ETV Bharat / state

ଜମିଜମା ସମସ୍ୟାର ସମାଧାନ କରି ଲୋକଙ୍କୁ ଯୋଗାଇ ଦିଆଯିବ ପଟ୍ଟା: ମୁଖ୍ୟମନ୍ତ୍ରୀ - ହୀରାକୁଦ ବନ୍ଧ ବିସ୍ଥାପିତ

ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ ପାଣ୍ଡିଆନଙ୍କର ଜିଲ୍ଲା ଗସ୍ତ ଶେଷ ହୋଇଛି । ଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ସେ ଲୋକଙ୍କଠାରୁ ପାଇଥିଲେ । ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ଦୀର୍ଘ ବର୍ଷର ସମସ୍ୟା, ଅନ୍ୟ ସ୍ଥାନରେ ସରକାରୀ ଜମିରେ ବହୁ ଦିନ ଧରି ରହୁଥିବା ଲୋକଙ୍କର ଜମି ଅଧିକାର ସମସ୍ୟା ସଂପର୍କରେ ଲୋକେ ୫ଟି ସଚିବଙ୍କୁ ଜଣାଇଥିଲେ । ଅଧିକ ପଢନ୍ତୁ

ଜମିଜମା ସମସ୍ୟାର ସମାଧାନ କରି ଲୋକଙ୍କୁ ଯୋଗାଇ ଦିଆଯିବ ପଟ୍ଟା : ମୁଖ୍ୟମନ୍ତ୍ରୀ

author img

By ETV Bharat Odisha Team

Published : Sep 2, 2023, 5:54 PM IST

ଭୁବନେଶ୍ବର: ୫ଟି ସଚିବ ଭି. କେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ପରବର୍ତ୍ତୀ ଉଚ୍ଚସ୍ତରୀୟ ସମୀକ୍ଷା ଆରମ୍ଭ । ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବା ପାଇଁ ନୀତିଗତ ନିଷ୍ପତ୍ତି ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟ ସରକାର ଆଜି ଏକ ବଡ ନିଷ୍ପତ୍ତି ନେଇଛନ୍ତି । ହୀରାକୁଦ ବନ୍ଧ ବିସ୍ଥାପିତଙ୍କୁ ସରକାର ଦେବେ ଜମିପଟ୍ଟା । ସେହିପରି ଗଞ୍ଜାମ ସୋରଡା ବ୍ଲକର ୧୭ଟି ଗାଁର ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ମିଳିବ ପଟ୍ଟା । ସୋରଡାରେ ଅକ୍ଟୋବର ପହିଲାରୁ ଓ ଝାରସୁଗୁଡାରେ ଡିସେମ୍ବର ପହିଲାରୁ ପଟ୍ଟା ବଣ୍ଟନ ହେବ । ବର୍ଷ ବର୍ଷର ସମସ୍ୟା ୫ ଦିନରେ ସମାଧାନ ହେବ । ସେପ୍ଟେମ୍ବର ମଧ୍ୟ ଭାଗରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଭିଯୋଗ ସମାଧାନର ଅଗ୍ରଗତି ସମୀକ୍ଷା କରିବେ ।

ଏହାବି ପଢନ୍ତୁ- ନିର୍ବାଚନୀ ଥୋପ; ଶ୍ରମିକ କଲ୍ୟାଣ ବୋର୍ଡରେ ସାମିଲ ହେବେ ୫୦ ବର୍ଗ

ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ ପାଣ୍ଡିଆନଙ୍କର ଜିଲ୍ଲା ଗସ୍ତ ଶେଷ ହୋଇଛି । ଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ସେ ଲୋକଙ୍କଠାରୁ ପାଇଥିଲେ । ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ଦୀର୍ଘ ବର୍ଷର ସମସ୍ୟା, ଅନ୍ୟ ସ୍ଥାନରେ ସରକାରୀ ଜମିରେ ବହୁ ଦିନ ଧରି ରହୁଥିବା ଲୋକଙ୍କର ଜମି ଅଧିକାର ସମସ୍ୟା ସଂପର୍କରେ ଲୋକେ ୫ଟି ସଚିବଙ୍କୁ ଜଣାଇଥିଲେ । ୫ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି । ବୈଠକରେ ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଗଞ୍ଜାମ ଓ ଝାରସୁଗୁଡା ଜିଲ୍ଲାର ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ଏହାବି ପଢନ୍ତୁ- ସ୍ବାଭିମାନ ଅଞ୍ଚଳର ବିକାଶକୁ ନୂଆ ଗତି; ଚିତ୍ରକୋଣ୍ଡାରେ ହେବ ୩ ବୃହତ ସେତୁ, ଖର୍ଚ୍ଚ ହେବ ୧୦୧ କୋଟି

ବୈଠକରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଯୋଗାଇ ଦେବାକୁ ନିଷ୍ପତ୍ତି କରାଯାଇଛି । ଝାରସୁଗୁଡା ଜିଲ୍ଲାରେ ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ସମସ୍ୟା ୫୦ ବର୍ଷରୁ ଅଧିକ ସମୟର ହେଲା ଅଛି । ଲଖନପୁର ତହସିଲର ୧୮ଟି ଗାଁ ଓ ଝାରସୁଗୁଡା ତହସିଲର ଗୋଟିଏ ଗାଁ, ଏହିପରି ୧୯ଟି ଗାଁର ଜମି ସମସ୍ୟାର ସମାଧାନ ପାଇଁ ବୈଠକରେ ନିଷ୍ପତ୍ତି କରାଯାଇଛି । ୧୭୪୯ଟି ପରିବାରକୁ ପ୍ରାୟ ୩୨୩୧ ଏକର ଜମି ଉପରେ ଅଧିକାର ଦିଆଯିବ । ଡିସେମ୍ବର ମାସରୁ ଲିମେଇତିକ୍ରା, ସାହାସବାଗ, ଲାଛିପଲ୍ଲୀ, ପାତ୍ରପଲ୍ଲୀ ଓ ଡୁଆଁମୁଣ୍ଡା, ଏହି ୫ଟି ଗାଁରେ ପଟ୍ଟା ବଣ୍ଟନ ଆରମ୍ଭ ହେବ ।

ଗତ ଅଗଷ୍ଟ ୨୬ ତାରିଖରେ ଗଞ୍ଜାମ ଜିଲ୍ଲାକୁ ୫ଟି ସଚିବ ଗସ୍ତ କରିଥିଲେ । ସେଠାରେ ଲୋକଙ୍କ ସମସ୍ୟା ଶୁଣିବା ପରେ ମାତ୍ର ୫ ଦିନରେ ଜମି ସମସ୍ୟାର ସମସ୍ୟା ସମାଧାନ ହୋଇଛି । ବୈଠକର ନିଷ୍ପତ୍ତି ଅନୁଯାୟୀ ଗଞ୍ଜାମ ଜିଲ୍ଲାର ସୋରଡା ବ୍ଲକର ୧୭ଟି ଗ୍ରାମର ୮୮୩ ଜଣ ଲୋକଙ୍କୁ ଘରଡିହ ପଟ୍ଟା ଦିଆଯିବ । ୨୦୨୩ ସେପ୍ଟେମ୍ବର ୨୨ ସୁଦ୍ଧା ସମସ୍ତ ପଟ୍ଟାବଣ୍ଟନ ପ୍ରକ୍ରିୟା ଶେଷ ହେବ । ସେହିପରି ୧୬୮ ଜଣ ଲୋକଙ୍କୁ ଚାଷଜମି ପାଇଁ ପଟ୍ଟା ଦିଆଯିବ । ଏହି ପ୍ରକ୍ରିୟା ଅକ୍ଟୋବର ପହିଲାରୁ ଆରମ୍ଭ ହେବ । ୫ଟି ସଚିବଙ୍କ ଜିଲ୍ଲା ଗସ୍ତ ସମୟରେ ମିଳିଥିବା ଲୋକଙ୍କ ବିଭିନ୍ନ ଅଭିଯୋଗର ସମାଧାନ ନିମନ୍ତେ ସମୟ ବଦ୍ଧ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗ ତଥା ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଚଳିତ ସେପ୍ଟେମ୍ବର ମଧ୍ଯଭାଗରେ ମୁଖମନ୍ତ୍ରୀ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.