ETV Bharat / state

କୁଲତା ସମାଜର ଅନୁରୋଧ ରଖିଲେ ମୁଖ୍ୟମନ୍ତ୍ରୀ, ପୁରୀରେ ଧର୍ମଶାଳା ପାଇଁ ଯୋଗାଇବେ ଜମି ଓ ଆର୍ଥିକ ସହାୟତା

ଓଡ଼ିଶା କୁଲତା ସମାଜର ଅନୁରୋଧ ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀରେ ଧର୍ମଶାଳା ନିର୍ମାଣ ଲାଗି ଜମି ଚିହ୍ନଟ ପାଇଁ ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଅଧିକ ପଢନ୍ତୁ

ପୁରୀରେ ଧର୍ମଶାଳା ପାଇଁ ଜମି ଓ ଆର୍ଥିକ ସହାୟତା ଯୋଗାଇବେ ସରକାର

author img

By

Published : Nov 28, 2022, 4:10 PM IST

ଭୁବନେଶ୍ବର: ଓଡିଶା କୁଲତା ସମାଜର ଏକ ପ୍ରତିନିଧି ଦଳ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି (Odisha Kulata Samaj met CM Naveen) । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ବିଭିନ୍ନ ଦାବି ବିଷୟରେ ଆଲୋଚନା କରିଛନ୍ତି ପ୍ରତିନିଧି ଦଳ । କୂଳ ଦେବତା ପ୍ରଭୁ ନୃସିଂହନାଥଙ୍କ ପୀଠର ଉନ୍ନତି ଲାଗି 5T ଉପକ୍ରମରେ ରୂପାନ୍ତରଣ କାର୍ଯ୍ୟକ୍ରମ ପାଇଁ ସମାଜ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଛି ।

କୁଲତା ସମାଜର ଅନୁରୋଧ ରଖିଲେ ମୁଖ୍ୟମନ୍ତ୍ରୀ

ପୁରୀ ଧାମରେ ଏକ ଧର୍ମଶାଳା ନିର୍ମାଣ ପାଇଁ ଜମି ଓ ଆର୍ଥିକ ଅନୁଦାନ ଯୋଗାଇ ଦେବା ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି ସମାଜ (Odisha Kulta Samaj request for construction of Dharmasala at Puri)। କୁଲତା ସମାଜ ବହୁଳ ଗ୍ରାମ ଗୁଡିକରେ ଜଗନ୍ନାଥ ମନ୍ଦିର ସ୍ଥାପନ, ପରିଚାଳନା, ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ଦିଗରେ ଏହି ସମାଜ ଅଗ୍ରଣୀ ଭୂମିକା ଗ୍ରହଣ କରିଆସୁଛି । ପୁରୀ ନିକଟସ୍ଥ ରାମଚଣ୍ଡୀ ମନ୍ଦିର ମଧ୍ୟ କୁଲତା ସମାଜର ଏକ ପ୍ରସିଦ୍ଧ ଧର୍ମପୀଠ । କୁଲତା ସମାଜର ଲକ୍ଷ ଲକ୍ଷ ଭକ୍ତ ପ୍ରତିବର୍ଷ ପୁରୀଧାମକୁ ଯାଇଥାନ୍ତି । ତେଣୁ ପୁରୀରେ କୁଲତା ସମାଜକୁ ଧର୍ମଶାଳା ଲାଗି ଏକ ଏକର ଜମି ଓ ଆର୍ଥିକ ଅନୁଦାନ ଯୋଗାଇ ଦେବା ପାଇଁ ସେମାନେ ଅନୁରୋଧ କରିଛନ୍ତି ।

ଏହା ବି ପଢନ୍ତୁ- ସର୍ବଦଳୀୟ ବୈଠକ ପରେ ସ୍ବାଭାବିକ ହେଲା ଗୃହକାର୍ଯ୍ୟ

ଏହାଦ୍ବାରା କୁଲତା ସମାଜର ଭକ୍ତମାନେ ସୁବିଧାରେ ପୁରୀ ଧାମରେ ରହିବା ସହ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ମଧ୍ୟ ସୁରୁଖୁରୁରେ ଆୟୋଜନ କରିପାରିବେ । ସେମାନଙ୍କର ଅନୁରୋଧକୁ ଗ୍ରହଣ କରି ପୁରୀରେ ଉପଯୁକ୍ତ ସ୍ଥାନରେ ସପ୍ତାହକ ମଧ୍ୟରେ ଜମି ଚିହ୍ନଟ ପାଇଁ ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ସହିତ ସରକାରଙ୍କ ପକ୍ଷରୁ ଧର୍ମଶାଳା ନିର୍ମାଣ ପାଇଁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବର୍ଷକ ମଧ୍ୟରେ ଏହି ଧର୍ମଶାଳା ଯେପରି ସମ୍ପୂର୍ଣ୍ଣ ହୋଇପାରିବ । ସେ ଦିଗରେ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ସେମାନଙ୍କ ଦାବି ପ୍ରତି ସହାନୁଭୂତିଶୀଳ ମନୋଭାବ ପାଇଁ ସମାଜ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଛି । ଏହି ପ୍ରତିନିଧି ଦଳରେ ବୌଦ୍ଧ, ସୋନପୁର, ସମ୍ବଲପୁର ଓ ବ୍ରଜରାଜନଗର ଅଞ୍ଚଳର କୁଲତା ସମାଜର ସଦସ୍ୟମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.