ETV Bharat / state

CMO ସମୀକ୍ଷା; ଦୂର ହେବ ଆଠଗଡ, ନରସିଂହପୁର, ପିପିଲି ଓ ଆଠମଲ୍ଲିକର ପାନୀୟ ଜଳ ସମସ୍ୟା

author img

By ETV Bharat Odisha Team

Published : Sep 16, 2023, 7:26 PM IST

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5ଟି ସଚିବ ଭି.କେ ପାଣ୍ଡିଆନ ରାଜ୍ୟର ବିଭିନ୍ନ ଜିଲ୍ଲା ଗସ୍ତ କରିଥିଲେ । ଏହି ସମୟରେ ବିଭିନ୍ନ ସ୍ଥାନରେ ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ଅନେକ ଆପତ୍ତି ଅଭିଯୋଗ ଆସିଥିଲା । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ସମୀକ୍ଷା ବୈଠକ ଆଜି ଅନୁଷ୍ଠିତ ହୋଇଛି । ଅଧିକ ପଢନ୍ତୁ

CMO ସମୀକ୍ଷା; ଦୂର ହେବ ଆଠଗଡ, ନରସିଂହପୁର, ପିପିଲି ଓ ଆଠମଲ୍ଲିକର ପାନୀୟ ଜଳ ସମସ୍ୟା
CMO ସମୀକ୍ଷା; ଦୂର ହେବ ଆଠଗଡ, ନରସିଂହପୁର, ପିପିଲି ଓ ଆଠମଲ୍ଲିକର ପାନୀୟ ଜଳ ସମସ୍ୟା

ଭୁବନେଶ୍ବର: ଜିଲ୍ଲା ଗସ୍ତ କରି ଅଭିଯୋଗ ପତ୍ର ସଂଗ୍ରହ ପରେ ଏବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସମୀକ୍ଷା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି କ୍ରମରେ ଆଜି କଟକ ଆଠଗଡ, ନରସିଂହପୁର ପୁରୀର ପିପିଲି ଓ ଅନୁଗୁଳର ଆଠମଲ୍ଲିକ ବ୍ଲକରେ ପାନୀୟ ଜଳ ସମସ୍ୟାର ସମୀକ୍ଷା ହୋଇଛି । ସମସ୍ୟାର ସମାଧାନ ପାଇଁ ଗ୍ରାମାଞ୍ଚଳ ପାଇପ ଜଳ ଯୋଗାଣ ଯୋଜନା ଗୁଡିକରେ ଉନ୍ନତି ଆଣିବା ପାଇଁ SCADA କାର୍ଯ୍ୟକାରୀ ହେବା ସହିତ ଅଧିକ କର୍ମଚାରୀ ଯୋଗାଇ ଦିଆଯିବ ବୋଲି ନିଷ୍ପତ୍ତି ହୋଇଛି । ସେହିପରି ପ୍ରକଳ୍ପକୁ ବିଦ୍ୟୁତ ଯୋଗାଣ ଜାରି ରହିବ ବୋଲି ସୂଚନା ମିଳିଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5ଟି ସଚିବ ଭି.କେ ପାଣ୍ଡିଆନ ରାଜ୍ୟର ବିଭିନ୍ନ ଜିଲ୍ଲା ଗସ୍ତ କରିଥିଲେ । ଏହି ସମୟରେ ବିଭିନ୍ନ ସ୍ଥାନରେ ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ଅନେକ ଆପତ୍ତି ଅଭିଯୋଗ ଆସିଥିଲା । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ସମୀକ୍ଷା ବୈଠକ ଆଜି ଅନୁଷ୍ଠିତ ହୋଇଛି । ବୈଠକରେ 5ଟି ସଚିବ ଭି.କେ ପାଣ୍ଡିଆନଙ୍କ ସହିତ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ସୁଶିଲ କୁମାର ଲୋହାନୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଛନ୍ତି ।

ଏହାବି ପଢନ୍ତୁ- CMOର ପୁରୀ ଓ ନୟାଗଡର ଅଭିଯୋଗ ସମୀକ୍ଷା; ପୁରୀ ପୌରପାଳିକା ଲିଜ ଜମିଗୁଡିକ ହେବ ନିୟମିତ

ବୈଠକରେ ଆଠଗଡ, ନରସିଂହପୁର, ପିପିଲି ଓ ଆଠମଲ୍ଲିକ ବ୍ଲକର ପାନୀୟ ଜଳ ସମ୍ପର୍କିତ ସମସ୍ୟାର ତୁରନ୍ତ ସମାଧାନ ପାଇଁ ନିଷ୍ପତ୍ତି ହୋଇଛି । ନରସିଂହପୁର ଓ ଆଠଗଡରେ ନିର୍ମାଣାଧୀନ ସମସ୍ତ ପାଇପ ଜଳ ଯୋଗାଣ ପ୍ରକଳ୍ପ ଗୁଡିକର ଉପଯୁକ୍ତ ତଦାରଖ ସହିତ ପ୍ରକଳ୍ପ ଗୁଡିକର ଉଚ୍ଚମାନ ବଜାୟ ରଖିବା ଓ ପ୍ରକଳ୍ପକୁ ଠିକ ସମୟରେ ଶେଷ କରିବା ଉପରେ ଗୁରୁତ୍ବାରୋପ କରାଯାଇଛି । ସେହିପରି ପିପିଲିରେ ଚାଲୁଥିବା ପାଇପ ଜଳଯୋଗାଣ ପ୍ରକଳ୍ପ ଗୁଡିକରେ ଥିବା ବିଭିନ୍ନ ସମସ୍ୟାଗୁଡିକ ଦୂର କରିବା ପାଇଁ ତ୍ବରିତ ପଦକ୍ଷେପ ନେବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବିଶେଷକରି ପ୍ରକଳ୍ପ ଗୁଡିକର ଉପରମୁଣ୍ଡରେ ବେଆଇନ ଭାବେ ପାଣି ଚୋରି ରୋକିବା ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ସାରା ରାଜ୍ୟରେ କାର୍ଯ୍ୟକାରୀ ହୋଇଥିବା ଗ୍ରାମାଞ୍ଚଳ ପାଇପ ଜଳ ଯୋଗାଣ ଯୋଜନା ଗୁଡିକରେ ତ୍ରୁଟି ଚିହ୍ନଟ ଓ ତୁରନ୍ତ ସମାଧାନ ପାଇଁ SCADA (Supervisory Control And Data Acquisition) କାର୍ଯ୍ୟକାରୀ କରାଯିବ । ପ୍ରକଳ୍ପକୁ ତ୍ବରାନ୍ବିତ କରିବା ପାଇଁ ଅଧିକ କର୍ମଚାରୀ ଯୋଗାଇବା ସହିତ ବିଦ୍ୟୁତ ଯୋଗାଣ ଜାରି ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି । ପାଇପ ଜଳ ଯୋଗାଣ ପ୍ରକଳ୍ପ ଗୁଡିକରେ ବିଦ୍ୟୁତ ବିଲ ଆଦାୟ ଜନିତ ସମସ୍ୟାର ସମାଧାନ ପାଇଁ ଏକ ଫଳପ୍ରଦ ପଦ୍ଧତି ବିକାଶ ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.