ETV Bharat / state

Weather Update: ଲଘୁଚାପ ପ୍ରଭାବ, ରାଜଧାନୀରେ ପ୍ରବଳ ବର୍ଷା

ଲଘୁଚାପ ପ୍ରଭାବରେ ରାଜଧାନୀରେ ଜାରି ରହିଛି ପ୍ରବଳ ବର୍ଷା । ଆଗାମୀ ୪ ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସୂଚନା । ଅଧିକ ପଢନ୍ତୁ

author img

By

Published : Jul 31, 2023, 6:25 PM IST

Updated : Jul 31, 2023, 6:36 PM IST

Etv Bharat
Etv Bharat
Weather Update: ଲଘୁଚାପ ପ୍ରଭାବ, ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଓ ତାର ପାଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ୱେଲ ମାର୍କ ଲୋ ପ୍ରେସରରେ ପରିଣତ ହୋଇଛି । ଏହି ଲଘୁଚାପର ପ୍ରଭାବରେ ରାଜଧାନୀ ଭୁବନେଶ୍ବର ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି । ତେବେ ଆସନ୍ତାକାଲି ବି ଭୁବନେଶ୍ବରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ ।

ଲଘୁଚାପର ପ୍ରଭାବରେ ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏନେଇ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବର୍ଷାର ସମ୍ଭାବନା ଥିବାବେଳେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଏହି ୩ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ପ୍ରବଳ ବର୍ଷାକୁ ନେଇ ୧୭ ଜିଲ୍ଲା ଯେପରିକି ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର, ପୁରୀ, ଢେଙ୍କାନାଳ, କେନ୍ଦୁଝର, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡା, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏହା ବି ପଢନ୍ତୁ- ନିଅଣ୍ଟିଆ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ପ୍ରଭାବିତ ହେଉଛି କୃଷି କାର୍ଯ୍ୟ

ସେହିପରି ଗତ ୨୪ ଘଣ୍ଟାରେ ଉତ୍ତର ଓ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ହାଲକରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ମୟୂରଭଞ୍ଜର ଠାକୁରମୁଣ୍ଡାରେ ସର୍ବାଧିକ ୭୭ ମିମି ବର୍ଷା ରେକର୍ଡ ହୋଇଛି । ଅନ୍ୟପଟେ ୧ ଜୁନରୁ ୩୧ ଜୁଲାଇ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ବର୍ଷା ୫୫୦.୨ ରହିଥିବା ବେଳେ ୪୮୩.୪ ମିମି ବର୍ଷା ରେକର୍ଡ ହୋଉଛି । ମାଲକାନଗିରି ଓ ଦେବଗଡ଼ରେ ଦୁଇ ଜିଲ୍ଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୧୨ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ଓ ୨ଜିଲ୍ଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ଵାଭାବିକ ବର୍ଷା ରେକର୍ଡ କରାଯାଇଛି ।

ଅନ୍ୟପଟେ ରାଜ୍ୟରେ ବର୍ତ୍ତମାନ ଗୋଟିଏ ପରେ ଗୋଟିଏ ଲଘୁଚାପ ଆସୁଥିଲେ ମଧ୍ୟ କେତେକ ସ୍ଥାନରେ ବର୍ଷା ହେଉନାହିଁ । ଶ୍ରାବଣରେ ବି ନିଅଣ୍ଟିଆ ବର୍ଷା ହେଉଛି । ରାଜ୍ୟରେ କାଁ ଭାଁ ବର୍ଷା ହେଉଥିଲେ ମଧ୍ୟ ବିସ୍ତୃତି ବର୍ଷା ନଥିବାରୁ ଗୁଳୁଗୁଳିରୁ ତ୍ରାହି ମିଳୁନି । ଭଲ ବର୍ଷା ହେଲେ ଚାଷକାର୍ଯ୍ୟ ଆଗକୁ ବଢାଇବା ଲାଗି ଚାଷୀ ଅନାଇ ବସିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Jul 31, 2023, 6:36 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.