ETV Bharat / state

ପାଚିକା-ସହାୟିକାଙ୍କୁ ଭତ୍ତା; ଆର୍ଥିକ ସହାୟତା ୧୧୭.୭୩ କୋଟି, ଶାଢି ପାଇଁ ୫.୪୫ କୋଟି - ପାଚିକାଙ୍କୁ ଆର୍ଥିକ ସହାୟତା

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପିଲାମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ତଥା ପୃଷ୍ଟି ନିରାପତ୍ତା ପାଇଁ ମଧ୍ୟାହ୍ନ ଭୋଜନର ଭୂମିକା ବହୁତ ଗୁରୁତ୍ବପୂର୍ଣ୍ଣ । ପାଚିକା ଓ ସହାୟିକାମାନେ ଏହି ଗୁରୁ ଦାୟିତ୍ବ ବହନ କରୁଛନ୍ତି । ୫୦ ହଜାରରୁ ଅଧିକ ସ୍କୁଲରେ ୪୫ ଲକ୍ଷରୁ ଅଧିକ ପିଲା ପଢୁଛନ୍ତି । ପାଚିକା ଓ ସହାୟିକାମାନେ ମା ପରି ଏ ସବୁ ପିଲାମାନଙ୍କର ଖାଇବା ଦାୟିତ୍ବ ନେଇଛନ୍ତି । ତେଣୁ ସାରା ସମାଜ ଆପଣମାନଙ୍କ ନିକଟରେ ଋଣୀ । ଅଧିକ ପଢନ୍ତୁ

ଆର୍ଥିକ ସହାୟତା ୧୧୭.୭୩ କୋଟି, ଶାଢି ପାଇଁ ୫.୪୫ କୋଟି

author img

By

Published : Jun 13, 2023, 9:08 PM IST

ଆର୍ଥିକ ସହାୟତା ୧୧୭.୭୩ କୋଟି, ଶାଢି ପାଇଁ ୫.୪୫ କୋଟି

ଭୁବନେଶ୍ବର: ରାଜ୍ୟର ବିଦ୍ୟାଳୟ ଗୁଡିକରେ ନିୟୋଜିତ ଥିବା ପାଚିକା-ସହାୟିକା ମାନଙ୍କ ପାଇଁ ଆର୍ଥିକ ସହାୟତା ରାଶି ମଞ୍ଜୁର ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସେମାନଙ୍କ ପାଇଁ ୧୧୭.୭୩ କୋଟି ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରିଛନ୍ତି । ଏହା ସହ ଶାଢ଼ି ପାଇଁ ଭତ୍ତା ମଧ୍ୟ ପ୍ରଦାନ କରିଛନ୍ତି । ପ୍ରତ୍ୟେକ ପାଚିକା ଓ ସହାୟିକାଙ୍କୁ ଶାଢ଼ୀ ବାବଦରେ ୫୦୦ ଟଙ୍କା ଲେଖାଏ ଭତ୍ତା ପ୍ରଦାନ କରାଯାଇଛି । ରାଜ୍ୟର ଏକ ଲକ୍ଷ ନଅ ହଜାର ପାଚିକାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୫.୪୫ କୋଟି ଟଙ୍କା ପ୍ରଦାନ କରାଯାଇଛି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପିଲାମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ତଥା ପୃଷ୍ଟି ନିରାପତ୍ତା ପାଇଁ ମଧ୍ୟାହ୍ନ ଭୋଜନର ଭୂମିକା ବହୁତ ଗୁରୁତ୍ବପୂର୍ଣ୍ଣ । ପାଚିକା ଓ ସହାୟିକାମାନେ ଏହି ଗୁରୁ ଦାୟିତ୍ବ ବହନ କରୁଛନ୍ତି । ୫୦ ହଜାରରୁ ଅଧିକ ସ୍କୁଲରେ ୪୫ ଲକ୍ଷରୁ ଅଧିକ ପିଲା ପଢୁଛନ୍ତି । ପାଚିକା ଓ ସହାୟିକାମାନେ ମା ପରି ଏ ସବୁ ପିଲାମାନଙ୍କର ଖାଇବା ଦାୟିତ୍ବ ନେଇଛନ୍ତି । ତେଣୁ ସାରା ସମାଜ ଆପଣମାନଙ୍କ ନିକଟରେ ଋଣୀ । ୪୭୩୦ ମିଶନ ଶକ୍ତି ଗୋଷ୍ଠୀଙ୍କ ଜରିଆରେ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚାଲିଛି । ଅନ୍ୟାନ୍ୟ ସବୁ ଦାୟିତ୍ବ ପରି ଏ ଦାୟିତ୍ବ ମଧ୍ୟ ପାଚିକା ଓ ସହାୟିକାମାନେ ଭଲ ଭାବରେ ପାଳନ କରୁଛନ୍ତି । ମିଶନ ଶକ୍ତିର ସୁନାମ ଦିନକୁ ଦିନ ବଢି ଚାଲିଛି । ମିଶନ ଶକ୍ତି ଜରିଆରେ ମା ମାନଙ୍କ ସଶକ୍ତିକରଣ ପାଇଁ ଉଦ୍ୟମ ଜାରି ରହିବ ।

ପାଚିକା ଓ ସହାୟିକାମାନଙ୍କୁ ଖାଦ୍ୟ ଓ ସ୍ବଚ୍ଛତା ସମ୍ପର୍କରେ ତାଲିମ ଦିଆଯାଇଛି । ସେମାନେ ମଧ୍ୟାହ୍ନ ଭୋଜନରେ ସ୍ବଚ୍ଛତା ଓ ଖାଦ୍ୟ ସୁରକ୍ଷା ବଜାୟ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ରାଜ୍ୟରେ ଚାଲିଥିବା ମଧ୍ୟାନ୍ନ ଭୋଜନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଛନ୍ତି । ବିଦ୍ୟାଳୟ ଗୁଡିକରେ ଉପସ୍ଥାପନ ଓ ପୃଷ୍ଟିହୀନତା ଦୂର କରିବାରେ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥି. ଏସ. ସ୍ବାଗତ ଭାଷଣ ଦେଇଛନ୍ତି । ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମର ନୋଡାଲ ଅଫିସର ରଘୁରାମ ଆର. ଆୟାର ଧନ୍ୟବାଦ ଅର୍ପଣ କରିଛନ୍ତି । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଉପସ୍ଥିତ ଥିଲେ ।

ରାଜ୍ୟରେ ୫୦,୮୬୨ଟି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୪୫.୫୦ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେଉଛନ୍ତି । ୪୭୩୦ ମିଶନ ଶକ୍ତି ଗୋଷ୍ଠୀର ୧.୦୯ ଲକ୍ଷ ପାଚିକା ଓ ସହାୟିକାମାନେ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତିରେ ସାମିଲ ଅଛନ୍ତି । ପୂର୍ବରୁ ୨୦୧୭-୧୮ ମସିହାରେ ସେମାନଙ୍କ ପାଇଁ ଶାଢ଼ି ଭତ୍ତା ବାବଦରେ ଜଣ ପିଛା ୨୫୦ ଟଙ୍କା ମଞ୍ଜୁର କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.