ETV Bharat / state

ବେଗୁନିଆରେ ସ୍ୱାସ୍ଥ୍ୟ ସ୍ମାର୍ଟକାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବୁଝାଇଲେ କାର୍ଡର ଉପାଦେୟତା

author img

By

Published : Dec 13, 2021, 4:20 PM IST

ଖୋର୍ଦ୍ଧା ଗସ୍ତ କରି ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢ଼ନ୍ତୁ

ବେଗୁନିଆରେ ସ୍ୱାସ୍ଥ୍ୟ ସ୍ମାର୍ଟକାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା: ଖୋର୍ଦ୍ଧା ଗସ୍ତ କରି ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାକୁ ନେଇ ବେଗୁନିଆ ମିନି ଷ୍ଟାଡିୟମରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବହୁ ହିତାଧିକାରୀ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହୋଇଥିଲେ ।

ଏହି ଯୋଜନାରେ ଜିଲ୍ଲାର ପ୍ରାୟ ୧୬ ଲକ୍ଷରୁ ଅଧିକ ହିତାଧିକାରୀ ଉପକୃତ ହେବେ । ସୋମବାର ସକାଳ ୧୨ଟା ୧୦ମିନିଟରେ ବେଗୁନିଆ ମିନି ଷ୍ଟାଡିୟମରେ ଆୟୋଜିତ ସଭାରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ । ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ ସହ ଭର୍ଚୁଆଲରେ ୯୮୭.୯୭ କୋଟି ଟଙ୍କାରେ ୫୩୨ଟି ପ୍ରକଳ୍ପ କାର୍ଯ୍ୟକୁ ଉଦଘାଟନ କରିଛନ୍ତି ନବୀନ । ତା ସହ ୯୦୨.୪୪କୋଟି ଟଙ୍କାରେ ୪୦୬ଟି ନୂତନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।

ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ଉପଯୋଗିତା ସମ୍ପର୍କରେ ବୁଝାଇଥିଲେ ମୁଖ୍ୟମନ୍ତ୍ରୀ । ଏହି ଯୋଜନା ଦ୍ବାରା ଗରିବଙ୍କ ଦୁଃଖ ଦୂର ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରତିଟି ଜୀବନ ମୂଲ୍ୟବାନ ସେ ଯେକୌଣସି ବର୍ଗର ହେଉ ନା କାହିଁକି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଓ କ୍ରୀଡ଼ା ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଯୋଗଦେଇଥିଲେ ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.