ETV Bharat / state

ମୁଖ୍ୟମନ୍ତ୍ରୀଙ୍କ ଜିରୋ ଟଲରାନ୍ସ ନୀତି: ବିଦା ହେଲେ 3 ଅଧିକାରୀ, 6 ଜଣଙ୍କ ପେନସନ ବନ୍ଦ - ରାଜ୍ୟ ସରକାରଙ୍କ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ

ଦୁର୍ନୀତିରେ ଲିପ୍ତ ରହି ହଟାହଟା ସରକାରୀ ଅଧିକାରୀ। ରାଜ୍ୟ ସରକାରଙ୍କ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟରେ ଆଉ ୯ ଜଣ ଅଧିକାରୀଙ୍କ ଉପରେ ହୋଇଛି କାର୍ଯ୍ୟାନୁଷ୍ଠାନ । ଅଧିକ ପଢନ୍ତୁ

odisha cm took action against many officers

author img

By

Published : Jul 7, 2023, 10:52 AM IST

ଭୁବନେଶ୍ବର: ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ ଜିରୋ ଟଲରାନ୍ସ ଆଭିମୁଖ୍ୟ । ୯ ଜଣ ଅଧିକାରୀଙ୍କ ଉପରେ ହୋଇଛି କାର୍ଯ୍ୟାନୁଷ୍ଠାନ । ଏଥିରେ ଏକଜ୍ୟୁକେଟିଭ ଇଞ୍ଜିନିୟର, ଓଏଏସ ଅଧିକାରୀ, କୃଷି ବିଭାଗ ଅଧିକାରୀ, ସାମାଜିକ ଶିକ୍ଷା ଅଧିକାରୀ, ଅଡିଟର, ଜୁନିର ଇଞ୍ଜିନିୟର ପ୍ରମୁଖ ଅନ୍ତର୍ଭୁକ୍ତ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୯୭ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ସେମାନଙ୍କର ପେନସନ ବନ୍ଦ କରାଯାଇଛି । ୩ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି ଓ ୬ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ପେନସନକୁ ସ୍ଥାୟୀ ଭାବେ ବନ୍ଦ ।

କଟକ ଜିଲ୍ଲା ଆରଡବ୍ଲୁଏସଏସ Division-IIର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶିବରାମ ବିଶ୍ବାଳ ଦୁର୍ନୀତି ମାମଲାରେ ଦେଷୀ ସାବ୍ୟସ୍ତ ହୋଇଥିବାରୁ ତାଙ୍କର ପେନସନକୁ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି । କଳାହାଣ୍ଡି କାର୍ଲାମୁଣ୍ଡା ବ୍ଳକର ପୂର୍ବତନ ବିଡିଓ ଗଣ୍ଡାରାମ ଖମାରୀ ଏକ ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଏହାପରେ ତାଙ୍କ ପେନସନ ଓ ଗ୍ରାଚ୍ୟୁଇଟି ସ୍ଥାୟୀ ଭାବେ ବନ୍ଦ କରାଯାଇଛି । ନବରଙ୍ଗପୁର ଜିଲ୍ଲା ଉମରକୋଟର ପୂର୍ବତନ ସହକାରୀ କୃଷି ଅଧିକାରୀ ଗୋକୁଳ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବାରୁ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି । ଜି.ଉଦୟଗିରିର ପୂର୍ବତନ ସହକାରୀ କୃଷି ଅଧିକାରୀ କୃଷ୍ଣଚନ୍ଦ୍ର ଗୌଡ଼ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କ ପେନସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି ।

ମାଲକାନଗିରି ଜିଲ୍ଲାର ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀ ଦାଶରଥୀ ତ୍ରିପାଠୀ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ତାଙ୍କ ପେନସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି । ବରଗଡ଼ ଜିଲ୍ଲା ସୋହେଲା ଆରଡବ୍ଲୁଏସଏସର ପୂର୍ବତନ ଜୁନିଅର ଇଞ୍ଜିନିୟର ଉପେନ୍ଦ୍ରଭଞ୍ଜ ନାୟକ ଜଣେ ସରକାରୀ ଅଧିକାରୀ ହେବା ସତ୍ତ୍ବେ କାର୍ଯ୍ୟରେ ସଚ୍ଚୋଟତା ରକ୍ଷା କରିବାରେ ଏବଂ କର୍ତ୍ତବ୍ୟ ପରାୟଣତାରେ ବିଫଳ ହୋଇଥିଲେ । ଏହା ସହିତ ତାଙ୍କର ବ୍ୟବହାର ମଧ୍ୟ ଭଲ ନଥିଲା । ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଚାକିରିରୁ ବହିଷ୍କୃତ କରାଯାଇଛି ।

ଏହା ମଧ୍ୟ ପଢନ୍ତୁ-ନବୀନଙ୍କ ସମେତ ୧୪ ମନ୍ତ୍ରୀ କୋଟିପତି, ପ୍ରଫୁଲ୍ଲ ମଲ୍ଲିକ ସବୁଠୁ ଗରିବ

ସୁନ୍ଦରଗଡ ଜିଲ୍ଲା ଲୋକାଲ ଫଣ୍ଡ ଅଡିଟ ବିଭାଗର ପୂର୍ବତନ ଅଡିଟର ସୁଶୀଲ କୁମାର ମେହେର ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଦୁର୍ନୀତି ଓ ଅପାରଗତା କାରଣରୁ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି । ମୟୁରଭଞ୍ଜ ଉଦଳାର ପୂର୍ବତନ ସାମାଜିକ ଶିକ୍ଷା ଅଧିକାରୀ ଆନନ୍ଦ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ଯୋଗୁଁ ତାଙ୍କ ପେନସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି । ନୟାଗଡ଼ ଜିଲ୍ଲା ଚାନ୍ଦପୁରର ପୂର୍ବତନ DMSN ସୁପରିନଟେଣ୍ଡେଟ ଡଃ ସୁରେନ୍ଦ୍ର ନାଥ ପତି ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ସେ ପାଉଥିବା ପେନସନକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.