ETV Bharat / state

Low Pressure: ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୨୧ ବେଳକୁ ଭିଜିବ ଓଡିଶା !

author img

By

Published : Nov 17, 2022, 8:35 PM IST

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ (Low Pressure formed over Bay of Bengal) ଆସନ୍ତା ୧୯ ତାରିଖରେ ଅବପାତର ରୂପ ନେବ । ୨୧ ବେଳକୁ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅଧିକ ପଢନ୍ତୁ

Low Presuure: ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୨୧ ବେଳକୁ ଭିଜିବ ଓଡ଼ିଶା

ଭୁବନେଶ୍ବର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଏକ ଲଘୁଚାପ (Low Pressure formed over Bay of Bengal) । ଏହି ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ୧୯ ନଭେମ୍ବର ବେଳକୁ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳର ମଧ୍ୟଭାଗରେ ଏକ ଅବପାତ ରୂପ ନେବ । ଯାହାଦ୍ବାରା ଆସନ୍ତା ୨୧ ବେଳକୁ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ (Bhubaneswar Meteorological Department) ସୂଚନା ମିଳିଛି ।

ଲଘୁଚାପ ଅବପାତର ରୂପ ନେବା ପରେ ପରବର୍ତ୍ତୀ ୩ଦିନ ଯାଏଁ ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି । ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୨୧ ତାରିଖ ବେଳକୁ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଜିଲ୍ଲାର ଗୋଟିଏରୁ ୨ଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏବେ ରାଜ୍ୟରେ ଶୁଖିଲା ପାଗ ରହିଥିବା ବେଳେ ରାଜ୍ୟର କିଛି ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳୁଛି ।

ଏହି ଜିଲ୍ଲାରେ ବର୍ଷା ସମ୍ଭାବନା
ଏହି ଜିଲ୍ଲାରେ ବର୍ଷା ସମ୍ଭାବନା

ଏହା ବି ପଢନ୍ତୁ- Odisha Cabinet: କାଲି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ, 9 ପ୍ରସ୍ତାବରେ ବାଜିବ ମୋହର !

ଏହାସହିତ କଳାହାଣ୍ଡି, କନ୍ଧମାଳ, ଗଜପତି ଓ ରାୟଗଡ଼ାରେ ଆସନ୍ତା ୧୯ ତାରିଖ ଠାରୁ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିବ । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ । ଏହାପରେ ୨ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବର ରାତି ତାପମାତ୍ରା ୧୭ ଡିଗ୍ରୀ ରହୁଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.