ETV Bharat / state

ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ମଞ୍ଜୁର; ଖର୍ଚ୍ଚ ହେବ ୩୫୦ କୋଟି - ନଦୀଗର୍ଭ ଜଳାଶୟ ପ୍ରକଳ୍ପ ପାଇଁ ଟଙ୍କା ମଞ୍ଜୁର

କଟକ ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଏ ନେଇ 350କୋଟି ଟଙ୍କା ମଞ୍ଜୁର କରିଛନ୍ତି ରାଜ୍ୟ ସରକାର । ଅଧିକ ପଢନ୍ତୁ

ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ମଞ୍ଜୁର
Instream storage structure at mahanadi
author img

By ETV Bharat Odisha Team

Published : Nov 22, 2023, 7:13 AM IST

ଭୁବନେଶ୍ବର: ଦୂର ହେବ କଟକ ଜିଲ୍ଲାର 3ଟି ବ୍ଲକବାସୀଙ୍କ ଜଳସମସ୍ୟା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ରାଜ୍ୟ ସରକାର ୩୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ପ୍ରକଳ୍ପଟି ହେଉଛି ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପ । ଏହି ପ୍ରକଳ୍ପ ଦ୍ବାରା ବଡମ୍ବା, ବାଙ୍କୀ ଓ ଭାପୁର ବ୍ଲକର ଲୋକେ ଉପକୃତ ହେବେ । ଭୂତଳ ଜଳସ୍ତରର ବୃଦ୍ଧି ଲକ୍ଷ୍ୟ ନେଇ ଏହି ପ୍ରକଳ୍ପକୁ ଅନୁମୋଦନ ମିଳିଛି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନ କଟକ ଜିଲ୍ଲା ଗସ୍ତ କରିଥିଲେ । ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ । ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହା ଦ୍ବାରା ତିନୋଟି ବ୍ଲକର ଲୋକ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ । ବୈଦେଶ୍ବର ପ୍ରକଳ୍ପ ଦ୍ବାରା ବଡ଼ମ୍ବା, ବାଙ୍କୀ ଓ ଭାପୁର ବ୍ଲକର ଜନସାଧାରଣ ଉପକୃତ ହେବେ । ତେଣୁ ଏହି ପ୍ରକଳ୍ପ ପାଇଁ 350 କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

ଏହା ବି ପଢନ୍ତୁ...ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ଶୁଭାରମ୍ଭ; ଚଳିତ ବର୍ଷ ଖର୍ଚ୍ଚ ହେବ ୪୪୮ କୋଟି

ସେହିପରି ଗତ ୧୭ ତାରିଖରେ ସୁନ୍ଦରଗଡ଼ରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ୩୮୬.୨୫ କୋଟି ଟଙ୍କା ମଞ୍ଜୁର ହୋଇଥିଲା । ଇବ ନଦୀରେ ଭଷ୍ମା ପ୍ରକଳ୍ପ ପାଇଁ ୨୬୨.୫୦ କୋଟି ଓ ସପେଇ ନଦୀରେ ଫୁଲବାରୀ ପ୍ରକଳ୍ପ ପାଇଁ ୧୨୩.୭୫ କୋଟି ମଞ୍ଜୁର ହୋଇଥିଲା । ଜିଲ୍ଲାର ପାଞ୍ଚଟି ବ୍ଲକର ଜନସାଧାରଣ ଉପକୃତ ହେବେ । 5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କ ସୁନ୍ଦରଗଡ ଗସ୍ତ ସମୟରେ ମିଳିଥିବା ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ପ୍ରକଳ୍ପ ଅନୁମୋଦନ କରିଥିଲେ । ସେହିପରି ଗତ ଅଗଷ୍ଟରେ ସୁନ୍ଦରଗଡ ରାଜଗାଙ୍ଗପୁରରେ ରେଲ ଓଭରବ୍ରିଜ ପାଇଁ ଜମି ଅଧିଗ୍ରହଣ କରା ନଯାଇ ସିଧାସଳଖ ଲୋକଙ୍କଠାରୁ ରାଜ୍ୟ ସରକାର ସିଧାସଳଖ ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିଲେ । ଏହି ରେଳ ଓଭରବ୍ରିଜଟି ସୁନ୍ଦରଗଡ ଜିଲ୍ଲାର ସୋନାଖାନ ଓ କାଂଶବାହାଲ ଷ୍ଟେସନ ମଧ୍ୟରେ ରାଜଗାଙ୍ଗପୁର ମୌଜାରେ ନିର୍ମାଣ କରାଯିବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.