ETV Bharat / state

ଆସନ୍ତା ୫ଦିନ ରାଜ୍ୟରେ ପ୍ରବଳ ବର୍ଷା: ବନ୍ୟା ମୁକାବିଲା ପାଇଁ ଜିଲ୍ଲାପାଳଙ୍କୁ SRCଙ୍କ ଚିଠି

ରାଜ୍ୟରେ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ୧୨ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ । ଫଳରେ ୫ ଦିନ ଯାଏଁ ଅବିଶ୍ରାନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଅଧିକ ପଢନ୍ତୁ

author img

By

Published : Jul 19, 2023, 7:14 PM IST

ବନ୍ୟା ମୁକାବିଲା ପାଇଁ ଜିଲ୍ଲାପାଳଙ୍କୁ SRCଙ୍କ ଚିଠି

ଭୁବନେଶ୍ବର: ଆସନ୍ତା ୫ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗୁରୁବାର ସକାଳ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ । ଯାହାର ପ୍ରଭାବରେ ବର୍ଷାର ବିସ୍ତୃତି ସହ ପରିମାଣ ବଢ଼ିବ। ତେବେ ଉପକୂଳ ସହ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଙ୍ଗଳବାଠାରୁ ମାଲକାନଗିରିରେ ବନ୍ୟା ସ୍ଥିତି ସଙ୍ଗୀନ ହୋଇଥିବାବେଳେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଭୀଷଣ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ରାଜ୍ୟରେ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ୧୨ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ । ଫଳରେ ୫ ଦିନ ଯାଏଁ ଅବିଶ୍ରାନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ୨୪ ତାରିଖ ପର୍ଯ୍ୟନ୍ତ ମାଲକାନଗିରିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହାସହ 200 ମିଲିମିଟରରୁ ଅଧିକ ବର୍ଷାର ହେବାର ସମ୍ଭାବନା ରହିଛି। ୨୦ ରୁ ୨୩ ତାରିଖ ଯାଏଁ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବହିବାର ଆଶଙ୍କା ରହିଛି। ପବନ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ପ୍ରଭାବରେ ଦକ୍ଷିଣ-ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ନୂଆପଡା, କଳହାଣ୍ଡି ଏବଂ କନ୍ଧମାଳକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବ ବେଳେ ଉପକୂଳ-ଆଭ୍ୟନ୍ତରୀଣ ଓଡ଼ିଶାର ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ୨୧ ତାରିଖରେ ୭ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବାବେଳେ ୧୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅଧିକାଂଶ ଜିଲ୍ଲାରେ 200 ମିଲିମିଟରରୁ ଅଧିକ ବର୍ଷିବ ବୋଲି ଆକଳନ କରାଯାଇଛି । ତେବେ ୨୪ ତାରିଖ ପର୍ଯ୍ୟନ୍ତ ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିବ ।

ଏହା ମଧ୍ୟ ପଢନ୍ତୁ...କଳାହାଣ୍ଡିରେ ଢାଳୁଛି, ଥୁଆମୂଲ ରାମପୁରରେ ସର୍ବାଧିକ ବର୍ଷା ରେକର୍ଡ

ସେପଟେ ପ୍ରବଳ ବର୍ଷା ଯୋଗୁ ସହରାଞ୍ଚଳରେ ଡ୍ରେନ୍ ଉଚ୍ଛୁଳିବାର ଆଶଙ୍କା ରହୁଛି। ଏହାସହ ପାହାଡ଼ିଆ ଅଞ୍ଚଳରେ ମାଟି ଅତଡ଼ା ଧସିବା ସହ ନଦୀ ଜଳ ଉଚ୍ଛୁଳିବା କାରଣରୁ ଆକସ୍ମିକ ବନ୍ୟା ସ୍ଥିତି ସୃଷ୍ଟି ହେବାର ଆଶଙ୍କା କରାଯାଉଛି । ତେବେ ବର୍ଷା ସମୟରେ ଘଣ୍ଟାପ୍ରତି ୪୦ରୁ ୫୦କିଲୋମିଟର ବେଗରେ ପବନ ବହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ତେବେ ଆସନ୍ତାକାଲିଠୁ ୨୨ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ମୂଷଳ ବର୍ଷାରେ ଦକ୍ଷିଣ ଓଡ଼ିଶାର ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁରରେ ଭୂସ୍ଖଳନ ହୋଇପାରେ । ତେଣୁ ସତର୍କ ରହିବା ସହ ବନ୍ୟା ମୁକାବିଲା ନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି ।

ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିର ଚିତ୍ରକୋଣ୍ଡାରେ ସର୍ବାଧିକ ୧୯୯ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ କୋରୁକୁଣ୍ଡାରେ ୧୮୫ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୩୪୬.୫ ମିଲିମିଟର ବର୍ଷା ରେକର୍ଡ ହୋଇଛି । ବର୍ତ୍ତମାନ ସୁଦ୍ଧା ୧୫ ପ୍ରତିଶତ ନିଅଣ୍ଟିଆ ରହଛି । ୧୩ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବାବେଳେ ୧୩ଟି ଜିଲ୍ଲାରେ ସ୍ବାଭାବିକ ଏବଂ ୪ଟି ଜିଲ୍ଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ରେକର୍ଡ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.