ETV Bharat / state

ନୂଆ ରୂପ ପାଇବ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠ, ଖର୍ଚ୍ଚ ହେବ 10କୋଟି

author img

By

Published : May 4, 2023, 4:30 PM IST

ଅଲଚିକି ଲିପିର ଉଦ୍ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଅଧିକ ପଢନ୍ତୁ

Odisha CM Naveen Patnaik
Odisha CM Naveen Patnaik

ଭୁବନେଶ୍ବର: ବିକଶିତ ହେବ ଅଲଚିକି ଲିପିର ଉଦ୍ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠ । ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 10 କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସାନ୍ତାଳି ସମାଜ ଓ ସାନ୍ତାଳୀ ଭାଷା ଓ ସାହିତ୍ୟ ପ୍ରତି ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦାନ ସର୍ବଜନ ବିଦିତ । ପଣ୍ଡିତ ରଘୁନାଥ ମୁର୍ମୁ ଅଲଚିକି ଲିପି ଉଦ୍ଭାବନ କରି ସାନ୍ତାଳି ସମାଜର ସାଂସ୍କୃତିକ ପରିଚୟକୁ ସୁଦୃଢ କରିଯାଇଛନ୍ତି । ସାନ୍ତାଳି ଲିପି ଏକ ବିଜ୍ଞାନ ସମ୍ମତ ଲିପି ଭାବରେ ମଧ୍ୟ ସ୍ବୀକୃତି ପାଇଛି ।

ସେହିପରି ସାନ୍ତାଳି ଭାଷାରେ ଅଲିଚିକି ଲିପିରେ ସେ ଅନେକ କାଳଜୟୀ ସାହିତ୍ୟ ସୃଷ୍ଟି କରିଛନ୍ତି । ତାଙ୍କର କାଳଜୟୀ କୃତୀ ପାଇଁ ସେ କେବଳ ସାନ୍ତାଳି ସମାଜ ନୁହେଁ, ସମଗ୍ର ଭାରତୀୟ ସାହିତ୍ୟ ଜଗତରେ ସ୍ମରଣୀୟ ହୋଇ ରହିଛନ୍ତି । ସାନ୍ତାଳି ସମାଜ ପାଇଁ ତାଙ୍କର ମହାନ ଅବଦାନ ତାଙ୍କୁ ସବୁବେଳେ ପୂଜନୀୟ କରି ରଖିଛି । ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସ୍ମୃତିରେ ରାଜ୍ୟ ସରକାର ବାରିପଦା ମେଡିକାଲ କଲେଜକୁ ତାଙ୍କ ନାମରେ ନାମିତ କରିଛନ୍ତି । ସାନ୍ତାଳି ଜାତି ପ୍ରତି ପଣ୍ଡିତ ମୁର୍ମୁଙ୍କ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ତାଙ୍କ ଜୟନ୍ତୀ ବୁଦ୍ଧ ପୂର୍ଣ୍ଣିମାକୁ ମଧ୍ୟ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫ଟି ସଚିବ ଭି. କେ ପାଣ୍ଡିଆନ ଗତ ମାର୍ଚ୍ଚ ୨ ଓ ୩ ତାରିଖ ମୟୁରଭଞ୍ଜ ଗସ୍ତରେ ଯାଇଥିଲେ । ଦାଣ୍ଡବୋସ ଯାଇ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପରିଦର୍ଶନ କରିଥିଲେ । ବାରିପଦାସ୍ଥିତ ପଣ୍ଡିତ ମୁର୍ମୁଙ୍କ ବାସଭବନକୁ ମଧ୍ୟ ଯାଇଥିଲେ । ସ୍ମୃତି ପୀଠର ବିକାଶ ପାଇଁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି ସାନ୍ତାଳି ଭାଇଭଉଣୀଙ୍କ ସହ ଆଲୋଚନା ବେଳେ ୫ଟି ସଚିବ ପ୍ରତିଶୃତି ଦେଇଥିଲେ । ତଦନୁଯାୟୀ ଏକ ବିସ୍ତୁତ ଯୋଜନା ପ୍ରସ୍ତୁତ କରିବା ପାଇଁ ସେ ପ୍ରଶାସନକୁ ପରାମର୍ଶ ଦେଇଥିଲେ । ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ଅଞ୍ଚଳର ବିକାଶ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଆଯାଇଥିବା ଯୋଜନାକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ପ୍ରଦାନ କରିଛନ୍ତି ।

ତେବେ ଦାଣ୍ଡବୋସ-କାପିବୁରୁରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କର ସମାଧୀ ପୀଠର ବିକାଶ ପାଇଁ ୭୫ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ସେହିପରି ଆଉ ୭୫ ଲକ୍ଷ ଟଙ୍କା ଖର୍ଚ୍ଚରେ ସେଠାରେ ଧ୍ୟାନକେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ । ଏହା ବ୍ୟତୀତ କାପିବୁରୁର ପାଚେରୀ ଓ ସଂଯୋଗ ରାସ୍ତାର ବିକାଶ ପାଇଁ ୩ କୋଟି ଟଙ୍କା ଖର୍ଚ୍ଚ କରିବାର ଯୋଜନା ରହିଛି । ସେଠାରେ ଏକ ଅଡିଟୋରିମ ଓ ଗବେଷଣା କେନ୍ଦ୍ର ପାଇଁ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ । ପର୍ଯ୍ୟଟକ ମାନଙ୍କ ସୁବିଧା ପାଇଁ ରହିବା ଓ ଅନ୍ୟାନ୍ୟ ସୁବିଧା ପାଇଁ ୧ କୋଟି ଟଙ୍କା ଖର୍ଚ୍ଚ କରାଯିବ । କାପିବୁରୁର ସୌନ୍ଦର୍ଯ୍ୟକରଣ ଓ ସ୍ବାଗତତୋରଣ ପାଇଁ ୭୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଦାଣ୍ଡବୋସ, ବିଦୁ ଚାନ୍ଦାନ ବାହାଗାଳର ବିକାଶ ତଥା ମାରାଙ୍ଗ-ଆହାରା ପୁଷ୍କରିଣୀ ପାଇଁ ୧ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଏତଦ ବ୍ୟତୀତ ପାନୀୟ ଜଳ, ବିଦ୍ୟୁତକରଣ ପାଇଁ ୮୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ବୋଲି ମଧ୍ୟ ସ୍ଥିର କରାଯାଇଛି । ୫ଟି ଉପକ୍ରମରେ ଏ ସମସ୍ତ କାର୍ଯ୍ୟ ପୂର୍ତ୍ତ ବିଭାଗ ଦ୍ବାରା ସଂପାଦନ କରାଯିବା ସହିତ ଖୁବଶୀଘ୍ର କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.