ETV Bharat / state

ବୁଲିଲା 5T ଖଣ୍ଡା, 14 ସରକାରୀ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ

ପୁଣି ବୁଲିଛି 5T ଖଣ୍ଡା । 14 ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ସରକାର । 4 ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରିବା ସହ 4 ଜଣଙ୍କୁ ବାଧ୍ୟତାମୂଳକ ଅବସର ଓ 6 ଜଣଙ୍କ ପେନସନ ସ୍ଥାୟୀ ଭାବେ ସ୍ଥଗିତ କରାଯାଇଛି । ସୁପରିନଟେଣ୍ଡିଂ ଇଞ୍ଜିନିୟର, 2 ଆସିଷ୍ଟାଣ୍ଟ ଇଞ୍ଜିନିୟର, ଡିଏସପି, ସିଡିପିଓ, ଫରେଷ୍ଟ ରେଞ୍ଜ ଅଫିସର, ତହସିଲଦାର, ବିଡିଓ, ସିନିଅର ମ୍ୟାନେଜର, ଟ୍ୟାକ୍ସ କଲେକ୍ଟର, ସପ୍ଲାଇ ଇନ୍ସପେକ୍ଟର ଓ ୩ ଜଣ ଜୁନିୟର ଇଞ୍ଜିନିୟର ଅନ୍ତର୍ଭୁକ୍ତ । ଅଧିକ ପଢନ୍ତୁ

ବୁଲିଲା 5 ଟି ଖଣ୍ଡା, 14 ସରକାରୀ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

author img

By

Published : Nov 1, 2022, 6:27 PM IST

ଭୁବନେଶ୍ବର: ପୁଣି ବୁଲିଛି 5T ଖଣ୍ଡା । 14 ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ସରକାର । 4 ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରିବା ସହ 4 ଜଣଙ୍କୁ ବାଧ୍ୟତାମୂଳକ ଅବସର ଓ 6 ଜଣଙ୍କ ପେନସନ ସ୍ଥାୟୀ ଭାବେ ସ୍ଥଗିତ କରାଯାଇଛି । ସୁପରିନଟେଣ୍ଡିଂ ଇଞ୍ଜିନିୟର, 2 ଆସିଷ୍ଟାଣ୍ଟ ଇଞ୍ଜିନିୟର, ଡିଏସପି., ସିଡିପିଓ, ଫରେଷ୍ଟ ରେଞ୍ଜ ଅଫିସର, ତହସିଲଦାର, ବିଡିଓ, ସିନିଅର ମ୍ୟାନେଜର, ଟ୍ୟାକ୍ସ କଲେକ୍ଟର, ସପ୍ଲାଇ ଇନ୍ସପେକ୍ଟର ଓ ୩ ଜଣ ଜୁନିୟର ଇଞ୍ଜିନିୟର ଅନ୍ତର୍ଭୁକ୍ତ । 5T ଓ ମୋ ସରକାର ବ୍ୟବସ୍ଥାରୁ ମିଳିଥିବା feedback ଭିତ୍ତିରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଏପର୍ଯ୍ୟନ୍ତ ୧୮୭ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଯାଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି । ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଆଉ 14 ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।

ଏଥିରେ ୪ ଜଣଙ୍କୁ ଚାକିରୀରୁ ବହିଷ୍କାର କରାଯାଇଥିବା ବେଳେ, ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଓ ଅନ୍ୟ ୬ ଜଣଙ୍କ ପେନସନ ସ୍ଥାୟୀଭାବେ ସ୍ଥଗିତ କରାଯାଇଛି । କାର୍ଯ୍ୟାନୁଷ୍ଠାନ ହୋଇଥିବା ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ ସାମିଲ ଅଛନ୍ତି । ଜଣେ ସୁପରିନଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଡିଏସପି, ଜଣେ ସିଡିପିଓ, ଜଣେ ଫରେଷ୍ଟ ରେଞ୍ଜ ଅଫିସର, ଜଣେ ତହସିଲଦାର, ଜଣେ ବିଡିଓ, ଜଣେ ସିନିଅର ମ୍ୟାନେଜର, ଜଣେ ଟ୍ୟାକ୍ସ କଲେକ୍ଟର, ଜଣେ ସପ୍ଲାଇ ଇନସପେକ୍ଟର ଓ ୩ ଜଣ ଜୁନିଅର ଇଞ୍ଜିନିୟର ଅନ୍ତର୍ଭୁକ୍ତ ।

ଏହାବି ପଢନ୍ତୁ- Morbi bridge Collapsed: ମୋର୍ବି ଗସ୍ତ କରି ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ପୂର୍ବରୁ ୧୭୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ବେଳେ ଏହି ୧୪ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୮୭ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । 5T ଓ ମୋ ସରକାର ଉପକ୍ରମ ଜରିଆରେ ମିଳିଥିବା feedback ଭିତ୍ତିରେ ଏହି କଠୋର ପଦକ୍ଷେପ ନିଆଯାଇଛି । କଟକ ପିଏଚ ଡିଭିଜନର ସୁପରିନଟେଣ୍ଡିଂ ଇଞ୍ଜିନିୟର ନବକିଶୋର ସାମଲଙ୍କ ନାମରେ ଟେଣ୍ଡର ଓ ଚୁକ୍ତି ପରିଚାଳନା ପ୍ରକ୍ରିୟାରେ ଅନିୟମିତତା ଓ ନିଜ ପଦବୀର ଅପବ୍ୟବହାର ଆଦି ଗମ୍ଭୀର ଅଭିଯୋଗ ଥିଲା । ତାଙ୍କୁ ପୂର୍ବରୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । କୋରାପୁଟ ଲମତାପୁଟ ବ୍ଲକ୍‌ର ପୂର୍ବତନ ସିଡିପିଓ ସ୍ବର୍ଣ୍ଣଭା ଦାସଙ୍କ ନାମରେ ଲାଞ୍ଚ ଗ୍ରହଣ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା । ସେଥିରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି ।

ଏହା ମଧ୍ୟ ପଢନ୍ତୁ: ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧବଳେଶ୍ୱର ପୀଠରେ କଟକଣା, ଆଶା ଆଶଙ୍କାରେ ଭକ୍ତ

ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକର ପୂର୍ବତନ ବିଡିଓ ଦାମୋଦର ମହାଲିକ ଏକ ଲାଞ୍ଚ ଗ୍ରହଣ ତଥା ନିଜ ପଦବୀର ଅପବ୍ୟବହାର ଆଦି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିଲେ । ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି । ସେହିପରି ନୟାଗଡ ଖଣ୍ଡପଡା ତହସିଲର ପୂର୍ବତନ ତହସିଲଦାର ପଞ୍ଚାନନ ବାରିକ ଗୋଟିଏ ଲାଞ୍ଚ ଗ୍ରହଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଅସାଧୁତା କାରଣରୁ ତାଙ୍କ ପେନସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି । ଢେଙ୍କାନାଳ IUCAWର (ମହିଳା ମାନଙ୍କ ଉପରେ ଅପରାଧ ଘଟଣାର ତଦନ୍ତ କରୁଥିବା ୟୁନିଟ) ପୂର୍ବତନ ଡିଏସ୍‌ପି ମଳୟ କିଶୋର ନାୟକଙ୍କ ନାମରେ ଲାଞ୍ଚ ଗ୍ରହଣର ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା । ତାଙ୍କ ନାମର ଦୁଇଟି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ମଧ୍ୟ ଆରମ୍ଭ କରାଯାଇଥିଲା । ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଏହା ମଧ୍ୟ ପଢନ୍ତୁ: Dhamnagar bypoll: ଶେଷ ଦିନରେ ବିଜେପିର ମାରାଥନ ପ୍ରଚାର

ଗଜପତି ଜିଲ୍ଲା ମୋହନା ବ୍ଲକ୍‌ର ପୂର୍ବତନ ସପ୍ଲାଇ ଇନ୍ସପେକ୍ଟର ପ୍ରକାଶ ଚନ୍ଦ୍ର ପାତ୍ର ଆୟ ବହିର୍ଭୁତ ସଂପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଅସାଧୁତା କାରଣରୁ ତାଙ୍କ ପେନସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି । କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକର ପୂର୍ବତନ ଜୁନିୟର ଇଞ୍ଜିନିୟର ତଥା ବର୍ତ୍ତମାନ ଦଶମନ୍ତପୁର ବ୍ଲକର ଜୁନିୟର ଇଞ୍ଜିନିୟର ମନୋଜ କୁମାର ବେଉରା ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି । ସୁନ୍ଦରଗଡ ମ୍ୟୁନିସ୍ପାଲଟିର ଆସିଷ୍ଟାଣ୍ଟ ଇଞ୍ଜିନିୟର ଜୟନ୍ତ ନାରାୟଣ ପଣ୍ଡାଙ୍କୁ ଅପାରଗତା କାରଣରୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ।

ଢେଙ୍କାନାଳ RWSS Divisionର ପୂର୍ବତନ ଆସିଷ୍ଟାଣ୍ଟ ଇଞ୍ଜିନିୟର ପ୍ରସନ୍ନ କୁମାର ପାଣି । ଅର୍ଥ ଆତ୍ମସାତ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲାରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଅସାଧୁତା କାରଣରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥଗିତ ରଖାଯାଇଛି । କୋରାପୁଟ ନନ୍ଦପୁର ବ୍ଲକର ଦାୟିତ୍ବରେ ଥିବା ପୂର୍ବତନ ଜୁନିୟର ଇଞ୍ଜିନିୟର ଦୁଷ୍ମନ୍ତ କୁମାର ନାୟକ ସରକାରୀ ଅର୍ଥ ଆତ୍ମସାତ କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଅସାଧୁତା କାରଣରୁ ତାଙ୍କ ପେନସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି । ସେହିପରି ଭୁବନେଶ୍ବର ଓବିସିସିର ପୂର୍ବତନ ସିନିଅର ମ୍ୟାନେଜର(ଟେଣ୍ଡର) ସୋମନାଥ ପଣ୍ଡା ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଅସାଧୁତା କାରଣରୁ ତାଙ୍କ ପେନସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି ।

ଏହାବି ପଢନ୍ତୁ- ବିପଦପୂର୍ଣ୍ଣ ଅବସ୍ଥାରେ ରାୟଗଡା ଝୁଲାପୋଲ, ମୋର୍ବି ଟ୍ରାଜେଡି ପରେ ଚେତିଲା ରାୟଗଡା ପ୍ରଶାସନ

ଭୁବନେଶ୍ବର ଆଇଆରସି ଭିଲେଜ ମେଣ୍ଟେନାନ୍ସ ସେକ୍ସନର ପୂର୍ବତନ ଜୁନିୟର ଇଞ୍ଜିନିୟର କୁଞ୍ଜବିହାରୀ ମହାପାତ୍ରଙ୍କ ନାମରେ ଅର୍ଥ ଆତ୍ମସାତ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା । ସେଥିରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଅସାଧୁତା କାରଣରୁ ତାଙ୍କ ପେନସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି । ତାଳଚେର ମ୍ୟୁନିସପାଲ୍ଟିର ପୂର୍ବତନ ଟ୍ୟାକ୍ସ କଲେକ୍ଟର କ୍ଷୀରୋଧ ଚନ୍ଦ୍ର ରାଉତଙ୍କୁ ଅପାରଗତା କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ବୌଦ୍ଧ ଫରେଷ୍ଟ ଡିଭିଜନର ପୂର୍ବତନ ରେଞ୍ଜ ଅଫିସର ତଥା ବର୍ତ୍ତମାନ ସୁନ୍ଦରଗଡ ବଡଗାଁ ରେଞ୍ଜରେ ଅବସ୍ଥାପିତ ଫରେଷ୍ଟ ରେଞ୍ଜର ଦିଲ୍ଲିପ କୁମାର ଦିଗଲ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଅସାଧୁତା ତଥା ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୮୭ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ପେନସନକୁ ସ୍ଥାୟୀ ଭାବେ ସ୍ଥଗିତ ରଖାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.