ETV Bharat / state

୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି, ୧୩ରୁ ଆବେଦନ - ରାଜ୍ୟରେ ଶିକ୍ଷକ ନିଯୁକ୍ତି ନେଇ ବିଜ୍ଞପ୍ତି

ରାଜ୍ୟରେ 20 ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ସେପ୍ଟେମ୍ବର 13 ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ଅଧିକ ପଢନ୍ତୁ

junior teacher recruitment
୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି
author img

By ETV Bharat Odisha Team

Published : Sep 11, 2023, 9:33 AM IST

ଭୁବନେଶ୍ବର: ଶିକ୍ଷକ ଚାକିରି ଆଶା ରଖିଥିବା ଅନେକ ଆଶାୟୀଙ୍କ ସ୍ବପ୍ନ ପୂରଣ ହେବାକୁ ଯାଉଛି । 20 ହଜାର ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟରେ 20 ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତ ହେବେ । ଏନେଇ ଓସେପା ୱେବସାଇଟରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ସେପ୍ଟେମ୍ବର 13 ତାରଖରୁ ଆବେଦନ ଆରମ୍ଭ ହେବ । ଅକ୍ଟୋବର 10 ଆବେଦନର ଶେଷ ତାରିଖ । ସମ୍ପୂର୍ଣ୍ଣ ଅନଲାଇନରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ହେବ । କମ୍ପ୍ୟୁଟର ବେସଡ ଟେଷ୍ଟରେ ଲିଖିତ ପରୀକ୍ଷା ହୋଇ ଚୟନ ପ୍ରକ୍ରିୟା କରାଯିବ । ଏହି ବ୍ୟାପକ ନିଯୁକ୍ତି ପ୍ରକ୍ରିୟା ଶିକ୍ଷା କ୍ଷେତ୍ରରେ ଏକ ଯୁଗାନ୍ତକାରୀ ପଦକ୍ଷେପ ହେବ ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି ହୋଇଛି । ଆସନ୍ତା ୧୩ରୁ ଆବେଦନ ପ୍ରକ୍ରିୟା ଆରମ୍ଭ । ଅକ୍ଟୋବର ୧୦ ତାରିଖରେ ଆବେଦନର ଶେଷ ତାରିଖ ଧାର୍ଯ୍ୟ ହୋଇଛି । ରାଜ୍ୟର ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦୂର ହେବା ସହ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସୁଦୃଢ଼ ହେବ । ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ଅନ୍‌ଲାଇନ୍‌ରେ କରାଯିବ । କମ୍ପ୍ୟୁଟର ବେସଡ୍ ଟେଷ୍ଟ ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ଚୟନ କରାଯିବ । ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲା ଅନୁସାରେ ଜିଲ୍ଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ଓସେପାରେ ୱେବସାଇଟ୍‌ରେ ନିଯୁକ୍ତି ପାଇଁ ଜିଲ୍ଲାସ୍ତରୀୟ ପଦବୀ, ଲିଖିତ ପରୀକ୍ଷାର ସିଲାବସ୍‌, କେଉଁ କେଉଁ ତଥ୍ୟ ଅପଲୋଡ୍ କରାଯିବ ଆଦି ସବିଶେଷ ବିବରଣୀ ଉପଲବ୍ଧ ରହିଛି ।

ଓସେପା ୱେବସାଇଟ୍‌ରେ ନିଯୁକ୍ତି ସମ୍ବନ୍ଧୀତ ସମସ୍ତ ତଥ୍ୟ ପ୍ରଦାନ କରାଯିବ । ଓସେପାର ୱେବସାଇଟ୍ (https://osepa.odisha.gov.in)ରେ ଆଶାୟୀମାନେ ଆବେଦନ କରିପାରିବେ । ଏହା ବ୍ୟତୀତ ଅନ୍ୟ କୌଣସି ମାଧ୍ୟମରେ ଆବେଦନକୁ ସ୍ୱୀକାର କରାଯିବ ନାହିଁ । ଆଶାୟୀମାନେ ଉପଯୁକ୍ତ ଇମେଲ୍ ଆଇଡି ଏବଂ ମୋବାଇଲ୍ ନମ୍ବର ଦେଇ ନିଜ ନାମ ପଞ୍ଜୀକରଣ କରିବେ । ଏହା ପରେ ଆବଶ୍ୟକ ତଥ୍ୟ ଅପଲୋଡ୍ କରି ଆବେଦନ କରିବେ । ଅନ୍‌ଲାଇନ୍‌ରେ ଆବେଦନ କରିବା ସମୟରେ ଯଦି କୌଣସି ସମସ୍ୟା ଦେଖାଯାଏ, ତେବେ ଆଶାୟୀମାନେ ହେଲ୍ପ ଡେସ୍କ୍‌ର ୭୩୫୩୯୨୭୭୭୯ ନମ୍ବରରେ ସୋମବାରଠୁ ଶୁକ୍ରବାର ପର୍ଯ୍ୟନ୍ତ ପୂର୍ବାହ୍ନ ୧୦ଟାରୁ ଅପରାହ୍ଣ ୫ଟା ମଧ୍ୟରେ ଯୋଗାଯୋଗ କରିପାରିବେ ।

ଏହା ବି ପଢନ୍ତୁ...ଶିକ୍ଷକ ନିଯୁକ୍ତି ନିୟମାବଳୀରେ ସଂଶୋଧନ, ଚୁକ୍ତିଭିତ୍ତିକ ବଦଳରେ ନିଯୁକ୍ତ ହେବେ କନିଷ୍ଠ ଶିକ୍ଷକ

ସୂଚନା ଅନୁଯାୟୀ, ରାଜ୍ୟରେ ପ୍ରାଥମିକ ଶିକ୍ଷକ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଯାହା ରାଜ୍ୟର ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦୂର ହେବା ସହ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବ । ଏବେ ବି ଅନେକ ସ୍କୁଲରେ ଜଣେ ଲେଖାଁଏ ଶିକ୍ଷକ ରହିଥିବା ବେଳେ ଶିକ୍ଷାଦାନ କ୍ଷେତ୍ରରେ ଅନେକ ସମସ୍ୟା ଦେଖାଯାଉଛି । ତେବେ ଏହି ସମସ୍ୟାକୁ ଏଡ଼ାଇବା ପାଇଁ ରାଜ୍ୟ ସରକାର ନିଯୁକ୍ତି ଆରମ୍ଭ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.