ETV Bharat / state

ମାନବସମ୍ବଳ ଓ କୌଶଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଗୁଆ: ମୁଖ୍ୟ ଶାସନ ସଚିବ - Chief Secretary Suresh Chandra Mohapatra

ଯୁବଗୋଷ୍ଠୀଙ୍କ ଦକ୍ଷତା ବୃଦ୍ଧି ଏବଂ ନିରନ୍ତର ପ୍ରଗତିରେ ସେମାନଙ୍କ କ୍ରିୟାଶୀଳ ଭୂମିକାକୁ ଉନ୍ନତ କରିବା କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ଉଭା ହୋଇଖଥିବା କହିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଅଧିକ ପଢନ୍ତୁ

Odisha has emerged as a leading state in human resource and skill devlopment says Chief Secretary Suresh Chandra Mohapatra
ମାନବସମ୍ବଳ ଓ କୌଶଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଗୁଆ ରାଜ୍ୟ
author img

By

Published : Nov 22, 2022, 10:37 AM IST

ଭୁବନେଶ୍ବର: ଯୁବଗୋଷ୍ଠୀଙ୍କ ଦକ୍ଷତା ବୃଦ୍ଧି ଏବଂ ନିରନ୍ତର ପ୍ରଗତିରେ ସେମାନଙ୍କ କ୍ରିୟାଶୀଳ ଭୂମିକାକୁ ଉନ୍ନତ କରିବା(Active role in sustainable development) କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ଉଭା ହୋଇଛି । ଏହା କହିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର(Odisha Chief Secretary Suresh Chandra Mohapatra) । ଓଡିଶା ସରକାରଙ୍କ ଦକ୍ଷତା ବିକାଶ (Skill devlopment)ଓ ବୈଷୟିକ ଶିକ୍ଷା ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ଏକ କର୍ମଶାଳାରେ ଯୋଗଦେଇ ସେ ଉପରୋକ୍ତ ମର୍ମରେ ଦକ୍ଷତା ବିକାଶ କ୍ଷେତ୍ରରେ ଓଡିଶାର ପଦକ୍ଷେପ ଗୁଡ଼ିକ ନେଇ ଆଲୋକପାତ କରିଛନ୍ତି ।

ତେବେ ‘ବିକଶିତ ଭାରତ, ଦିଗନ୍ତ ପହୁଞ୍ଚ’ ଶୀର୍ଷକ ଏହି କର୍ମଶାଳାରେ ବିଭିନ୍ନ ପ୍ରସଙ୍ଗରେ ହୋଇଛି ଆଲୋଚନା । ବିକଶିତ ଭାରତ ଓ ମାନବସମ୍ବଳ(Human resource) ବିକାଶ ଦିଗରେ ରାଜ୍ୟ ସରକାରଙ୍କ ପ୍ରଚେଷ୍ଟା ନେଇ ମୁଖ୍ୟ ଶାସନ ସଚିବ ବକ୍ତବ୍ୟ ରଖିଛନ୍ତି । ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମଧ୍ୟ ବକ୍ତବ୍ୟ ରଖିଛନ୍ତି । ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ସରକାର ଅନେକ ପଦକ୍ଷେପ ନେଇ ରାଜ୍ୟରେ ଦକ୍ଷତା ବିକାଶ ପରିମଣ୍ଡଳର ସ୍ଥିତି ଉପରେ ସେ ଆଲୋକପାତ କରିଛନ୍ତି ।

କୌଶଳ ବିକାଶ ଓ ଉଦ୍ୟମିତା ମନ୍ତ୍ରାଳୟର ଶାସନ ସଚିବ ଅତୁଲ ତିୱାରୀ ମଧ୍ୟ ରଖିଥିଲେ ବକ୍ତବ୍ୟ । କର୍ମଶାଳା ଆରମ୍ଭରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ସ୍ବାଗତ ଭାଷଣ ଦେଇଥିବାବେଳେ, ରାଜ୍ୟରେ ଦକ୍ଷତା ବିକାଶ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ହୋଇଥିବା ସେ ଦର୍ଶାଇଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ବୈଷୟିକ ଶିକ୍ଷା ନିର୍ଦ୍ଦେଶକ ରେଘୁ ଜିଙ୍କ ସମେତ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

ଅନ୍ୟପଟେ କର୍ମଶାଳାରେ ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ଆସାମ, ବିହାର, ହିମାଚଳ ପ୍ରଦେଶ, ଗୋଆ, ଜାମ୍ମୁ ଓ କାଶ୍ମୀର, ପଞ୍ଜାବ, ତ୍ରିପୁରା, ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ ଓ ପଶ୍ଚିମବଙ୍ଗ, ମଣିପୁର ତଥା କେନ୍ଦ୍ର ଶାସିତ ଅଞ୍ଚଳ ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜ, ଡାମନ-ଡିଉ-ଦାଦ୍ରା-ନଗର ହାବେଳୀ, ଲାକ୍ଷାଦ୍ବୀପ, ଲାଦାକର ପ୍ରତିନିଧିମାନେ ଯୋଗଦେଇ ଦକ୍ଷତା ବିକାଶ ସ୍ଥିତି ନେଇ ସେମାନଙ୍କ ବକ୍ତବ୍ୟ ଉପସ୍ଥାପନ କରିଛନ୍ତି । ଉଦ୍‌ଯାପନ ଅଧିବେଶନ ପରେ ପ୍ରତିନିଧି ଦଳ ଜଟଣୀ ସ୍ଥିତ ଦକ୍ଷତା ବିକାଶ ପ୍ରତିଷ୍ଠାନ ଓ ମଞ୍ଚେଶ୍ବରସ୍ଥିତ ବିଶ୍ବ ଦକ୍ଷତା କେନ୍ଦ୍ର ପରିଦର୍ଶନ କରି ବିଭିନ୍ନ ତଥ୍ୟ ସଂପର୍କରେ ଅବଗତ ହୋଇଥିବା ବେଳେ ଉଭୟ ଅନୁଷ୍ଠାନର କାର୍ଯ୍ୟକ୍ରମକୁ ଭୂୟସୀ ପ୍ରଶଂସା କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.