ETV Bharat / state

MUKTA Scheme: ତୃତୀୟ ପର୍ଯ୍ୟାୟରେ ଆଉ ୨୨୫ କୋଟି ମଞ୍ଜୁର - ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ

ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ବା ମୁକ୍ତା ୨୦୨୦ ଏପ୍ରିଲ ୧୮ରେ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ । କୋଭିଡ଼ ସମୟରେ ନିଜ ଅଞ୍ଚଳରେ ସହରାଞ୍ଚଳର ଗରିବ ଓ ବେରୋଜଗାରଙ୍କୁ କାମ ଦେବା ଲକ୍ଷ୍ୟରେ ଏହି ଯୋଜନା ହୋଇଛି । ପୂର୍ବରୁ ୪୨ ମ୍ୟୁନିସିପାଲିଟି ପାଇଁ ଦ୍ବିତୀୟ ପର୍ଯ୍ୟାୟରେ ୧୮୩ କୋଟି ୮୧ ଲକ୍ଷ ଟଙ୍କା ଓ ୩୭ ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ପ୍ରଥମ ପର୍ଯ୍ୟାୟରେ ୪୨୩ କୋଟି ୮୭ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି । ଅଧିକ ପଢନ୍ତୁ

ତୃତୀୟ ପର୍ଯ୍ୟାୟରେ ଆଉ ୨୨୫.୫୩ କୋଟି ଟଙ୍କା ମଞ୍ଜୁର

author img

By

Published : Jun 17, 2023, 9:14 PM IST

ଭୁବନେଶ୍ବର: ମୁକ୍ତା ଯୋଜନାରେ ଚଳିତ ଆର୍ଥିକବର୍ଷ ପାଇଁ ତୃତୀୟ ତଥା ଶେଷ ପର୍ଯ୍ୟାୟରେ ଅର୍ଥ ମଞ୍ଜୁରୀ ମିଳିଛି । ୧୦ ଜିଲ୍ଲାର ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୩୬ ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ୨୨୫.୫୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି ନବୀନ । ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ତୃତୀୟ ପର୍ଯ୍ୟାୟରେ ଏହି ଟଙ୍କା ମଞ୍ଜୁର କରାଯାଇଛି ।

ଗଞ୍ଜାମ, ଗଜପତି, କଳାହାଣ୍ଡି, ନୂଆପଡ଼ା, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, କନ୍ଧମାଳ ଓ ବୌଦ୍ଧ ଜିଲ୍ଲା ପାଇଁ ଟଙ୍କା ମଞ୍ଜୁର ହୋଇଛି । ମୁକ୍ତା ଯୋଜନାରେ ୪୨ଟି ମ୍ୟୁନିସିପାଲିଟି ଏବଂ ଏନଏସିର ବିକାଶ ପାଇଁ ବାର୍ଷିକ ଆକ୍ସନ ପ୍ଲାନ ପ୍ରସ୍ତୁତ ହୋଇଛି । ପ୍ରକଳ୍ପଗୁଡ଼ିକ ଏସଏଚଡି, ଏସଡିଏ ଏବଂ ସ୍ଥାନୀୟ ଗୋଷ୍ଠୀ ଦ୍ବାରା କାର୍ଯ୍ୟକାରୀ ହେବ । ପ୍ରକଳ୍ପ କାର୍ଯ୍ୟକାରୀ ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଜୁନ ୯ରେ ଜନ ପ୍ରତିନିଧିମାନଙ୍କ ସହ ୫ଟି ସଚିବ ଭିକେ ପାଣ୍ଡିଆନ ଆଲୋଚନା କରିଥିଲେ । ଏହି ପ୍ରକଳ୍ପରେ ମିନି ପାର୍କ, ଓପନ ଜିମ, ଚାଇଲ୍ଡ ପ୍ଲେ ଷ୍ଟେସନ, ଖେଳ ପଡ଼ିଆ, ଭେଣ୍ଡିଂଜୋନ ରହିଛି । ବହୁମୁଖୀ କମ୍ୟୁନିଟି ସେଣ୍ଟର, ୱାଲ ପେଣ୍ଟିଂ, ସୌନ୍ଦର୍ଯ୍ୟକରଣ ଓ ଶ୍ରମିକ ଓରିଏଣ୍ଟେସନ କାର୍ଯ୍ୟକ୍ରମ ଏଥିରେ ଅନ୍ତର୍ଭୁକ୍ତ ।

ଏହାବି ପଢନ୍ତୁ- Aparajita Sarangi Target: କାହା ଦାସତ୍ବ ସ୍ବୀକାର କରିଛନ୍ତି ବିଜେଡି ନେତା ମନ୍ତ୍ରୀ: ଅପରାଜିତା

ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ବା ମୁକ୍ତା ୨୦୨୦ ଏପ୍ରିଲ ୧୮ରେ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ । କୋଭିଡ଼ ସମୟରେ ନିଜ ଅଞ୍ଚଳରେ ସହରାଞ୍ଚଳର ଗରିବ ଓ ବେରୋଜଗାରଙ୍କୁ କାମ ଦେବା ଲକ୍ଷ୍ୟରେ ଏହି ଯୋଜନା ହୋଇଛି । ପୂର୍ବରୁ ୪୨ ମ୍ୟୁନିସିପାଲିଟି ପାଇଁ ଦ୍ବିତୀୟ ପର୍ଯ୍ୟାୟରେ ୧୮୩ କୋଟି ୮୧ ଲକ୍ଷ ଟଙ୍କା ଓ ୩୭ ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ପ୍ରଥମ ପର୍ଯ୍ୟାୟରେ ୪୨୩ କୋଟି ୮୭ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି । ଶେଷ ପର୍ଯ୍ୟାୟ ଅର୍ଥ ମଞ୍ଜୁରୀକୁ ମିଶାଇ ମୋଟ ୮୩୩.୨୧ କୋଟି ଟଙ୍କା ମଞ୍ଜୁର ହୋଇଛି । ୩ ପର୍ଯ୍ୟାୟରେ ୩୦ ଜିଲ୍ଲାର ୧୧୫ ୟୁଏଲବି ପାଇଁ ଅର୍ଥ ମଞ୍ଜୁର ହୋଇଛି ।

ମୁକ୍ତା ଯୋଜନା ଲାଗି ୨୦୨୧-୨୨ ବାର୍ଷିକ ବଜେଟରେ ରାଜ୍ୟ ସରକାରଙ୍କ ୨୦୦ କୋଟି ଟଙ୍କା ବ୍ୟବସ୍ଥା କରିଥିଲେ । ମୌସୁମୀ ପୂର୍ବରୁ ଡ୍ରେନଗୁଡିକର ରକ୍ଷଣାବେକ୍ଷଣ, ବର୍ଷା ଜଳର ଅମଳ ସରଞ୍ଚନା ନିର୍ମାଣ, ନୂତନ ଜଳାଶୟ ବିକାଶ, ବୃକ୍ଷରୋପଣ, ସର୍ବସାଧାରଣ ଶୌଚାଳୟ ନିର୍ମାଣ କାର୍ଯ୍ୟ ମୁକ୍ତା ଯୋଜନା ଅଧିନକୁ ନିଆଯାଇଛି । ଏଥିରେ ନିଯୁକ୍ତି ପ୍ରଦାନ କରାଯାଇଛି । ଶ୍ରମିକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ (DBT) ମୋଡରେ ପ୍ରଦାନ କରାଯାଉଛି । ଜଣେ ଅଣକୁଶଳୀ ଶ୍ରମିକ ମୁକ୍ତା ଯୋଜନା ଅଧୀନରେ ପ୍ରତିଦିନ ସର୍ବନିମ୍ନ ମଜୁରୀ ପ୍ରାୟ ୩୦୦ ଟଙ୍କା ପାଉଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.