ETV Bharat / state

ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ ହେଲେ ମିଳିବ ୪ଲକ୍ଷ - ମୋଟର ଯାନ ଡ୍ରାଇଭର

ଡ୍ରାଇଭର କଲ୍ୟାଣ ବୋର୍ଡ ପ୍ରସ୍ତାବକୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସ୍ବୀକୃତି । ଏହି ଯୋଜନାରେ ପରିବହନ ଡ୍ରାଇଭର ଓ ଅନ୍ୟାନ୍ୟ କର୍ମଚାରୀଙ୍କ ପାଇଁ ରହିଛି ବିଭିନ୍ନ ପ୍ରକାରର ସୁବିଧା । ଅଧିକ ପଢନ୍ତୁ

Etv Bharat
Etv Bharat
author img

By

Published : Jun 12, 2023, 8:36 PM IST

Updated : Jun 12, 2023, 8:47 PM IST

ଡ୍ରାଇଭରଙ୍କ ମୃତ୍ୟୁ ହେଲେ ମିଳିବ ୪ଲକ୍ଷ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନାକୁ ଅନୁମୋଦନ କରିଛନ୍ତି । ଏହି ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ଗଠନ ହେବାକୁ ଥିବା କଲ୍ୟାଣ ବୋର୍ଡ ପ୍ରସ୍ତାବକୁ ମଧ୍ୟ ମୁଖ୍ୟମନ୍ତ୍ରୀ ସ୍ବୀକୃତି ପ୍ରଦାନ କରିଛନ୍ତି । ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ ଓ ପରିବହନ କମିଶନର ଅମିତାଭ ଠାକୁର । ସେପଟେ ସରକାରଙ୍କ ନିଷ୍ପତ୍ତିକୁ ସ୍ବାଗତ କରିଛି ଓଡିଶା ଡ୍ରାଇଭର ମହାମଞ୍ଚ ।

ଡ୍ରାଇଭର କଲ୍ୟାଣ ବୋର୍ଡ ପ୍ରସ୍ତାବକୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସ୍ବୀକୃତି

ପରିବହନ ମନ୍ତ୍ରୀ କହିଛନ୍ତି, "ମୋଟରଯାନ ଡ୍ରାଇଭର ଓ ଅନ୍ୟାନ୍ୟ କର୍ମଚାରୀମାନଙ୍କର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରାଯାଉଛି । ଏହି ଯୋଜନା କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବୋର୍ଡକୁ ପ୍ରାରମ୍ଭିକ ଭାବେ ଅନୁଦାନ ପ୍ରଦାନ କରାଯିବ । ଗଠନ ହେବାକୁ ଥିବା ବୋର୍ଡରେ ପରିବହନ ବିଭାଗର ଅଧିକାରୀ, ଶ୍ରମ ବିଭାଗର ଅଧିକାରୀ, ଏକ୍ସପର୍ଟ ଓ ମହାମଞ୍ଚର କର୍ମକର୍ତ୍ତା ସଦସ୍ୟ ରହିବେ । ବୋର୍ଡ ପକ୍ଷରୁ ପଞ୍ଜୀକରଣ ଶୁଳ୍କ ସଂଗ୍ରହ, ଯାନ ମାଲିକଙ୍କ ଅବଦାନ ଏବଂ ଅନ୍ୟାନ୍ୟ ଉତ୍ସରୁ ପାଣ୍ଠି ସଂଗ୍ରହ କରି ଯୋଜନାକୁ ପରିଚାଳନା କରିବେ ।"

ପରିବହନ ଡ୍ରାଇଭର ଓ ଅନ୍ୟାନ୍ୟ କର୍ମଚାରୀଙ୍କ ପାଇଁ ବିଭିନ୍ନ ସୁବିଧାର ପ୍ରାବଧାନ କରାଯାଇଛି । ମୃତ୍ୟୁ କ୍ଷେତ୍ରରେ ମୃତ ଡ୍ରାଇଭର/କର୍ମଚାରୀଙ୍କ ମନୋନୀତ ବ୍ୟକ୍ତିଙ୍କୁ ୪ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ଅତି ଗଭୀର ଆଘାତ କ୍ଷେତ୍ରରେ ୮୦ ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ । ସ୍ଥାୟୀ ଅକ୍ଷମତା ମାମଲାରେ ମୋଟର ପରିବହନ ଡ୍ରାଇଭର କିମ୍ବା କର୍ମଚାରୀଙ୍କୁ ୧ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରାଯିବ । ସାଧାରଣ ମୃତ୍ୟୁ ମାମଲାରେ ମନୋନୀତ ବ୍ୟକ୍ତିଙ୍କୁ ୨ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ଏହା ବ୍ୟତୀତ ସେମାନେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ମଧୁ ବାବୁ ପେନସନ ଯୋଜନା ଆଦିରେ ସେମାନଙ୍କୁ ଯୋଗ୍ୟତା ଅନୁଯାୟୀ ଅନ୍ତର୍ଭୁକ୍ତ କରାଯିବ । ଏହି ଯୋଜନା କର୍ଯ୍ୟକାରୀ ହେବା ଦ୍ବାରା ୫ ଲକ୍ଷରୁ ଊର୍ଦ୍ଧ୍ବ ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ ଉପକୃତ ହେବେ ।

ଏହା ବି ପଢନ୍ତୁ- 11days of Train Tragedy: ସେଦିନ ଶୁଭୁଥିଲା ଆର୍ତ୍ତ ଚିତ୍କାର, ଆଜି ଶୁଭୁଛି ହରିନାମ

୧୦ ଦଫା ଦାବି ନେଇ ଡ୍ରାଇଭର ମହାମଞ୍ଚ ପକ୍ଷରୁ ଧର୍ମଘଟ ଡାକରା ଦେଇଥିଲା । ଧର୍ମଘଟରେ ସାମିଲ ହୋଇଥିଲେ ରାଜ୍ୟର ୫ ଲକ୍ଷରୁ ଅଧିକ ଗାଡ଼ି ଚାଳକ ଓ ଡ୍ରାଇଭର । ରାଜ୍ୟର ସମସ୍ତ ବ୍ଲକ ଏବଂ ସଦର ମହକୁମାରେ ଡ୍ରାଇଭର ଆନ୍ଦୋଳନ କରିଥିଲେ । ଡ୍ରାଇଭରଙ୍କୁ ସାମାଜିକ ସୁରକ୍ଷା, ପେନସନ ବ୍ୟବସ୍ଥା, ଦୁର୍ଘଟଣା ଜନିତ କ୍ଷତିପୂରଣ, ଗାଡି ରହଣି ସ୍ଥଳରେ ମୌଳିକ ସୁବିଧା ସୁଯୋଗ ଯୋଗାଇ ଦେବା ଭଳି ଅନେକ ସମସ୍ୟାକୁ ଦୂର କରିବାକୁ ମହାମଞ୍ଚର ଦାବି ରହିଛି । ଆନ୍ଦୋଳନ ଯୋଗୁଁ ରାଜ୍ୟର ଅଖଚକ ବନ୍ଦ ହୋଇଯାଇଥିଲା । ଯାହାକୁ ନେଇ ବ୍ୟାକଫୁଟରେ ଥିଲେ ସରକାର । ମୁଖ୍ୟ ଶାସନ ସଚିବ ବୈଠକ ଡାକି ଡ୍ରାଇଭର ମହାମଞ୍ଚର କର୍ମକର୍ତ୍ତାଙ୍କ ସହିତ ଆଲୋଚନା କରିଥିଲେ । ଦାବି ପୂରଣ ନେଇ ସେ ଲିଖିତ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Jun 12, 2023, 8:47 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.