ETV Bharat / state

ମାଲକାନଗିରି କାଳବୈଶାଖୀ, ଗଞ୍ଜାମ ସମୁଦ୍ରବୁଡି ଘଟଣା; ମୁଖ୍ୟମନ୍ତ୍ରୀଙ୍କ ଶୋକ, ସହାୟତା ଘୋଷଣା

author img

By

Published : Jun 2, 2023, 4:15 PM IST

ଗତକାଲି ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ କାରଣରୁ ଦୁଇଟି ଭିନ୍ନ ଭିନ୍ନ ଦୁର୍ଘଟଣାରେ ୪ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା । ସେହିପରି ଗଞ୍ଜାମ ଛତ୍ରପୁର ବ୍ଲକରେ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳରେ ଗାଧୋଇବା ସମୟରେ ବୁଡ଼ିଯାଇ ଦୁଇଜଣ ଛାତ୍ରୀଙ୍କର ମୃତ୍ୟୁ ଘଟିଥିଲା । ଅଧିକ ପଢ଼ନ୍ତୁ

ମୃତକଙ୍କ ପରିବାରକୁ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମାଲକାନଗିରିରେ କାଳବୈଶାଖୀ ଯୋଗୁଁ ଗତକାଲି ୪ ଜଣଙ୍କର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ଗଞ୍ଜାମର ଆର୍ଯ୍ୟପଲ୍ଲୀରେ ସମୁଦ୍ରରେ ବୁଡି ମୃତ୍ୟୁବରଣ କରିଥିବା ଦୁଇଜଣ ଛାତ୍ରୀଙ୍କ ପରିବାରକୁ ମଧ୍ୟ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରାଯାଇଛି । ସହାୟତା ରାଶି ସ୍ବତନ୍ତ୍ର ରିଲିଫ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରଦାନ କରାଯିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏହା ମଧ୍ୟ ପଢ଼ନ୍ତୁ...ମାଲକାନଗିରିରେ କାଳବୈଶାଖୀ ତାଣ୍ଡବ, ସତିଗୁଡା ଜଳଭଣ୍ଡାର ଡଙ୍ଗା ବୁଡି ୨ ମୃତ

ଗତକାଲି ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଛି । ଏହା ସହିତ ଦୁଇଟି ଭିନ୍ନ ଭିନ୍ନ ଦୁର୍ଘଟଣାରେ ୪ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି । ଏହା ସହିତ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଏହି ସହାୟତା ପ୍ରଦାନ କରିବା ପାଇଁ ସେ ସ୍ବତନ୍ତ୍ର ରିଲିଫ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କାଳବୈଶାଖୀ ଯୋଗୁଁ ମାଲକାନଗିରିରେ ଡଙ୍ଗା ବୁଡି ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା । ସେହିପରି କାଳବୈଶାଖୀରୁ ବର୍ତ୍ତିବା ଲାଗି ଆଶ୍ରୟ ନେଇଥିବା ୨ ଜଣ ବ୍ୟକ୍ତିଙ୍କର ଏୟାରଷ୍ଟ୍ରିପର ପାଚେରୀ ଭୁଶୁଡି ମୃତ୍ୟୁ ହୋଇଛି । ଏହା ବ୍ୟତୀତ ଆହାତମାନଙ୍କୁ ବିନା ମୂଲ୍ୟରେ ଉନ୍ନତମାନର ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ମଧ୍ୟ ପଢ଼ନ୍ତୁ...କାଳ ହେଲା ଲହଡି ଭାଙ୍ଗିବା: ସମୁଦ୍ରରେ ବୁଡିଗଲେ 2 ସାଙ୍ଗ, ଜଣେ ମୃତ

ସେହିପରି ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଲକରେ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳରେ ଗାଧୋଇବା ବେଳେ ଦୁଇ ଜଣ ଛାତ୍ରୀ ଭାସି ଯାଇଥିଲେ । ବହୁ ଖୋଜାଖୋଜି ପରେ ଉଭୟଙ୍କର ମୃତଦେହ ଉଦ୍ଧାର ହୋଇଥିଲା । ଏହି ଘଟଣାରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହା ସହିତ ସେମାନଙ୍କ ପରିବାର ତଥା ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରାଯାଇଛି । ମୃତ ଛାତ୍ରୀଙ୍କ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.