ETV Bharat / state

Odisha Govt-TBI MoU; ଫୋକସରେ କାର୍ଯ୍ୟକ୍ରମର ସଫଳ ରୂପାୟନ ଓ ଅର୍ଥନୈତିକ ସାମର୍ଥ୍ୟ ବୃଦ୍ଧି

author img

By

Published : Jul 21, 2023, 8:05 PM IST

ଓଡ଼ିଶା ସରକାର ରାଜ୍ୟର ଅର୍ଥନୈତିକ ସମୃଦ୍ଧି ପାଇଁ ନିରନ୍ତର ତଥା ସଫଳ ପ୍ରଚେଷ୍ଟା ଜାରି ରଖିଛନ୍ତି । ଏହି ବୁଝାମଣାପତ୍ର ରାଜ୍ୟର ନୀତି ରୂପାୟନ ଓ ଦକ୍ଷତା ବୃଦ୍ଧି କ୍ଷେତ୍ରରେ ଅଧିକ ସହାୟକ ହେବ ବୋଲି ଆଶା କରାଯାଉଛି । ଓଡ଼ିଶାର ଅର୍ଥନୈତିକ ବିକାଶ କ୍ଷେତ୍ରରେ ଉନ୍ନତି ଆଣିବା ସହିତ ରାଜ୍ୟର ନିର୍ଦ୍ଧାରିତ ଲକ୍ଷ୍ୟକୁ ସର୍ବୋତ୍ତମ ସ୍ତରରେ ପହଞ୍ଚାଇବ । ଅଧିକ ପଢନ୍ତୁ

ଓଡିଶା ଓ ଟିବିଆଇ ମଧ୍ୟରେ ଏମଓୟୁ; କାର୍ଯ୍ୟକ୍ରମର ସଫଳ ରୂପାୟନ ଓ ଅର୍ଥନୈତିକ ସାମର୍ଥ୍ୟ ବୃଦ୍ଧିରେ ହେବ ସହାୟକ

ଭୁବନେଶ୍ବର: ଓଡିଶା ସରକାର ଏବଂ ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ଅଫ ଗ୍ଲୋବାଲ ଚେଞ୍ଜ ବା ଟିବିଆଇ ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି । ଇଲେକ୍ଟୋନିକ୍ସ ଓ ସୂଚନାପ୍ରଯୁକ୍ତି ବିଦ୍ୟା ବିଭାଗର ସ୍ବତନ୍ତ୍ର ଶାସନ ସଚିବ ମାନସ ରଞ୍ଜନ ପଣ୍ଡା ଏବଂ ଟିବିଆଇର ରାଷ୍ଟ୍ରୀୟ ନିର୍ଦ୍ଦେଶକ ବିବେକ ଅଗ୍ରୱାଲ ଆନୁଷ୍ଠାନିକ ଭାବେ ଏହି ବୁଝାମଣାପତ୍ରରେ ସ୍ଵାକ୍ଷର କରିଛନ୍ତି । ଏହା ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ସହିତ ଅର୍ଥନୈତିକ ସାମର୍ଥ୍ୟ ବୃଦ୍ଧିରେ ଲାଭଦାୟକ । ଏହି ଅଣ ବ୍ୟବସାୟିକ ଅନୁବନ୍ଧନ ସରକାରଙ୍କ ଅନେକ ପ୍ରକଳ୍ପର ସଫଳ ରୂପାୟନ ସହିତ ଅର୍ଥନୈତିକ ନୀତି ସମୀକ୍ଷା ଏବଂ ନୀତି ପ୍ରସ୍ତୁତି କ୍ଷେତ୍ରରେ କାର୍ଯ୍ୟକ୍ଷମ ହେବ ।

ଓଡ଼ିଶା ସରକାର ରାଜ୍ୟର ଅର୍ଥନୈତିକ ସମୃଦ୍ଧି ପାଇଁ ନିରନ୍ତର ତଥା ସଫଳ ପ୍ରଚେଷ୍ଟା ଜାରି ରଖିଛନ୍ତି । ଏହି ବୁଝାମଣାପତ୍ର ରାଜ୍ୟର ନୀତି ରୂପାୟନ ଓ ଦକ୍ଷତା ବୃଦ୍ଧି କ୍ଷେତ୍ରରେ ଅଧିକ ସହାୟକ ହେବ ବୋଲି ଆଶା କରାଯାଉଛି । ଓଡ଼ିଶାର ଅର୍ଥନୈତିକ ବିକାଶ କ୍ଷେତ୍ରରେ ଉନ୍ନତି ଆଣିବା ସହିତ ରାଜ୍ୟର ନିର୍ଦ୍ଧାରିତ ଲକ୍ଷ୍ୟକୁ ସର୍ବୋତ୍ତମ ସ୍ତରରେ ପହଞ୍ଚାଇବ । ଏଥିପାଇଁ ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ତା’ର ଅଭିଜ୍ଞତା, ଉପଲବ୍ଧି, ଜ୍ଞାନ-କୌଶଳକୁ ଆଧାର କରି ରାଜ୍ୟ ସରକାରଙ୍କୁ ସହାୟତା ପ୍ରଦାନ କରିବ । ଏହି ବୁଝାମଣାପତ୍ରରେ ଉଲ୍ଲେଖ ରହିଛି ।

ଏହାବି ପଢନ୍ତୁ- ଖଡଗ ନଦୀରେ ହେବ ନଦୀଗର୍ଭ ଜଳାଶୟ, ଖର୍ଚ୍ଚ ହେବ ୧୨୬ କୋଟି

ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟର ମୁଖ୍ୟ କାର୍ଯ୍ୟାଳୟ ଲଣ୍ଡନରେ ଅବସ୍ଥିତ । ଇଂଲଣ୍ଡର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାରଙ୍କ ଦ୍ବାରା ସ୍ଥାପିତ ଏହି ଅନୁଷ୍ଠାନ । ସଂପ୍ରତି ୪୫ରୁ ଅଧିକ ଦେଶରେ ସଫଳତାର ସହିତ ଏହା କାର୍ଯ୍ୟ କରୁଛି । ଏହି ପ୍ରତିଷ୍ଠାନ ସଂପୃକ୍ତ ଦେଶଗୁଡ଼ିକର ନୀତି ତର୍ଜମା, ନୀତି ପ୍ରସ୍ତୁତି, ନୀତି ପରିଚାଳନା ଓ ଚୂଡ଼ାନ୍ତ ରୂପାୟନ କ୍ଷେତ୍ରରେ କାର୍ଯ୍ୟ କରିବା ସହିତ ବ୍ୟବସ୍ଥାର ଯଥାସମ୍ଭବ ଉନ୍ନତିକରଣରେ ସହାୟକ ହୋଇପାରିଛି । ଏହି ଅନୁବନ୍ଧନ ଦ୍ବାରା ଓଡିଶାର ସାମଗ୍ରିକ ବିକାଶ ଏବଂ ଅର୍ଥନୈତିକ ଅଭିବୃଦ୍ଧି ହୋଇପାରିବ ବୋଲି ବୈଠକରେ ବିଶଦ ଭାବେ ସୂଚନା ପ୍ରଦାନ କରାଯାଇଛି । ଇ-ପ୍ରୟୋଗ କ୍ଷେତ୍ରରେ ସରକାରଙ୍କ ପ୍ରମୁଖ ଗଭର୍ଣ୍ଣାନ୍ସ ନିର୍ମାଣ ଏବଂ ଆଇଟି ଜ୍ଞାନକୌଶଳର ସଫଳ ରୂପାୟନ କ୍ଷେତ୍ରରେ ମଧ୍ୟ ଏହି ଅନୁବନ୍ଧନ ସହାୟକ ହେବ ।

ଇଲେକ୍ଟ୍ରୋନିକ୍ସ, ସୂଚନା ଓ ପ୍ରଯୁକ୍ତିବିଦ୍ୟା ତଥା କ୍ରୀଡା ଓ ଯୁବସେବା ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, ଗ୍ରାମ୍ୟ ଉନ୍ନୟନ ତଥା ସୂଚନା ଓ ଲୋକ ସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, ଇଲେକ୍ଟୋନିକ୍ସ ଓ ସୂଚନାପ୍ରଯୁକ୍ତି ବିଦ୍ୟା ବିଭାଗର ପ୍ରମୁଖ ଶାସନ ସଚିବ ମନୋଜ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ଅତିରିକ୍ତ ଶାସନ ସଚିବ ମନୋଜ କୁମାର ପଟ୍ଟନାୟକ ଧନ୍ୟବାଦ ଜ୍ଞାପନ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.