ETV Bharat / state

ସକ୍ରିୟ ହେଉଛି ଲଘୁଚାପ, ଆହୁରି ଦୁଇ ଦିନ ବର୍ଷା - ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସକ୍ରିୟ ହେବାରେ ଲାଗିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା 3 ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର
author img

By

Published : Sep 3, 2019, 7:48 PM IST

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସକ୍ରିୟ ହେବାରେ ଲାଗିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା 3 ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏଥିସହ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ମଧ୍ୟ ପୂର୍ବାନୁମାନ କରାଯାଇଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ସୂଚନା ଅନୁଯାୟୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହେବା ସହ ସକ୍ରିୟ ହେବାରେ ଲାଗିଛି ମୌସୁମୀ ବାୟୁ । ଯାହାର ପ୍ରଭାବରେ ଆସନ୍ତା 24 ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର, ପୁରୀ, ନୂଆପଡା, କଳାହାଣ୍ଡି, ଗଞ୍ଜାମ, ସମ୍ବଲପୁର, ବୌଦ୍ଧ, ସୋନପୁର, ବରଗଡ, ଖୋର୍ଦ୍ଧା, ନୟାଗଡ ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।

ସେହିପରି ବୁଧବାର ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ କୋରାପୁଟ, କନ୍ଧମାଳ, ସୁନ୍ଦରଗଡ, ଜଗତସିଂହପୁର, କେନ୍ଦ୍ରାପଡା, ବରଗଡ ଓ ଝାରସୁଗୁଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଜଣା ପଡିଛି । ତେବେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଉପକୂଳରେ ସମୂଦ୍ର ଅଶାନ୍ତ ରହିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୂଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

Intro:ପାଣିପାଗ ସୂଚନା ।ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ।ରାଜ୍ୟରେ ପ୍ରବଳ ବର୍ଷା ।

Body:ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ,ଆସନ୍ତା ୩ ଦିନ ପ୍ରବଳ ବର୍ଷା ହେବ।ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଛି ଏବଂ ଏହା ମୌସୁମୀ ବାୟୁକୁ ସକ୍ରିୟ ରହିବାରେ ସହାୟକ ହେଉଛି।ଏହାର ପ୍ରଭାବରେ ଆସନ୍ତା ୨,୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।ଆସନ୍ତା ୨୪ ଘଣ୍ଟାରେ କୋରାପୁଟ,ମାଲକାନଗିରି,କନ୍ଧମାଳ,ନବରଙ୍ଗପୁର,ପୁରୀ,ନୂଆପଡା,କଳାହାଣ୍ଡି, ଗଂଜାମ,ଆଦି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ହେବ ଏବଂ ସମ୍ବଲପୁର,ବୌଦ୍ଧ,ସୋନପୁର,ବରଗଡ଼,ଖୋର୍ଦ୍ଧା,ନୟାଗଡ଼ ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।ସେହିପରି ଆସନ୍ତାକାଲି ନବରଙ୍ଗପୁର,ନୂଆପଡା,କଳାହାଣ୍ଡି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ ଏବଂ କୋରାପୁଟ,କନ୍ଧମାଳ,ସୁନ୍ଦରଗଡ,ଜଗତସିଂହପୁର,କେନ୍ଦ୍ରାପଡା,ବରଗଡ଼ ଓ ଝାରସୁଗୁଡା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ତେବେ ୫ ତାରିଖରେ ରାଜ୍ୟର ୭ ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇ ଏହା ପରେ ପାଗରେ ସୁଧାର ଆସିବା ସହ ବର୍ଷାର ପରିମାଣ କମିବ ।ଉପକୂଳରେ ସମୁଦ୍ର ଅଶାନ୍ତ ରହିବା ହେତୁ ମସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ବୋଲି କହିଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଧେଶକ ହବିବୁର ରେହମାନ ବିଶ୍ୱାସ।

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.