ETV Bharat / state

Govt Hikes Ex Gratia: ଡ୍ୟୁଟି ସମୟରେ ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ

author img

By

Published : May 31, 2023, 6:05 PM IST

ନୂତନ ନିଷ୍ପତ୍ତି ଅନୁଯାୟୀ ରାଜ୍ୟ ସରକାରଙ୍କ ଅଧିନରେ ଦାୟିତ୍ବ ପାଳନ ସମୟରେ କର୍ମଚାରୀ ମାନଙ୍କ ମୃତ୍ୟୁ ଘଟିଲେ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି ହୋଇଛି । ସହାୟତା ରାଶିର ପରିମାଣକୁ ବର୍ତ୍ତମାନର ୪ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଅଧିକ ପଢନ୍ତୁ

ଡ୍ୟୁଟି ସମୟରେ ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ
ଡ୍ୟୁଟି ସମୟରେ ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ
ଡ୍ୟୁଟି ସମୟରେ ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ
ଡ୍ୟୁଟି ସମୟରେ ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ

ଭୁବନେଶ୍ବର: ସରକାରୀ କର୍ମଚାରୀମାନଙ୍କ ପାଇଁ ଭଲ ଖବର । ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରିଛନ୍ତି ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ସହାୟତା ରାଶିର ପରିମାଣକୁ ବର୍ତ୍ତମାନର ୪ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।

ନୂତନ ନିଷ୍ପତ୍ତି ଅନୁଯାୟୀ ରାଜ୍ୟ ସରକାରଙ୍କ ଅଧିନରେ ଦାୟିତ୍ବ ପାଳନ ସମୟରେ କର୍ମଚାରୀମାନଙ୍କ ମୃତ୍ୟୁ ଘଟିଲେ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି ହୋଇଛି । ସହାୟତା ରାଶିର ପରିମାଣକୁ ବର୍ତ୍ତମାନର ୪ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଆଘାତ ଯୋଗୁଁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।

ସେହିପରି ଗତ ମେ 3 ତାରିଖରେ ରାଜ୍ୟ ସରକାର ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷ ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ବୃଦ୍ଧି କରିଥିଲେ । ଘର ଦ୍ବାର ଭାଙ୍ଗିବା ଓ ଫସଲ ନଷ୍ଟର ସହାୟତା ରାଶି ମଧ୍ୟ ବୃଦ୍ଧି କରାଯାଇଛି । ନୂତନ ନିଷ୍ପତ୍ତି ଅନୁଯାୟୀ ବନ୍ୟାପ୍ରାଣୀ ଆକ୍ରମଣରେ ମନୁଷ୍ୟ ମୃତ୍ୟୁ କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣ ୪ ଲକ୍ଷ ଟଙ୍କାରୁ ୬ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି । ଗୁରୁତର ଆହତଙ୍କ କ୍ଷେତ୍ରରେ ସହାୟତା ପରିମାଣ ମଧ୍ୟ ବୃଦ୍ଧି ପାଇଛି । ୬୦ ପ୍ରତିଶତରୁ କମ ଅକ୍ଷମତା କ୍ଷେତ୍ରରେ ସହାୟତା ପରିମାଣ ୧ ଲକ୍ଷ ଟଙ୍କାରୁ ୧.୫୦ ଲକ୍ଷ ଟଙ୍କା ଏବଂ ୬୦ ପ୍ରତିଶତରୁ ଅଧିକ ଅକ୍ଷମତା କ୍ଷେତ୍ରରେ ସହାୟତା ପରିମାଣ ୨.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି ।

ସେହିଭଳି ସାମାନ୍ୟ ଆହତଙ୍କ କ୍ଷେତ୍ରରେ ପୂର୍ବରୁ ସହାୟତା ପରିମାଣ ୫ ହଜାର ଟଙ୍କା ଥିଲା । ବର୍ତ୍ତମାନ ଏକ ସପ୍ତାହରୁ ଅଧିକ ସମୟ ଧରି ଚିକିତ୍ସାର ଆବଶ୍ୟକତା ଥିଲେ, ସେ କ୍ଷେତ୍ରରେ ସରକାରୀ ହସ୍ପିଟାଲରେ ସଂପୂର୍ଣ୍ଣ ମାଗଣା ଚିକିତ୍ସା ସହିତ ୧୦ ହଜାର ଟଙ୍କା ସହାୟତା ଦିଆଯିବ । ଚିକିତ୍ସାର ସମୟ ଏକ ସପ୍ତାହରୁ କମ ହେଲେ, ସରକାରୀ ହସ୍ପିଟାଲରେ ସଂପୂର୍ଣ୍ଣ ମାଗଣା ଚିକିତ୍ସା ସହିତ ୫ ହଜାର ଟଙ୍କା ସହାୟତା ଦିଆଯିବ । ଗୋମହିଷାଦିଙ୍କ ମୃତ୍ୟୁ କ୍ଷେତ୍ରରେ ମଧ୍ୟ ସହାୟତା ରାଶି ବୃଦ୍ଧି ପାଇଛି । ଗାଈ ବା ମଇଁଷିଙ୍କ ମୃତ୍ୟୁ କ୍ଷେତ୍ରରେ ସହାୟତା ରାଶି ପରିମାଣ ୩୭,୫୦୦ ଟଙ୍କା ଏବଂ ବଳଦର ମୃତ୍ୟୁ କ୍ଷେତ୍ରରେ ସହାୟତା ୩୨,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ପୂର୍ବରୁ ଏହା ୫ ହଜାର ଥିଲା । ବାଛୁରୀ ମୃତ୍ୟୁ ପାଇଁ ୨୫୦୦ ଟଙ୍କାରୁ ୫୦୦୦ ଟଙ୍କା, ଛେଳି ମେଣ୍ଢାଙ୍କ କ୍ଷେତ୍ରରେ ୨୦୦୦ ଟଙ୍କାରୁ ୪୦୦୦ ଟଙ୍କା ଓ ମେଣ୍ଢା ଛୁଆ କ୍ଷେତ୍ରରେ ୭୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.