ ହିତ ଦୃଷ୍ଟିରୁ ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିବା ପାଇଁ ସାଂସଦ ମାନେ ଦାବି କରିଛନ୍ତି ।

  • ପ୍ରଧାନମନ୍ତ୍ରୀ @narendramodi ଙ୍କ ଦୂରଦୃଷ୍ଟିସମ୍ପନ୍ନ ଆୟୁଷ୍ମାନ ଯୋଜନାରେ ପ୍ରତ୍ୟେକ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସେବା ଯୋଗାଇ ଦେବାର ବ୍ୟବସ୍ଥା ରହିଛି । ଦେଶର ପ୍ରାୟ ୭୫ କୋଟି ହିତାଧିକାରୀ ଏହି ସୁବିଧାର ଲାଭ ନେଉଛନ୍ତି ।

ପ୍ରତିନିଧି ମଣ୍ଡଳୀ ପକ୍ଷରୁ ଦିଆଯାଇଥିବା ଦାବି ପତ୍ରରେ ଉଲ୍ଲେଖ ରହିଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ୨୦୧୮ ମସିହାରେ ଆରମ୍ଭ ହୋଇଥିବା ଆୟୁଷ୍ମାନ ଭାରତ ଯୋଜନା ଏକ ଐତିହାସିକ ପଦକ୍ଷେପ । ଏହି ଯୋଜନାରେ ପ୍ରତ୍ୟେକ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଉତ୍ତମ ଚିକିତ୍ସା ସେବାର ଯୋଗାଇ ଦେବାର ବ୍ୟବସ୍ଥା ରହିଛି । ଦେଶର ପ୍ରାୟ ୨୦.୮୭ କୋଟି ପରିବାର ତଥା ୭୫ କୋଟି ହିତାଧିକାରୀ ଏହି ସୁବିଧାର ଲାଭ ନେଉଛନ୍ତି । ଲୋକଙ୍କ କଲ୍ୟାଣ ପାଇଁ ଦେଶର ପ୍ରାୟ ସମସ୍ତ ରାଜ୍ୟ ଗୁଡ଼ିକ ରାଜନୀତିରୁ ଉର୍ଦ୍ଧ୍ୱରେ ରହି କେନ୍ଦ୍ର ସରକାରଙ୍କ ଏହି ସ୍ୱାସ୍ଥ୍ୟ ଯୋଜନାକୁ କାର୍ଯ୍ୟକାରୀ କରୁଥିବା ବେଳେ ଓଡ଼ିଶା ଭଳି ଅଳ୍ପ କିଛି ରାଜ୍ୟ ସର୍ବଭାରତୀୟ ସ୍ୱାସ୍ଥ୍ୟ ଯୋଜନାର ଲାଭରୁ ନାଗରିକଙ୍କୁ ବଞ୍ଚିତ କରୁଛନ୍ତି । ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ନ ହେବା କାରଣରୁ ସ୍ୱାସ୍ଥ୍ୟକ୍ଷେତ୍ରରେ ଓଡ଼ିଶାରେ ସ୍ଥିତି ବିପର୍ଯ୍ୟସ୍ତ ଆଡକୁ ଗତି କରୁଛି, ଯାହା ରାଜ୍ୟ ଏବଂ ରାଜ୍ୟ ବାହାରେ ବସବାସ କରୁଥିବା ଓଡିଆ ଲୋକଙ୍କ ପାଇଁ ଏକ ଅଭିଶାପ ସାବ୍ୟସ୍ତ ହୋଇଛି ।

  • ରାଜ୍ୟ ସରକାରଙ୍କ ନିଜସ୍ୱ ସ୍ୱାସ୍ଥ୍ୟବୀମା ଯୋଜନା ସମେତ ଆୟୁଷ୍ମାନ ଭାରତ ଯୋଜନା ମଧ୍ୟ ଲାଗୁ କରିବା ନେଇ ଭାରତ ସରକାର ବ୍ୟବସ୍ଥା କରିଛନ୍ତି । ଦେଶର ୨୦ଟି ରାଜ୍ୟରେ ଏହି ଯୋଜନା ସମେତ ରାଜ୍ୟ ସରକାରଙ୍କ ନିଜସ୍ୱ ସ୍ୱାସ୍ଥ୍ୟ ଯୋଜନା ସମାନ୍ତର ଭାବେ କାର୍ଯ୍ୟକାରୀ ହେଉଛି । pic.twitter.com/VSMcGWYiNL

  • ଲୋକଙ୍କ କଲ୍ୟାଣ ପାଇଁ ଦେଶର ପ୍ରାୟ ସମସ୍ତ ରାଜ୍ୟ ଗୁଡ଼ିକ ରାଜନୀତିରୁ ଉର୍ଦ୍ଧ୍ୱରେ ରହି ଏହି ଯୋଜନାକୁ କାର୍ଯ୍ୟକାରୀ କରିଥିବା ବେଳେ ଓଡ଼ିଶା ଲାଗୁ ନକରିବା ଚିନ୍ତାଜନକ । ଓଡ଼ିଶା ବାହାରେ କାମ କରୁଥିବା ପ୍ରାୟ ୧ କୋଟି ଲୋକ ସମେତ ଓଡ଼ିଶାର ସାଢେ ୪ କୋଟି ଓଡ଼ିଆ ଭାଇ ଭଉଣୀ ମାନେ ଆୟୁଷ୍ମାନ ଭାରତ ଯୋଜନାର ଲାଭ ନେବାରୁ ବଞ୍ଚିତ ହେଉଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.