ETV Bharat / state

Odisha Cabinet Meeting: ୧୨ଟି ପ୍ରସ୍ତାବରେ ଲାଗିଲା କ୍ୟାବିନେଟ ମୋହର

ଉନ୍ନୟନ କମିଶନରଙ୍କ ସୂଚନା ଅନୁସାରେ, ଉଚ୍ଚଶିକ୍ଷା ବିଭାଗ ଅନ୍ତର୍ଗତ ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ ଏଡ ବୃଦ୍ଧି ହୋଇଛି । ପିଛିଲା ଭାବେ ୨୦୨୨ ଜାନୁଆରୀ ୧ ତାରିଖରୁ ଲାଗୁ ହେବ । ଏହା ଦ୍ବାରା ୧୫୭୭୧ ଜଣ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ଉପକୃତ ହେବେ । ଅଧିକ ପଢନ୍ତୁ

Etv Bharat
Etv Bharat
author img

By

Published : Jan 21, 2023, 3:58 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ଲାଗିଛି । ୯ଟି ବିଭାଗର ୧୨ଟି ପ୍ରସ୍ତାବରେ ମୋହର ବାଜିଛି । ଉଚ୍ଚଶିକ୍ଷା, ଅର୍ଥ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା, ସ୍ୱାସ୍ଥ୍ୟ ବିଭାଗର ୨ଟି, ଆଇନ, ଏସିଏସଟି, ଷ୍ଟିଲ ଓ ମାଇନ୍ସ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗର 3ଟି ଓ ପୂର୍ତ୍ତ ବିଭାଗର ପ୍ରସ୍ତାବରେ ମୋହର ବାଜିଛି । ଏନେଇ ସୂଚନା ଦେଇଛନ୍ତି ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ।

ଉନ୍ନୟନ କମିଶନରଙ୍କ ସୂଚନା ଅନୁସାରେ, ଉଚ୍ଚଶିକ୍ଷା ବିଭାଗ ଅନ୍ତର୍ଗତ ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ ଏଡ୍ ବୃଦ୍ଧି ହୋଇଛି । ପିଛିଲା ଭାବେ ୨୦୨୨ ଜାନୁଆରୀ ୧ ତାରିଖରୁ ଲାଗୁ ହେବ । ଏହା ଦ୍ବାରା ୧୫୭୭୧ ଜଣ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ୨୯୦ କୋଟି ଟଙ୍କା ବ୍ୟୟ କରିବେ । ସେହିପରି ଓଡ଼ିଶା ଗ୍ରୁପ-ବି କର୍ମଚାରୀ ନିଯୁକ୍ତି ଓ ସେବାସର୍ତ୍ତରେ ସଂଶୋଧନ ହୋଇଛି । GST, ବାଣିଜ୍ୟ କର ଡାଟାଏଣ୍ଟ୍ରି ଅପରେଟର ନିଯୁକ୍ତି ଅଧିନିୟମ ସଂଶୋଧନ ହୋଇଛି ।

ସ୍ୱାସ୍ଥ୍ୟ ବିଭାଗ ଅନ୍ତର୍ଗତ ଓଡ଼ିଶା ଖାଦ୍ୟ ପରୀକ୍ଷାଗାର କର୍ମଚାରୀ ନିଯୁକ୍ତି ଅଧିନିୟମରେ ମଧ୍ୟ ସଂଶୋଧନ କରାଯାଇଛି । ଯାହାକୁ କ୍ୟାବିନେଟ ମୋହର ମାରିଛି । ସେହିପରି BSSCCRIର କର୍କଟ ରୋଗୀଙ୍କ ଆବାସ ପାଇଁ ୨ ଏକର ମାଗଣା ଜମି ପ୍ରଦାନ କରାଯିବ । ଏନେଇ ଆସିଥିବା ପ୍ରସ୍ତାବକୁ କ୍ୟାବିନେଟ ଆଜି ମୋହର ମାରିଛି । ସେହିପରି OBC କମିଶନ ଆଇନରେ ସଂଶୋଧନ ହେବ । ସେହିପରି OSJS ଓ OJS ସେବା ଅଧିନିୟମରେ କ୍ୟ୍ୟାବିନେଟରେ ସଂଶୋଧନ ହୋଇଛି । ଖଣି, ଭୂତତ୍ତ୍ୱ ସେବା ନିର୍ଦ୍ଦେଶାଳୟର ୫ଟି କ୍ୟାଡର ନିଯୁକ୍ତିରେ ସଂଶୋଧନ ହୋଇଛି ।

ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ ଅନ୍ତର୍ଗତ ଗ୍ରାମୀଣ ପାଇପ ଜଳ ଯୋଗାଣରେ ୨ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି । ଯାଜପୁରର ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବ ଏହି ପ୍ରକଳ୍ପ । ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବାକୁ ଥିବା ଏହି ପ୍ରକଳ୍ପ କାର୍ଯ୍ୟ ୫ ବର୍ଷରେ ଶେଷ ହେବ । ନୟାଗଡ଼ର ଦଶପଲା, ଗଣିଆ ଓ ନୂଆଗାଁରେ ହେବ ୩ଟି ପାନୀୟଜଳ ପ୍ରକଳ୍ପ ହେବ । ମାଲକାନଗିରିର ୪ଟି ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ ଦେଇଛି । ଖଇରିପୁଟ, ମାଲକାନଗିରି, ମାଥିଲି ଓ କାଲିମେଳାରେ ମଧ୍ୟ ଏହି ପ୍ରକଳ୍ପ ହେବ । ଜଳେଶ୍ୱର ଗୋବରୀ ଘାଟର ସୁବର୍ଣ୍ଣରେଖା ନଦୀରେ ହେବ ବ୍ରିଜ । ବ୍ରିଜ ପାଇଁ ଆହ୍ୱାନ କରାଯାଇଥିବା ଟେଣ୍ଡରକୁ କ୍ୟାବିନେଟ ଅନୁମୋଦନ କରିଛି ।

ଇଟିଭି ଭାରତ, ଭୁବନେଶ୍ବର

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.