ETV Bharat / state

Weather Update: ୨୪ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ଆହୁରି ୪ଦିନ ବର୍ଷା - ଓଡ଼ିଶା ପାଣିପାଗ

ଆସନ୍ତା ୨୪ ଘଣ୍ଟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଆଉ ୪ଦିନ ପ୍ରବଳ ବର୍ଷା । ଅଧିକ ପଢନ୍ତୁ

Etv Bharat
Etv Bharat
author img

By ETV Bharat Odisha Team

Published : Sep 4, 2023, 5:17 PM IST

Updated : Sep 4, 2023, 5:27 PM IST

Weather Update: ୨୪ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ଆହୁରି ୪ଦିନ ବର୍ଷା

ଭୁବନେଶ୍ବର: ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବା ବେଳେ ଏହାର ପ୍ରଭାବରେ ଆହୁରି ୪ ଦିନ ପ୍ରବଳ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଯାହାକୁ ନେଇ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୭.୬ କିମି ଯାଏଁ ବ୍ୟାପିଛି । ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ପୂର୍ବାନୁମାନ ଅନୁଯାୟୀ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ତୀବ୍ର-ବୃଷ୍ଟିପାତ ଲାଗି ରହିଛି । ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଏହା ବି ପଢନ୍ତୁ- ପୁଣି ସକ୍ରିୟ ହେଲା ମୌସୁମୀ, 7 ତାରିଖ ପର୍ଯ୍ଯନ୍ତ ରାଜ୍ୟରେ ବିସ୍ତୃତ ବର୍ଷା

ଯାହାକୁ ନେଇ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, ଅନୁଗୋଳ । ଏଥିସହ ୧୫ ଜିଲ୍ଲାକୁ ହଳଦିଆ ଚେତାବନୀ ଜାରି କରାଯାଇଛି । ଜିଲ୍ଲାଗୁଡ଼ିକ ହେଲା ଢେଙ୍କାନାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବାଲେଶ୍ଵର, ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ଗଞ୍ଜାମ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, କୋରାପୁଟ, ମାଲକାନାଗିରି । ସେହିପରି ଆସନ୍ତାକାଲି ୩ ଜିଲ୍ଲା ଯେପରିକି ମାଲକାନଗିରି, କୋରାପୁଟ, ନବରଙ୍ଗପୁରରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରଯାଇଛି ।

ଏହାସହ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆହୁରି ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ବିଭାଗ ସୂଚନା ଦେଇଛନ୍ତି । ଏଥିସହ ଗତ ୨୪ ଘଣ୍ଟାରେ ରାଜ୍ୟରେ ବିସ୍ତୃତି ବର୍ଷା ରେକର୍ଡ ହୋଇଛି । ହାରାହାରି ବର୍ଷା ୧୩ ମିମି ରେକର୍ଡ କରାଯାଇଛି ଯାହା ସ୍ବାଭାବିକ ବର୍ଷା ତୁଳନାରେ ୧୪% ଅଧିକ ରହିଛି । ସର୍ବାଧିକ ବର୍ଷା କଟକ ଜିଲ୍ଲାର ବାଙ୍କୀଠାରେ ୧୩୩ ମିମି ରେକର୍ଡ କରାଯାଇଛି । ଏଥିସହ ୧ ଜୁନରୁ ୪ ସେପ୍ଟେମ୍ବର ମଧ୍ୟରେ ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ଓ ୨୦ ଜିଲ୍ଲାରେ ସ୍ଵାଭାବିକ ବର୍ଷା ରେକର୍ଡ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Sep 4, 2023, 5:27 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.