ETV Bharat / state

Odisha Corona: କୋରୋନା ସଂକ୍ରମଣରେ ବୃଦ୍ଧି, ଦିନକରେ 258 ଆକ୍ରାନ୍ତ ଚିହ୍ନଟ

author img

By

Published : Apr 14, 2023, 11:52 AM IST

ରାଜ୍ୟରେ ବୃଦ୍ଧି ପାଉଛି କୋରୋନା ସଂକ୍ରମଣ । ଦିନକରେ 258 ଜଣ ସଂକ୍ରମିତ ହୋଇଛନ୍ତି । ଅନ୍ୟପଟେ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ । ଅଧିକ ପଢନ୍ତୁ

Etv Bharat
Etv Bharat

ଭୁବନେଶ୍ବର: ରାଜ୍ୟରେ କୋରୋନା ସଂକ୍ରମଣରେ ବୃଦ୍ଧି । କିଛି ମାସର ବ୍ୟବଧାନ ପରେ ପୁଣି ସଂକ୍ରମଣ ଉପର ମୁହାଁ ହୋଇଛି । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ 258 କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ଟିଭ ସଂଖ୍ୟା 1186କୁ ବୃଦ୍ଧି ହୋଇଛି । ସେହିପରି ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଜଣେ କୋଭିଡ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ 175 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ମୃତକ ଝାରସୁଗୁଡ଼ାର ଜଣେ ବୃଦ୍ଧା ବୋଲି ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ ।

ଗତ 24 ଘଣ୍ଟାରେ ରାଜ୍ୟରେ 6 ହଜାର 279 ଜଣଙ୍କର କୋରୋନା ପରୀକ୍ଷା କରାଯାଇଥିଲା । ସେମାନଙ୍କ ମଧ୍ୟ 258 ପଜିଟିଭ ଥିବା ସ୍ବାସ୍ଥ୍ୟ ବିଭାଗ ତରଫରୁ କୁହାଯାଇଛି । ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଇସୋଲେସନରେ ରହିଥିବା ବେଳେ 20ରୁ ଊର୍ଦ୍ଧ୍ବ ସଂକ୍ରମିତ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ 3 କୋଟି 47 ଲକ୍ଷ 79 ହଜାର 702ଜଣଙ୍କର କୋରୋନା ପରୀକ୍ଷା କରାଯାଇଛି । ତେବେ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା 13 ଲକ୍ଷ 38 ହଜାର 468ରେ ପହଞ୍ଚିଛି । 5 ସୂତ୍ରକୁ ନେଇ ପୁଣି କୋଭିଡ ମୁକାବିଲା କରାଯିବ ।

ରାଜ୍ୟରେ ସଂକ୍ରମଣ ଧୀରେ ଧୀରେ ବୃଦ୍ଧି ପାଇଛି । ଅନ୍ୟ ରାଜ୍ୟ ଅପେକ୍ଷା ଆମ ରାଜ୍ୟର ସ୍ଥିତି ଭଲ ରହିଥିବା ବେଳେ ଲକ୍ଷଣ ଦେଖାଗଲେ ତୁରନ୍ତ ଚିକିତ୍ସା କରିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ହସ୍ପିଟାଲରେ ବେଡ଼ ପ୍ରସ୍ତୁତ ରଖିବା, ଭେଣ୍ଟିଲେଟର, ଅକ୍ସିଜେନ, ଆଇସିୟୁ ବେଡ଼, ଟେଷ୍ଟ କିଟ୍‌, ଆଦି ସ୍ଥିତି ଅନୁଧ୍ୟାନ କରାଯାଇଛି । ସମସ୍ତ ଜିଲ୍ଲାରେ ଜିଲ୍ଲାପାଳଙ୍କ ତତ୍ତ୍ଵାବଧାନରେ ଏହା ସମସ୍ତ ସମୀକ୍ଷା କରାଯାଇଛି ।

ରାଜ୍ୟରେ ବହୁତ କମ ଲୋକ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି । ଯେଉଁମାନଙ୍କର ଲକ୍ଷଣ ଦେଖାଯାଉଛି ସେମାନେ ତୁରନ୍ତ ଆଇସୋଲେଟ ରୁହନ୍ତୁ । ଯିଏ କୋଭିଡ ପଜିଟିଭ ଚିହ୍ନଟ ହେଉଛନ୍ତି ସେମାନଙ୍କ ସହ ମିଳାମିଶା ଯେଉଁମାନେ କରୁଛନ୍ତି ସେମାନେ ମଧ୍ୟ ଟେଷ୍ଟ କରିବା ଶହ ଆସିସୋଲେଟ ରହିବା ଆବଶ୍ୟକ ବୋଲ ସ୍ବାସ୍ଥ୍ୟ ବିଭାଗ ତରଫରୁ କୁହାଯାଇଛି ।

ତେବେ ସଂକ୍ରମଣ ବୃଦ୍ଧି ହୋଇଥିବାରୁ କିଛି ଦିନ ତଳେ କଟକ ବଡ ମେଡିକାଲରେ ଦୁଇ ଦିନିଆ ମକ ଡ୍ରିଲ କରାଯାଇଥିଲା । ଏହି ସମୟରେ ଏସସିବି କୋଭିଡ ହସ୍ପିଟାଲର ସ୍ଥିତି ଓ ଭିତ୍ତିଭୂମି ସମ୍ପର୍କିତ ସମସ୍ତ ତଥ୍ୟ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଥିଲା । ରାଜ୍ୟରେ ସଂକ୍ରମଣ ବୃଦ୍ଧି ଏବେ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଚତୁର୍ଥ ଲହର ନେଇ ଲୋକଙ୍କ ମଧ୍ୟରେ ଭୟ ଦେଖା ଦେଇଛି । କୋରୋନାକୁ ନିୟନ୍ତ୍ରଣ କରିବା ପାଇଁ ଗତ କିଛି ଦିନ ତଳେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ବୈଠକ କରି ସମସ୍ତ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.