ETV Bharat / state

Sports Star Award: ଓଡିଶାକୁ ମିଳିଲା ସ୍ପୋର୍ଟସ ଷ୍ଟାର ଆୱାର୍ଡ; କ୍ରୀଡା ପ୍ରୋତ୍ସାହନରେ ଶ୍ରେଷ୍ଠ ରାଜ୍ୟ, ପୁରସ୍କାର ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ - କ୍ରୀଡାକୁ ପ୍ରୋତ୍ସାହନ

କ୍ରୀଡାକୁ ପ୍ରୋତ୍ସାହନ କରିବା ଦିଗରେ ଶ୍ରେଷ୍ଠ ରାଜ୍ୟ ଭାବେ ଓଡ଼ିଶାକୁ ମିଳିଲା ସ୍ପୋର୍ଟସ ଷ୍ଟାର ଆୱାର୍ଡ । ଆଜି ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତ କରି ଏହି ଆୱାର୍ଡକୁ ଗ୍ରହଣ କରିଛନ୍ତି । ଅଧିକ ପଢନ୍ତୁ

Odisha wins Sports Star Award
Odisha wins Sports Star Award
author img

By

Published : Feb 27, 2023, 9:50 PM IST

ଭୁବନେଶ୍ବର: କ୍ରୀଡାକୁ ପ୍ରୋତ୍ସାହନ କରିବା ଦିଗରେ ଶ୍ରେଷ୍ଠ ରାଜ୍ୟ ଭାବେ ଓଡ଼ିଶାକୁ ମିଳିଲା ସ୍ପୋର୍ଟସ ଷ୍ଟାର ଆୱାର୍ଡ । ଏହି ପୁରସ୍କାର ପ୍ରସିଦ୍ଧ କ୍ରୀଡା ପତ୍ରିକା ସ୍ପୋର୍ଟସ ଷ୍ଟାର ପକ୍ଷରୁ ଦିଆଯାଇଛି । ମୁମ୍ବାଇରେ ଆୟୋଜିତ ‘Sportstar Aces-2023 Awards’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 'ବେଷ୍ଟ ଷ୍ଟେଟ ଫର ପ୍ରମୋସନ ସ୍ପୋଟର୍ସ' ପୁରସ୍କାର ଗ୍ରହଣ କରିଛନ୍ତି । ଚତୁର୍ଥ ଥର ପାଇଁ ଓଡ଼ିଶା ଏହି ମର୍ଯ୍ୟାଦାଜନକ ପୁରସ୍କାର ଗ୍ରହଣ କରିଛି । କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏହି ଆୱାର୍ଡକୁ ଗ୍ରହଣ କରିଛନ୍ତି ।

କ୍ରୀଡା କ୍ଷେତ୍ରରେ ଓଡ଼ିଶାର ଅନନ୍ୟ କାର୍ଯ୍ୟକ୍ରମ ପାଇଁ ଏହି ପୁରସ୍କାର ମିଳିଛି । କ୍ରୀଡା କ୍ଷେତ୍ରରେ ଉତ୍କୃଷ୍ଟତା, ପ୍ରତିଯୋଗିତା, କୋଚିଂ, ଭିତ୍ତିଭୂମି ଓ ପ୍ରତିଭାଧର କ୍ରୀଡାବିତ୍‌ଙ୍କ ପାଇଁ କଲ୍ୟାଣ ଯୋଜନାର ମିଳିତ ଭୂମିକାରେ ପ୍ରତିଷ୍ଠା ପାଇଥିବା ଓଡ଼ିଶାର ‘ସ୍ପୋର୍ଟସ ମଡେଲ’ ସ୍ବତନ୍ତ୍ର ସ୍ଥାନ ହାସଲ କରିଛି । ମୁଖ୍ୟମନ୍ତ୍ରୀ ଆଜି ମୁମ୍ବାଇରେ ହିନ୍ଦୁ ଗ୍ରୁପ ଦ୍ବାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦ ହିନ୍ଦୁର ସମ୍ପାଦକ ସୁରେଶ ନମ୍ବଥ ଓ ପ୍ରସିଦ୍ଧ କ୍ରିକେଟ ଖେଳାଳୀ ସୁନିଲ ଗାଭାସ୍କରଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି । ଏହି ପୁରସ୍କାର ପାଇଁ ବିଚାରକମଣ୍ଡଳୀରେ ପୂର୍ବତନ ଭାରତୀୟ କ୍ରିକେଟ କ୍ୟାପଟେନ ସୁନିଲ ଗାଭାସ୍କରଙ୍କ ନେତୃତ୍ବରେ ବିଶିଷ୍ଟ କ୍ରୀଡାବିତ ଅଭିନବ ବିନ୍ଦ୍ରା, ଅପର୍ଣ୍ଣା ପୋପଟ, ଅଞ୍ଜଳୀ ଭଗବତ, ବାଇଚୁଙ୍ଗ ଭୂତିଆ, ଏମ.ଏମ ସୌମ୍ୟା ଓ ବିଶ୍ବନାଥନ ଆନନ୍ଦ ପ୍ରମୁଖ ସଦସ୍ୟ ରହିଥିଲେ ।

ପୁରସ୍କାର ପାଇଁ ହିନ୍ଦୁ ଗ୍ରୁପ ତଥା ସ୍ପୋର୍ଟସ ଷ୍ଟାରକୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ପୁରସ୍କାରକୁ ସେ ଓଡ଼ିଶାର ଜନସାଧାରଣଙ୍କୁ ଉତ୍ସର୍ଗ କରିଛନ୍ତି । କ୍ରୀଡାବିତମାନଙ୍କୁ ସମ୍ମାନିତ କରିବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ସ୍ପୋର୍ଟସ ଷ୍ଟାର କର୍ତ୍ତୃପକ୍ଷଙ୍କୁ ପ୍ରଶଂସା କରିଛନ୍ତି । ସେ କହିଛନ୍ତି, "ବିଶ୍ବ କ୍ରୀଡା କ୍ଷେତ୍ରରେ କ୍ରୀଡାବିତ୍ମାନଙ୍କ ଅବଦାନକୁ ମର୍ଯ୍ୟାଦା ପ୍ରଦାନ କରିବା କ୍ଷେତ୍ରରେ ଏହି କାର୍ଯ୍ୟକ୍ରମ ଏକ ସୁନ୍ଦର ପ୍ଲାଟଫର୍ମ । ଏହା ଆମର ଆଗାମୀ ଦିନର ପ୍ରତିଭାବାନ କ୍ରୀଡାବିତମାନଙ୍କୁ ମଧ୍ୟ ପ୍ରୋତ୍ସାହିତ କରିବ । କ୍ରୀଡାବିତମାନେ ହେଉଛନ୍ତି ଆମର ପ୍ରକୃତ ରାଷ୍ଟ୍ରଦୂତ । ସେମାନଙ୍କୁ ସହଯୋଗ ଯୋଗାଇଦେବା ଏବଂ ସେମାନଙ୍କୁ ସବୁ କ୍ଷେତ୍ରରେ ଉତ୍ସାହିତ କରିବା ଆମର ଦାୟିତ୍ବ ।"

ଏହା ବି ପଢନ୍ତୁ- Naba Das Murder Mystery: ବିଧାୟକ ସୁଶାନ୍ତ ସିଂଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉ: କଂଗ୍ରେସ ବିଧାୟକ

ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି, "କ୍ରୀଡା କ୍ଷେତ୍ରରେ ଆମେ ବିପୁଳ ସମ୍ବଳ ବିନିଯୋଗ କରୁଛୁ । କାରଣ ଯୁବ ସମାଜ ପାଇଁ ସମ୍ବଳ ବିନିଯୋଗ କରିବା ଅର୍ଥ ହେଉଛି ଆମ ଭବିଷ୍ୟତ ପାଇଁ ସମ୍ବଳର ବିନିଯୋଗ । ଗତ ୫ ବର୍ଷ ମଧ୍ୟରେ ଆମ କ୍ରୀଡା ବଜେଟ ୧୦ ଗୁଣ ବଢିଛି । ଆସନ୍ତା ଆର୍ଥିକ ବର୍ଷରେ ଏହା ୧୨୦୦ କୋଟିରୁ ଅଧିକ ରହିଛି । ହକି ବିଶ୍ବ କପ ସହିତ ଆମେ ଅନେକ ଆନ୍ତର୍ଜାତିକ ଟୁର୍ଣ୍ଣାମେଣ୍ଟକୁ ସଫଳତାର ସହ ଆୟୋଜନ କରିଛୁ । ଆମେ ସମସ୍ତେ ମିଶି ଭାରତୀୟ କ୍ରୀଡା ପାଇଁ ବିଶ୍ବସ୍ତରରେ ଗୌରବ ହାସଲ କରିପାରିବା । ଅଲମ୍ପିକ୍ସରେ ଦେଶର ପତାକାକୁ ଉଚ୍ଚ ରଖିବା ହେଉଛି ସବୁ ଭାରତୀୟ ମାନଙ୍କର ସାମୁହିକ ସ୍ବପ୍ନ । ଏଥିପାଇଁ ଆମେ ସମସ୍ତେ ମିଶି ଉଦ୍ୟମ କରିବା ।"

ସୂଚନା ଥାଉ କି ୨୦୨୨ରେ ଓଡିଶା ଅନେକ ଆନ୍ତର୍ଜାତିକ ପ୍ରତିଯୋଗୀତା ଆୟୋଜନ କରିଥିଲା । ସେଗୁଡିକ ହେଉଛି Odisha Open, SAAF U20, FIFA U17 ମହିଳା ବିଶ୍ବକପ, FIBA-2022 (SABA Qualifiers), FIH ହକି ପ୍ରୋ ଲିଗ ଏବଂ ଅନେକ ଜାତୀୟ ପ୍ରତିଯୋଗିତା ଯେପରିକି ଇଣ୍ଡିଆନ ୱମେନ୍ସ ଲିଗ, ଆକ୍ବାଟିକ ଜୁନିଅର ନେସନାଲ୍ସ, IWLF ୟୁଥ ଜୁନିଅର୍ସ ଆଣଅଡ ସିନିଅର ନ୍ୟାସନାଲ ୱେଟ ଲିଫ୍ଟିଂ ଚମ୍ପିଆନସିପ, ପାରା ଆଥଲେଟିକ ଆଣ୍ଟ ପାରା ବ୍ୟାଡମିଣ୍ଟନ ନ୍ୟାସନାଲ୍ସ ।

ଦେଶରେ କ୍ରୀଡ଼ା କ୍ଷେତ୍ରରେ ଉତ୍କୃଷ୍ଟ ପ୍ରଦର୍ଶନକୁ ସମ୍ମାନିତ କରିବାରେ Sportstar Aces Award ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । କ୍ରୀଡ଼ା ପାଇଁ ଓଡିଶାର ପ୍ରତିବଦ୍ଧତାର ଏହା ଏକ ପ୍ରକୃଷ୍ଟ ନିଦର୍ଶନ । କ୍ରୀଡାବିତମାନଙ୍କୁ ସଫଳ ହେବା ପାଇଁ ଉପଯୁକ୍ତ ପ୍ରୋତ୍ସାହନ ଯୋଗାଇ ଦେବାରେ ଏହାର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । କ୍ରୀଡ଼ା କ୍ଷେତ୍ରରେ ଓଡ଼ିଶାର ଉଦ୍ୟମକୁ ମାନ୍ୟତା ମିଳିବାରେ ଏହା ଏକ ଉପଯୁକ୍ତ ପୁରସ୍କାର । ବିଶ୍ବସ୍ତରୀୟ କ୍ରୀଡା ଭିତ୍ତିଭୂମି ସୃଷ୍ଟି କରିବା ପାଇଁ ରାଜ୍ୟର ପ୍ରତିବଦ୍ଧତାର ଶ୍ରେଷ୍ଠ ନିଦର୍ଶନ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.