ETV Bharat / state

ଡେଲିଭରୀ ବୟକୁ ଟ୍ୟାକ୍ସ ଫ୍ରୀ କଲେ ରାଜ୍ୟ ସରକାର

author img

By

Published : Apr 3, 2023, 9:15 PM IST

ସହରାଞ୍ଚଳର ଦୈନନ୍ଦିନ ଜୀବନରେ Delivery Boy ମାନଙ୍କ ଭୂମିକା ଅପରିହାର୍ଯ୍ୟ ହୋଇଯାଇଛି । ସାଧାରଣତଃ ଆର୍ଥିକ ଅନଗ୍ରସର ପରିବାରରୁ ଆସୁଥିବା ଏହି ‘ଡେଲିଭରୀ ବୟ’ ମାନଙ୍କ କାମ ଅତ୍ୟନ୍ତ ଆହ୍ୱାନମୂଳକ ଓ ଜୀବନ ସଂଘର୍ଷପୂର୍ଣ୍ଣ । ଏହି ଚଳଚ୍ଚିତ୍ରଟି ଏହିପରି ଡେଲିଭରୀ ବୟମାନଙ୍କ ଜାବନ ଉପରେ ଆଧାରିତ । ଓଡିଆ ଭାଷାରେ ନିର୍ମିତ ହୋଇଛି ଏହି ଫିଲ୍ମଟି । ଅଧିକ ପଢନ୍ତୁ

Etv Bharat
Etv Bharat

ଭୁବନେଶ୍ବର: ଅଶ୍ୱିନୀ ତ୍ରିପାଠୀଙ୍କ ନିର୍ଦ୍ଦେଶିତ ଏବଂ ଜ୍ୟୋତିରଞ୍ଜନ ମହାନ୍ତିଙ୍କ ପ୍ରଯୋଜିତ ଓଡିଆ ଚଳଚ୍ଚିତ୍ର ‘ଡେଲିଭରୀ ବୟ’ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ନିକଟରେ ରାଜ୍ୟ ସରକାର ‘ଜ୍ୱିଗାଟୋ’ ଚଳଚ୍ଚିତ୍ର ଉପରେ ମଧ୍ୟ ପ୍ରମୋଦ କର ଛାଡ କରିଥିଲେ ।

ସହରାଞ୍ଚଳର ଦୈନନ୍ଦିନ ଜୀବନରେ Delivery Boyମାନଙ୍କ ଭୂମିକା ଅପରିହାର୍ଯ୍ୟ ହୋଇଯାଇଛି । ସାଧାରଣତଃ ଆର୍ଥିକ ଅନଗ୍ରସର ପରିବାରରୁ ଆସୁଥିବା ଏହି ‘ଡେଲିଭରୀ ବୟ’ମାନଙ୍କ କାମ ଅତ୍ୟନ୍ତ ଆହ୍ୱାନମୂଳକ ଓ ଜୀବନ ସଂଘର୍ଷପୂର୍ଣ୍ଣ । ଏହି ଚଳଚ୍ଚିତ୍ରଟି ଏହିପରି ଡେଲିଭରୀ ବୟମାନଙ୍କ ଜାବନ ଉପରେ ଆଧାରିତ । ଏହି ଫିଲ୍ମଟି ଓଡିଆ ଭାଷାରେ ନିର୍ମିତ ହୋଇଛି । ଜଣେ ଡେଲିଭରୀ ବୟ କିପରି ସଡକ ଦୁର୍ଘଟଣାର ଶିକାର ହୋଇଛନ୍ତି । ନିଜ ସହକର୍ମୀମାନଙ୍କ ସହଯୋଗରେ ନ୍ୟାୟ ପାଇଁ ସଂଘର୍ଷ କରି ବିଜୟୀ ହୋଇଛନ୍ତି । ତାହା ଖୁବ ନିଖୁଣ ଭାବରେ ଏହି ଚଳଚ୍ଚିତ୍ରରେ ପ୍ରଦର୍ଶିତ ହୋଇଛି ।

ଏହାବି ପଢନ୍ତୁ- Kotia Dispute: ଦଳ ମତ ନିର୍ବିଶେଷରେ ସବୁ ଦଳ ସୀମା ସୁରକ୍ଷା ପାଇଁ ଲଢିବା ଜରୁରୀ

ସଡକ ସୁରକ୍ଷା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଚଳଚ୍ଚିତ୍ରଟିରେ ଉଦ୍ୟମ କରାଯାଇଛି । ଏଥିରେ ସମାଜର ସବୁ ଶ୍ରେଣୀର ଦର୍ଶକଙ୍କ ଉପରେ ସକାରାତ୍ମକ ପ୍ରଭାବ ପଡିବାର ଆଶା ରହିଛି । ଏହି ଚଳଚ୍ଚିତ୍ରରେ ମୁଖ୍ୟ ଚରିତ୍ରରେ ଅଭିନୟ କରିଥିବା କଳାକାରମାନେ ହେଲେ ବୁଦ୍ଧାଦିତ୍ୟ ମହାନ୍ତି, ଶୈଳେନ୍ଦ୍ର ସାମନ୍ତାରାୟ, ସୁଶାନ୍ତ ଦାସମହାପାତ୍ର, ପ୍ରିୟମ୍ବଦା ଓ ସୂର୍ଯ୍ୟମୟୀ । ଓଡିଶାରେ ଯେପରି ଅଧିକରୁ ଅଧିକ ବ୍ୟବସାୟିକ ଚଳଚ୍ଚିତ୍ର ସୁଟିଂ କରାଯାଇ ପାରିବ ସେଥିପାଇଁ ରାଜ୍ୟ ସରକାର ଅନୁକୂଳ ନୀତି କାର୍ଯ୍ୟକାରୀ କରୁଛନ୍ତି । ଏ ଦିଗରେ ଚଳଚ୍ଚିତ୍ର ଶିଳ୍ପକୁ ମଧ୍ୟ ଉତ୍ସାହିତ କରୁଛନ୍ତି । ଏହା ଦ୍ୱାରା ରାଜ୍ୟର ପର୍ଯ୍ୟଟନ ବିକାଶ ହୋଇପାରିବ । ଏହା ସହିତ ପ୍ରତିଭାବାନ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତିର ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।

ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଆ ପ୍ରଯୋଜିକା ନନ୍ଦିତା ଦାସଙ୍କ ଚଳଚିତ୍ର ଜ୍ବିଗାଟୋ ଉପରୁ ମଧ୍ୟ ପ୍ରମୋଦ କର ଛାଡ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଯୋଜିକା ନନ୍ଦିତା ଦାସ ମାର୍ଚ୍ଚ23 ରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଚଳଚ୍ଚିତ୍ର ସମ୍ପର୍କରେ ଆଲୋଚନା କରିବା ସହ ନବୀନ ନିବାସରେ ଫିଲ୍ମଟି ଦେଖିଥିଲେ । ଏହାସହ ଆଗାମୀ ଦିନରେ କିଭଳି ଅଧିକରୁ ଅଧିକ ଫିଲ୍ମ ସୁଟିଂ ହୋଇପାରିବ ସେନେଇ ଆଲୋଚନା କରିଥିଲେ । ମୁଖ୍ୟମନ୍ତ୍ରୀ ‘ଜ୍ୱିଗାଟୋ’ ଫିଲ୍ମ ଦେଖିବା ପରେ ପ୍ରମୋଦ କର ଛାଡ ଘୋଷଣା କରିଥିଲେ । ହିନ୍ଦୀ ଭାଷାରେ ନିର୍ମିତ ଜ୍ୱିଗାଟୋର ସୁଟିଂ ସଂପୂର୍ଣ୍ଣ ଭାବରେ ଭୁବନେଶ୍ବରରେ ହୋଇଥିଲା । ଏଥିରେ କମେଡି କିଙ୍ଗ୍‌ କପିଳ ଶର୍ମା ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.