ETV Bharat / state

Surya Narayan Patro Demise: ଶୋକ ପ୍ରକାଶ କଲେ ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ-କେନ୍ଦ୍ରମନ୍ତ୍ରୀ - ରାଜ୍ୟପାଳଙ୍କ ଶୋକ ପ୍ରକାଶ

ପୂର୍ବତନ ବାଚସ୍ପତି ତଥା ବରିଷ୍ଠ ବିଜେଡି ନେତା ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଓ ଅନେକ ରାଜନେତା । ଅଧିକ ପଢନ୍ତୁ

Surya Narayan Patro Demise
Surya Narayan Patro Demise
author img

By ETV Bharat Odisha Team

Published : Sep 2, 2023, 9:13 PM IST

Updated : Sep 2, 2023, 10:16 PM IST

ଭୁବନେଶ୍ବର: ପରଲୋକରେ ପୂର୍ବତନ ବାଚସ୍ପତି ତଥା ବରିଷ୍ଠ ବିଜେଡି ନେତା ସୂର୍ଯ୍ୟ ନାରାୟଣ ପାତ୍ର । ଦୀର୍ଘ ଦିନ ଧରି କିଡନୀ ରୋଗରେ ପୀଡ଼ିତ ଥିବା ବେଳେ ଶୁକ୍ରବାର ସନ୍ଧ୍ୟା ସମୟରେ ତାଙ୍କର ମୃତ୍ୟୁ ଘଟିଛି । ୭୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଥିବା ବେଳେ ବିଭିନ୍ନ ମହଲରୁ ଶୋକ ପ୍ରକାଶ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କଠୁ ଆରମ୍ଭ କରି ରାଜ୍ୟପାଳ ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନେକ ରାଜନେତା ଶୋକବ୍ୟକ୍ତ କରିଛନ୍ତି ।

  • ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା, ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଗଞ୍ଜାମବାସୀଙ୍କ ସେବାରେ ତାଙ୍କର ଉତ୍ସର୍ଗୀକୃତ ଜୀବନ ସର୍ବଦା ସ୍ମରଣୀୟ ରହିବ। ବିଜୁ ଜନତା ଦଳକୁ ସଙ୍ଗଠିତ କରିବାରେ ତାଙ୍କର ବହୁମୂଲ୍ୟ ଯୋଗଦାନ ଆମ ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ। ଏହା…

    — Naveen Patnaik (@Naveen_Odisha) September 2, 2023 " class="align-text-top noRightClick twitterSection" data=" ">

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି କହିଛନ୍ତି, " ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା, ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଗଞ୍ଜାମବାସୀଙ୍କ ସେବାରେ ତାଙ୍କର ଉତ୍ସର୍ଗୀକୃତ ଜୀବନ ସର୍ବଦା ସ୍ମରଣୀୟ ରହିବ। ବିଜୁ ଜନତା ଦଳକୁ ସଙ୍ଗଠିତ କରିବାରେ ତାଙ୍କର ବହୁମୂଲ୍ୟ ଯୋଗଦାନ ଆମ ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ। ଏହା ଓଡ଼ିଶାର ରାଜନୀତି ତଥା ଦଳ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି। "

  • ବିଧାନସଭାର ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିୟୋଗରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଲୋକ ପ୍ରତିନିଧି ଭାବେ ଆଜୀବନ ଲୋକସେବାପାଇଁ ସେ ସ୍ମରଣୀୟ ହୋଇ ରହିବେ ବୋଲି ମାନ୍ୟବର ରାଜ୍ୟପାଳ କହିଛନ୍ତି।

    — Governor Odisha (@GovernorOdisha) September 2, 2023 " class="align-text-top noRightClick twitterSection" data=" ">

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶୋକ ବ୍ୟକ୍ତ କରି କହିଛନ୍ତି, " ବିଧାନସଭାର ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିୟୋଗରେ ମୁଁ ଗଭୀର ଶୋକ ବ୍ୟକ୍ତ କରୁଛି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଲୋକ ପ୍ରତିନିଧି ଭାବେ ଆଜୀବନ ଲୋକସେବାପାଇଁ ସେ ସ୍ମରଣୀୟ ହୋଇ ରହିବେ ।" ଏ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ କରି କହିଛନ୍ତି, " ଆମ ଦଳର ବରିଷ୍ଠ ନେତା ପିତାମ୍ବର ଆଚାର୍ଯ୍ୟଙ୍କ ମାଆ ସ୍ବର୍ଣ୍ଣଲତା ଆଚାର୍ଯ୍ୟଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ ଜଣେ ଧର୍ମ ପରାୟଣା ଓ ପରୋପକାରୀ ମହିଳା ଥିଲେ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି ।"

  • ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ ଜଣେ ଭଲ ବନ୍ଧୁ ଓ ସ୍ନେହୀ ସ୍ୱଭାବର ବ୍ୟକ୍ତି ଥିଲେ । ଓଡ଼ିଶାର ରାଜନୈତିକ କ୍ଷେତ୍ରରେ ତାଙ୍କର ଯୋଗଦାନ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା…

    — Dharmendra Pradhan (@dpradhanbjp) September 2, 2023 " class="align-text-top noRightClick twitterSection" data=" ">

ଏହା ବି ପଢନ୍ତୁ- MLA Surjya Narayana Patro Passes Away: ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

ସେହିପରି ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନା ଟ୍ବିଟ କରି ଶୋକବ୍ୟକ୍ତ କରିଛନ୍ତି । ସେ କହିଛନ୍ତି, " ଗଞ୍ଜାମ ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକରେ ମୁଁ ଦୁଃଖିତ । ତାଙ୍କ ଅମର ଆତ୍ମାକୁ ସଦଗତି ମିଳୁ । ଏଭଳି କଠିନ ସମୟରେ ଭଗବାନ ଶୋକସନ୍ତପ ପରିବାରକୁ ଧୈର୍ଯ୍ୟ ଦିଅନ୍ତୁ ।" ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଶୋକ ପ୍ରକାଶ କରି କହିଛନ୍ତି, " ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ଦିଗପହଣ୍ଡି ବିଧାୟକ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ଏଭଳି ବିପତ୍ତି ସମୟରେ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଈଶ୍ବର ଧୈର୍ଯ୍ୟ ପ୍ରଦାନ କରନ୍ତୁ ଏହାହିଁ କାମନା ।

  • I'm sorry to hear about the passing of former Speaker & Current MLA of the Odisha Legislative Assembly, Suryanarayan Patra. My deepest condolences to his family and loved ones. His significant contributions to Odisha will be remembered, and his legacy will live on. 🙏 pic.twitter.com/l2umKkBfzk

    — Sarat Patnaik (@SaratPatINC) September 2, 2023 " class="align-text-top noRightClick twitterSection" data=" ">

କଂଗ୍ରେସ ପିସିସି ସଭାପତି ଶରତ ପଟ୍ଟନାୟକ ମଧ୍ୟ ପୂର୍ବତନ ବିଧାୟକଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି, " ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ନିଧନରେ ମୁଁ ଅତ୍ୟନ୍ତ ଦୁଃଖିତ । ଶୋକ ସନ୍ତପ ପରିବାର ବର୍ଗଙ୍କୁ ମୋର ଗଭୀର ସମବେଦନା । ଓଡ଼ିଶା ଲାଗି ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ ।"

ସୂଚନା ଥାଉ କି ଗଜପତି ଜିଲ୍ଲା ମୋହନା ନିର୍ବାଚନ ମଣ୍ଡଳୀରୁ ଜନତା ଦଳ ଟିକଟରୁ ନିର୍ବାଚନ ଲଢି ହୋଇଥିଲେ ବିଧାୟକ । ରାଜନୀତି ଜୀବନରେ ମୋହନାରୁ 4 ଥର ଦିଗପହଣ୍ଡିରୁ 3 ଥର ବିଧାନସଭାକୁ ହୋଇଥିଲେ ନିର୍ବାଚିତ । 1990 ମସିହାରୁ 2019 ଯାଏଁ ଲଗାତାର 7 ଥର ହୋଇଥିଲେ ବିଧାୟକ ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Sep 2, 2023, 10:16 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.