ETV Bharat / state

Odisha Council Minister Meeting: ବିଶ୍ବକପ ହକିକୁ ଦୃଷ୍ଟିରେ ରଖି ପଦକ୍ଷେପ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ମନ୍ତ୍ରୀ ପରିଷଦ ଆଜି ଅନୁଷ୍ଠିତ ହୋଇଛି । ଏଥିରେ ପୁରୁଷ ହକି ବିଶ୍ବକପ ପ୍ରତିଯୋଗିତା ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରାଯାଇଛି । FIH ପୁରୁଷ ବିଶ୍ବକପ ହକି-୨୦୨୩, ଭୁବନେଶ୍ବର ଓ ରାଉରକେଲାରେ ୧୩ ଜାନୁଆରୀରୁ ୨୯ ଜାନୁଆରୀ ୨୦୨୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହି ମର୍ଯ୍ୟାଦାଜନକ ପ୍ରତିଯୋଗିତାରେ ବିଶ୍ବର ୧୬ ଟି ଦଳ ଅଂଶଗ୍ରହଣ କରିବେ । ଭୁବନେଶ୍ବରରେ ୨୪ଟି ଓ ରାଉରକେଲାରେ ୨୦ଟି ମ୍ୟାଚ ଖେଳାଯିବ । ଅଧିକ ପଢନ୍ତୁ

author img

By

Published : Nov 18, 2022, 7:38 PM IST

Etv Bharat
Etv Bharat

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ମନ୍ତ୍ରୀ ପରିଷଦ ଆଜି ଅନୁଷ୍ଠିତ ହୋଇଛି । ଏଥିରେ ପୁରୁଷ ହକି ବିଶ୍ବକପ ପ୍ରତିଯୋଗିତା ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରାଯାଇଛି । FIH ପୁରୁଷ ବିଶ୍ବକପ ହକି-୨୦୨୩, ଭୁବନେଶ୍ବର ଓ ରାଉରକେଲାରେ ୧୩ ଜାନୁଆରୀରୁ ୨୯ ଜାନୁଆରୀ ୨୦୨୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହି ମର୍ଯ୍ୟାଦାଜନକ ପ୍ରତିଯୋଗିତାରେ ବିଶ୍ବର ୧୬ଟି ଦଳ ଅଂଶଗ୍ରହଣ କରିବେ । ଭୁବନେଶ୍ବରରେ ୨୪ଟି ଓ ରାଉରକେଲାରେ ୨୦ଟି ମ୍ୟାଚ ଖେଳାଯିବ ।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମନ୍ତ୍ରୀ ପରିଷଦର ସଦସ୍ୟମାନଙ୍କୁ ବିଶ୍ବକପ ଆୟୋଜନର ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଅବଗତ କରାଇଛନ୍ତି । ପ୍ରତିଯୋଗିତା ପାଇଁ ଭୁବନେଶ୍ବରର କଳିଙ୍ଗ ହକି ଷ୍ଟାଡିୟମ ସଂପୂର୍ଣ୍ଣ ପ୍ରସ୍ତୁତ ଥିଲାବେଳେ ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ନଭେମ୍ବର ଶେଷ ସୁଦ୍ଧା ସଂପୂର୍ଣ୍ଣ ହେବ ବୋଲି ସେ ସୂଚନା ଦେଇଛନ୍ତି । ଉଭୟ ଷ୍ଟାଡିୟମରେ Astro Turf ଓ Flood Light କାମ ଶେଷ ହୋଇଛି । ଅଂଶଗ୍ରହଣକାରୀ ଦଳ ଓ ମ୍ୟାଚ ଅଫିସିଆଲମାନଙ୍କ ରହଣୀ ପାଇଁ ୨୨୫ଟି ରୁମ ତିଆରି କାମ ଚାଲିଛି । ଏହା ମଧ୍ୟ ନଭେମ୍ବର ସୁଦ୍ଧା ସଂପୂର୍ଣ୍ଣ ହେବ । ଐତିହାସିକ କଟକ ବାରବାଟୀ ଷ୍ଟାଡିୟମ ସମେତ ୫ଟି ମ୍ୟୁନିସିପାଲ କର୍ପୋରେସନରେ ହକି ବିଶ୍ବ କପ ଉତ୍ସବ ପାଳନ କରାଯିବ । ଓଡିଶାର ଅଧିକାଂଶ ଜିଲ୍ଲା ସହିତ ସାରା ଦେଶରେ ଏହି ହକି ବିଶ୍ବକପ ଟ୍ରଫି ପ୍ରଦର୍ଶନ ଯାତ୍ରା କରାଯିବ ।

ଏହାବି ପଢନ୍ତୁ- ଗବେଷଣା କ୍ଷେତ୍ରରେ ନୂଆ ଯୁଗ ଆରମ୍ଭ: ପ୍ରଥମ ଘରୋଇ ରକେଟ୍ 'ବିକ୍ରମ-ଏସ୍'ର ସଫଳ ଉତ୍‌କ୍ଷେପଣ

ଏହି ସମୟରେ ଜିଲ୍ଲାସ୍ତରରେ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମର ବିକାଶ ପାଇଁ ବିଭିନ୍ନ ପ୍ରକାର ଉତ୍ସବର ଆୟୋଜନ କରାଯିବ । ସ୍କୁଲ, କଲେଜର ପିଲାମାନଙ୍କୁ ଏହି କାର୍ଯ୍ୟକ୍ରମରେ ସାମିଲ କରାଯିବ । ସମସ୍ତଙ୍କ ଭିତରେ ବିଶେଷକରି ପିଲାମାନଙ୍କ ଭିତରେ କ୍ରୀଡା ପ୍ରତିଭାର ବିକାଶ ପାଇଁ ପଦକ୍ଷେପ ନିଆଯିବ । ପ୍ରତିଯୋଗିତା ଅନୁଷ୍ଠିତ ହେଉଥିବା ରାଉରକେଲା ଓ ଭୁବନେଶ୍ବର ସହରର ସୌନ୍ଦର୍ଯ୍ୟକରଣ କରାଯିବ । ସବୁ ବିଭାଗ ଏଥିପାଇଁ ପରସ୍ପର ମଧ୍ୟରେ ସମନ୍ବୟ ରଖି କାର୍ଯ୍ୟ କରୁଛନ୍ତି । ରାଉରକେଲା ବିମାନ ବନ୍ଦରରୁ ନିୟମିତ ବିମାନ ସେବା ଆରମ୍ଭ ହେବ । ତାସହିତ ଖେଳାଳୀ ଓ ମ୍ୟାଚ ଅଫିସିଆଲ ମାନଙ୍କ ଯାତାୟତ ପାଇଁ Chartered Flight ର ବ୍ୟାବସ୍ଥା କରାଯାଉଛି । ଏହି ଅବସରରେ ୧୦୦ଟି ନୂଆ ବସ ସହିତ ରାଉରକେଲାରେ ମୋ ବସ ସେବା ଆରମ୍ଭ ହେବ । ଆୟୋଜକ କମିଟି ଓ ବିଭିନ୍ନ ସବ କମିଟି ବିଶ୍ବକପ ହକିର ସଫଳ ଆୟୋଜନ ପାଇଁ ପ୍ରସ୍ତୁତି ଜାରି ରଖିଛନ୍ତି ।

ଏହାବି ପଢନ୍ତୁ- ଏଏସପି ପଦୋନ୍ନତି ପ୍ରସଙ୍ଗରେ ହାଇକୋର୍ଟଙ୍କ ରହିତାଦେଶ

ଏହାକୁ ସଂପୂର୍ଣ୍ଣ ଅଘଟଣମୁକ୍ତ କରିବା ପାଇଁ ନିରାପତ୍ତା ବ୍ୟବସ୍ଥାକୁ ମଧ୍ୟ ସୁଦୃଢ କରାଯାଇଛି ବୋଲି ସେ ମନ୍ତ୍ରୀମଣ୍ଡଳକୁ ଅବଗତ କରାଇଛନ୍ତି । ବିଶ୍ବକପ ହକି ଆୟୋଜନରେ ସାମିଲ ହୋଇଥିବା ସବୁ ବିଭାଗ ଗୁଡିକର ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି । ସବୁ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ହକି ବିଶ୍ବକପ ଯେଭଳି ବିଭିନ୍ନ ଟିମ ଓ ପ୍ରଶଂସକ ମାନଙ୍କ ନିମନ୍ତେ ଏକ ଭବ୍ୟ ଉତ୍ସବ ଭାବରେ ସ୍ମରଣୀୟ ହୋଇରହିବ, ସେଥିପାଇଁ ପରସ୍ପର ମଧ୍ୟରେ ଉତ୍ତମ ସମନ୍ବୟ ରଖି କାର୍ଯ୍ୟ କରିବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.