ETV Bharat / state

President Odisha Visit: କାର୍ଯ୍ୟକ୍ରମ ତ୍ରୁଟିଶୂନ୍ୟ କରିବାକୁ ଅଣ୍ଟା ଭିଡ଼ିଲା ରାଜ୍ୟ ପ୍ରଶାସନ

author img

By

Published : Jul 17, 2023, 9:52 PM IST

Updated : Jul 17, 2023, 10:02 PM IST

ଆସନ୍ତା ୨୫ ରୁ ୨୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୂର୍ବଭଳି ଯେଭଳି ସେ ଭୁଲ ନ ହୁଏ ସେଥିଲାଗି ଅଣ୍ଟା ଭିଡ଼ିଲା ରାଜ୍ୟ ପ୍ରଶାସନ । ଅଧିକ ପଢନ୍ତୁ

President Odisha Visit
President Odisha Visit

President Odisha Visit: କାର୍ଯ୍ୟକ୍ରମ ତ୍ରୁଟିଶୂନ୍ୟ କରିବାକୁ ଅଣ୍ଟା ଭିଡ଼ିଲା ରାଜ୍ୟ ପ୍ରଶାସନ

ଭୁବନେଶ୍ବର: ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ଥରେ ତ୍ରୁଟିଯୁକ୍ତ ହୋଇଛି, ଆଉ ନୁହେଁ । ଏଥିପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର । ଓଡ଼ିଶାରେ ରାଷ୍ଟ୍ରପତିଙ୍କ ବିଭିନ୍ନ କାର୍ଯ୍ୟକ୍ରମକୁ ସଫଳ ଓ ତ୍ରୁଟିଶୂନ୍ୟ କରିବା ଲାଗି ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର । ଏନେଇ ଆଜି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ ରାଷ୍ଟ୍ରପତିଙ୍କ ଓଡ଼ିଶାରେ ରହିଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଛନ୍ତି ।

ଆସନ୍ତା ୨୫ ରୁ ୨୭ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଓଡ଼ିଶା ଗସ୍ତ । ରାଷ୍ଟ୍ରପତି ଜୁଲାଇ ୨୫ ତାରିଖରେ ରାଜ ଭବନରେ ଓଡ଼ିଶାର ଆପଦଗ୍ରସ୍ତ ଜନଜାତି ଗୋଷ୍ଠୀ ବା ପିଭିଟିଜି ପ୍ରତିନିଧିଙ୍କ ସହିତ ସାକ୍ଷାତ ଆଲୋଚନା କରିବେ । ୨୬ ତାରିଖରେ କଟକର ଚଣ୍ଡି ମନ୍ଦିର, ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ବାସ ଭବନ ଏବଂ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ । ଏହି ଦିନ ମଧ୍ୟ କଟକ ଉଚ୍ଚ ନ୍ୟାୟାଳୟର ୭୫ ତମ ପ୍ରତିଷ୍ଠା ଦିବସର ପୂର୍ତ୍ତି ଉତ୍ସବ, ଜାତୀୟ ଆଇନ ବିଶ୍ବବିଦ୍ୟାଳୟ,କଟକର ସମାବର୍ତ୍ତନ ଉତ୍ସବ, ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲର ବାର୍ଷିକୋତ୍ସବରେ ସାମିଲ ହେବେ ।

ଏହା ବି ପଢନ୍ତୁ- President Odisha Visit: କଟକରେ ବିଭିନ୍ନ ସ୍ଥାନ ବୁଲିବେ ରାଷ୍ଟ୍ରପତି, ପ୍ରସ୍ତୁତି ଆରମ୍ଭ

ସେହିପରି ୨୭ ତାରିଖରେ ଭୁବନେଶ୍ବର ତମାଣ୍ଡୋର ଦଶବାଟିଆରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ ହାଉସ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେବେ । ସେହି ଦିନ ସେ ମଧ୍ୟ ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବାରୁ ରାଷ୍ଟ୍ରପତି ଭବନକୁ ପ୍ରତ୍ୟାବର୍ତ୍ତନ କରିବା ପର୍ଯ୍ୟନ୍ତ ରାଜ୍ୟ ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ସୁରକ୍ଷା ଓ ଆନୁଷଙ୍ଗିକ ପ୍ରସ୍ତୁତି ସଂପର୍କରେ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଛି । ରାଷ୍ଟ୍ରପତିଙ୍କର ରହଣି, ସୁରକ୍ଷା, କାର୍ଯ୍ୟକ୍ରମର ଗଣମାଧ୍ୟମରେ ପ୍ରକାଶନ ଓ ପ୍ରସାରଣ, ସ୍ବାସ୍ଥ୍ୟସେବା ଓ ଚିକିତ୍ସା, ଆମ୍ବୁଲାନ୍ସ, ଯାତାୟତ ରାସ୍ତାର ରକ୍ଷଣାବେକ୍ଷଣ ତଦାରଖ, ପରିମଳ ବ୍ୟବସ୍ଥା ସଂପର୍କରେ ଆଲୋଚନା ହୋଇଛି ।

କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହକୁ ସୁନିଶ୍ଚିତ କରିବା ପାଇଁ ଶକ୍ତି ବିଭାଗ, ଟିପିସିଓଡିଏଲ, ଟିପିଏନଓଡିଏଲକୁ ଭଲ ଭାବେ ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ଯାଞ୍ଚ ଲାଗି ସମ୍ପୃକ୍ତ ଅଭିଜ୍ଞ ନିର୍ବାହୀ ଯନ୍ତ୍ରୀମାନେ ଉପସ୍ଥିତ ରହିବେ । ଯଥେଷ୍ଟ ସଂଖ୍ୟକ ଜେନେରେଟର ମହଜୁଦ ରହିବା ସହ ସେସବୁର କାର୍ଯ୍ୟକ୍ଷମ ବ୍ୟବସ୍ଥାକୁ ସୁନିଶ୍ଚିତ କରିବେ । କାର୍ଯ୍ୟକ୍ରମ ସ୍ଥଳରେ ପାନୀୟଜଳ ଯୋଗାଣ, ଅନୁମୋଦିତ ଯୋଜନା ଅନୁସାରେ ସଭା ମଞ୍ଚ ପ୍ରସ୍ତୁତି, ଅତିଥିମାନଙ୍କ ବସିବା ବ୍ୟବସ୍ଥା, ବ୍ୟାରିକେଡ ବ୍ୟବସ୍ଥା, ପାସ ବ୍ୟବସ୍ଥା, ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବିଭିନ୍ନ ଗଣମାଧ୍ୟମକୁ ସୂଚନା, ଇଣ୍ଟରନେଟ ସୁବିଧା, ଅଗ୍ନି ନିର୍ବାପକ ବ୍ୟବସ୍ଥା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଛି ।

ପୋଲିସ ଡିଜି, ପୋଲିସ ମହାନିରୀକ୍ଷକ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମର ସୁରକ୍ଷା ଦାୟିତ୍ବରେ ରହିବେ । ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ସମ୍ପାଦନ କରିବା ପାଇଁ ଗୃହ ବିଭାଗ ପକ୍ଷରୁ ଏକ ସ୍ବତନ୍ତ୍ର ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବ । ବୈଠକରେ ଶକ୍ତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ପୋଲିସ ଡିଜି ସୁନୀଲ କୁମାର ବଂଶଲ, ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ବତ ମିଶ୍ର, ଟ୍ଵିନ ସିଟି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ସ୍ବାସ୍ଥ୍ୟ ବିଭାଗ କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତଙ୍କ ସମେତ ରାଜ୍ୟ ପ୍ରଶାସନର ସମ୍ପୃକ୍ତ ବିଭିନ୍ନ ବିଭାଗର ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Jul 17, 2023, 10:02 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.