ETV Bharat / state

କେନ୍ଦୁପତ୍ର ହିତାଧିକାରୀ ପାଇବେ ୧୧୧ କୋଟି ସହାୟତା, ଉପକୃତ ହେବେ ୮ ଲକ୍ଷ - କେନ୍ଦୁପତ୍ର ହିତାଧିକାରୀଙ୍କୁ ୧୧୧ କୋଟି ଘୋଷଣା

କେନ୍ଦୁପତ୍ର ହିତାଧିକାରୀଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଦ୍ବିତୀୟ ପର୍ଯ୍ୟାୟରେ ମିଳିବ ୧୧୧ କୋଟି ଟଙ୍କା । ଅଧିକ ପଢନ୍ତୁ

କେନ୍ଦୁପତ୍ର ହିତାଧିକାରୀଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

author img

By

Published : May 5, 2023, 12:18 PM IST

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ସହାୟତା ଘୋଷଣା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ । ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି । ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ, ଯାହା କି ଗୋଟିଏ ଫସଲ ବର୍ଷରେ ଏକ ସର୍ବକାଳୀନ ରେକର୍ଡ ।

ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ବାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ । ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଏବଂ ୪୦ ହଜାର ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଏହି ସହାୟତା ମିଳିବ । ପ୍ରତ୍ୟେକ ତୋଳାଳିଙ୍କୁ ଏକ ହଜାର ଟଙ୍କାର ଆର୍ଥିକ ସହାୟତା ସହିତ ପାଣି ବୋତଲ ଓ ଚପଲ ପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ । ସେହିପରି ପ୍ରତ୍ୟେକ ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଆର୍ଥିକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ । କେନ୍ଦୁପତ୍ର ସଂଗ୍ରହ ହେଉଥିବା ରାଜ୍ୟର ୨୨ଟି ଜିଲ୍ଲା ମଧ୍ୟରୁ ଝାରସୁଗୁଡା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାର ହିତାଧିକାରୀମାନେ ଏହି ସହାୟତା ପାଇବେ ।

ଏହାମଧ୍ୟ ପଢନ୍ତୁ: ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତର ଦ୍ବିତୀୟ ଦିନ: ମହାଦେବ ମନ୍ଦିରରେ ପୂଜାର୍ଚ୍ଚନା କଲେ, ଆଜି ବୁଲିବେ ଶିମିଳିପାଳ

ନିର୍ବାଚନ ଆଚରଣ ବିଧି ଉଠିବା ପରେ ଝାରସୁଗୁଡାର ହିତାଧିକାରୀମାନଙ୍କୁ ଏହି ସହାୟତା ମିଳିବ । ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀ ମାନଙ୍କୁ ୮୩ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । କେନ୍ଦୁପତ୍ର ହିତାଧିକାରୀ, ଯେଉଁମାନେ କି ମୁଖ୍ୟତଃ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଟନ୍ତି, ସେମାନଙ୍କ ଜୀବନଧାରଣ ମାନର ଉନ୍ନତିରେ ଏହି ଘୋଷଣା ସହାୟକ ହେବ ।

ଏହାମଧ୍ୟ ପଢନ୍ତୁ: Possible cyclone threat: ବିଏମସିର ପ୍ରସ୍ତୁତି ବୈଠକ, 2 ଦିନ ମଧ୍ୟରେ ପ୍ରସ୍ତୁତି ସାରିବାକୁ ନିର୍ଦ୍ଦେଶ

ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଗତ ବର୍ଷ ନଭେମ୍ବରରେ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ଘୋଷଣା ହୋଇଥିଲା । ମଧ୍ୟବର୍ତ୍ତୀ କାଳୀନ ସହାୟତା ଭାବରେ ୧୦୦୦ ଟଙ୍କା ପାଇଥିବାବେଳେ ବନ୍ଧାଳୀ ଓ ସିଜିନାଲ କର୍ମଚାରୀଙ୍କୁ ମିଳିଥିଲା ୧୫୦୦ ଟଙ୍କା । ଡିବିଟି ଜରିଆରେ ଏହି ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା ହୋଇଥିଲା ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.