ETV Bharat / state

ଗ୍ଲୋବାଲ ବାୟୋ ଇଣ୍ଡିଆ: ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଓଡ଼ିଶାରେ ବିପୁଳ ସମ୍ଭାବନା

author img

By ETV Bharat Odisha Team

Published : Dec 5, 2023, 7:22 AM IST

Updated : Dec 5, 2023, 2:26 PM IST

ଦିଲ୍ଲୀରେ ୩ ଦିନିଆ ଗ୍ଲୋବାଲ ବାୟୋ ଇଣ୍ଡିଆ ୨୦୨୩ କାର୍ଯ୍ୟକ୍ରମ ଅନୁଷ୍ଠିତ । ଅନନ୍ୟ ଜୈବ ସମ୍ବଳ ଏବଂ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ବିପୁଳ ସମ୍ଭାବନାକୁ ପ୍ରଦର୍ଶନ କରୁଛି ଓଡ଼ିଶା । ଅଧିକ ପଢନ୍ତୁ

Etv Bharat
Etv Bharat
ଗ୍ଲୋବାଲ ବାୟୋ ଇଣ୍ଡିଆ ୨୦୨୩

ଭୁବନେଶ୍ବର: ଦିଲ୍ଲୀ ପ୍ରଗତି ମଇଦାନର ଭାରତ ମଣ୍ଡପମରେ ଆରମ୍ଭ ହୋଇଛି ୩ ଦିନିଆ ଗ୍ଲୋବାଲ ବାୟୋ ଇଣ୍ଡିଆ ୨୦୨୩ । କେନ୍ଦ୍ର ସରକାରଙ୍କ ବିଜ୍ଞାନ ଓ କାରିଗରି କୌଶଳ ମନ୍ତ୍ରାଳୟ ଅଧୀନସ୍ଥ ବାୟୋଟେକ୍ନୋଲୋଜି ବିଭାଗ ଏବଂ ବାୟୋଟେକ୍ନୋଲୋଜି ଇଣ୍ଡଷ୍ଟ୍ରି ରିସର୍ଚ୍ଚ ଆସିଷ୍ଟାନ୍ସ କାଉନସିଲ ବା ବିଆଇଆରଏସି ପକ୍ଷରୁ ଏହି କାର୍ଯ୍ୟକ୍ରମ କରାଯାଉଛି । ଏହି ଅନ୍ତର୍ଜାତୀୟ କାର୍ଯ୍ୟକ୍ରମରେ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଭାରତର ବର୍ତ୍ତମାନର ସ୍ଥିତି ଓ ଭବିଷ୍ୟତକୁ ନେଇ ବୈଷୟିକ ସମ୍ମିଳନୀ ଓ ପ୍ରଦର୍ଶନୀର ଆୟୋଜନ କରାଯାଉଛି । ଏଥିରେ ଓଡ଼ିଶା ସାମିଲ ହୋଇ ରାଜ୍ୟର ଅନନ୍ୟ ଜୈବ ସମ୍ବଳ ଏବଂ ବାୟୋଟେକ୍ନୋଲୋଜି କ୍ଷେତ୍ରର ବିପୁଳ ସମ୍ଭାବନାକୁ ପ୍ରଦର୍ଶନ କରୁଛି ।

ଗ୍ଲୋବାଲ ବାୟୋ ଇଣ୍ଡିଆ କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗ ସାମିଲ ହୋଇଛି । ଏହି ପ୍ରଦର୍ଶନୀରେ ରାଜ୍ୟର ୧୦ଟି ପ୍ରମୁଖ ବାୟୋଟେକ୍ନୋଲୋଜି ଷ୍ଟାର୍ଟଅପ୍ ଅଂଶ ଗ୍ରହଣ କରିଛନ୍ତି । ସେମାନଙ୍କ ମଧ୍ୟରେ ଅଛନ୍ତି ଇନଷ୍ଟିଚ୍ୟୁଟ ଅଫ ଲାଇଫ ସାଇନ୍ସ ବା ଆଇଏଲଏସ ଏବଂ କିଟ ଟିବିଆଇ ଭଳି ଇନକ୍ୟୁବେଟରରେ ରହିଥିବା ଉଦ୍ୟୋଗ । ଏହି ଷ୍ଟାର୍ଟଅପଗୁଡ଼ିକୁ ନେଇ ଖୋଲାଯାଇଥିବା ଓଡ଼ିଶା ପାଭିଲିୟନକୁ ବିଜ୍ଞାନ ଓ ବୈଷୟିକ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉଦଘାଟନ କରିଛନ୍ତି ।

ବିଜ୍ଞାନ ଓ ବୈଷୟିକ ବିଭାଗ ମନ୍ତ୍ରୀ ଅଶୋକ ପଣ୍ଡା କହିଛନ୍ତି ଯେ, ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ପଦକ୍ଷେପ ଯୋଗୁଁ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଓଡ଼ିଶା ଆଜି ବିଶେଷ ସଫଳତା ହାସଲ କରିପାରିଛି । ରାଜ୍ୟରେ ଥିବା ବ୍ୟାପକ ଜୈବ ସମ୍ପଦ, ଜଳ ସମ୍ପଦ ଏବଂ ସମୁଦ୍ର ବାୟୋଟେକ୍ନୋଲୋଜିର ପରିସରକୁ ସମୃଦ୍ଧ କରିଛି । ଏହାସହିତ ରାଜ୍ୟ ସରକାରଙ୍କ ଅନୁକୂଳ ଶିଳ୍ପନୀତି, ଷ୍ଟାର୍ଟଅପ୍ କାର୍ଯ୍ୟକ୍ରମ, ସ୍ୱତନ୍ତ୍ର ବାୟୋଟେକ୍ନୋଲୋଜି ପାର୍କ ଆଦି ଏହି କ୍ଷେତ୍ରକୁ ପ୍ରୋତ୍ସାହିତ କରିବାରେ ପ୍ରମୁଖ ଭୂମିକା ନେଇଛି । ଓଡ଼ିଶା ମିଲେଟ୍ ମିଶନ ଅଧୀନରେ ପୁଷ୍ଟିଶସ୍ୟ ଚାଷକୁ ପ୍ରୋତ୍ସାହନ ଦିଆଯାଉଛି । ଆଗାମୀ ଦିନରେ ପୁଷ୍ଟିଶସ୍ୟକୁ ବାୟୋଟେକ୍ନୋଲୋଜି ନୀତି ପରିସରଭୁକ୍ତ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି ।

ଏହା ମଧ୍ୟ ପଢନ୍ତୁ: ଓଡିଶା ସ୍କିଲ କନକ୍ଲେଭ ୨୦୨୪: ବିଶ୍ବ ଦକ୍ଷତା କେନ୍ଦ୍ରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବାୟୋଟେକ୍ନାଲୋଜି ଶିଳ୍ପର ପ୍ରସାର ଲାଗି ବିଭିନ୍ନ ରାଜ୍ୟ ଆଣିଥିବା ସ୍ୱତନ୍ତ୍ର ନୀତି ତଥା ନିବେଶ କାର୍ଯ୍ୟକ୍ରମକୁ ନେଇ ସୋମବାର ଦିନ ଏକ ବିଶେଷ ଅଧିବେଶନ ହୋଇଛି । ଏହି ଅଧିବେଶନରେ ବିଜ୍ଞାନ ଓ ବୈଷୟିକ ବିଭାଗର ପ୍ରମୁଖ ଶାସନ ସଚିବ ଚିତ୍ରା ଆରୁମୁଗମ ଯୋଗଦେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ କହିଛନ୍ତି ଯେ, ଓଡିଶା ସରକାର ବାୟୋଟେକ୍ନୋଲୋଜି କ୍ଷେତ୍ରକୁ ବିଶେଷ ଗୁରୁତ୍ବ ଦେଇଆସୁଛନ୍ତି । ରାଜ୍ୟରେ ଥିବା ବିଭିନ୍ନ ଟେକ୍ନୋଲୋଜି ଇନକ୍ୟୁବେଟର ମାଧ୍ୟମରେ ବାୟୋଟେକ୍ନୋଲୋଜି ଷ୍ଟାର୍ଟଅପଗୁଡ଼ିକୁ ପ୍ରୋତ୍ସାହନ ଦିଆଯାଉଛି । ସେହିପରି ଭୁବନେଶ୍ୱର ନିକଟସ୍ଥ ଅନ୍ଧାରୁଆରେ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ବାୟୋଟେକ ପାର୍କ ନିର୍ମାଣ କରାଯାଇଛି । ଆଗାମୀ ଦିନରେ ସେଠାରୁ ଭାରତ ବାୟୋଟେକ କମ୍ପାନି ଟିକା ଉତ୍ପାଦନ କରିବାକୁ ଯାଉଛି । ଏହାସହିତ ରାଜ୍ୟ ସରକାର ଯେଉଁ ସଂଶୋଧିତ ବାୟୋଟେକ୍ନୋଲୋଜି ନୀତି ଆଣିବାକୁ ଯାଉଛନ୍ତି, ତାହା ଏ କ୍ଷେତ୍ରର ଦ୍ରୁତ ବିକାଶ ପାଇଁ ବିଶେଷ ସହାୟକ ହୋଇପାରିବ ।

ସୋମବାର ଓଡ଼ିଶା ପାଭିଲିୟନ ବୁଲି ଦେଖିଛନ୍ତି ଭାରତୀୟ ବାୟୋଟେକ୍ନାଲୋଜି ଜଗତର ପରିଚିତ ବ୍ୟକ୍ତିତ୍ବ ତଥା ବାୟୋକନ ଇଣ୍ଡିଆର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷା କିରଣ ମଜୁମଦାର ସ । ସେ ଓଡ଼ିଶାରୁ ଆସିଥିବା ବାୟୋଟେକ୍ନୋଲୋଜି ଷ୍ଟାର୍ଟଅପଗୁଡ଼ିକୁ ଦେଖିବା ସହ ଏହି କ୍ଷେତ୍ରରେ ଓଡ଼ିଶାର ଅଗ୍ରଗତିକୁ ନେଇ ପ୍ରଶଂସା କରିଛନ୍ତି । ଗ୍ଲୋବାଲ ବାୟୋ ଇଣ୍ଡିଆ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଭାଗ ପକ୍ଷରୁ ଯୁଗ୍ମ ସଚିବ ପୂଜା ମିଶ୍ର, ଉପନିର୍ଦ୍ଦେଶକ ଡକ୍ଟର ଶଶିକାନ୍ତ ଦାଶ, ବରିଷ୍ଠ ବୈଜ୍ଞାନିକ ଲକ୍ଷ୍ମୀନାରାୟଣ ପାଢ଼ୀ, ବିସିକେଆଇସିର ଅଧ୍ୟକ୍ଷ ଡକ୍ଟର ମୃତ୍ୟୁଞ୍ଜୟ ସୁଆର ପ୍ରମୁଖ ଯୋଗ ଦେଇଛନ୍ତି ।

ଭୁବନେଶ୍ୱର ସିଟି ନଲେଜ ଇନୋଭେସନ କ୍ଲଷ୍ଟର ଏହି କାର୍ଯ୍ୟକ୍ରମ ଲାଗି ବିଭାଗ ସହିତ ନଲେଜ ପାର୍ଟନର ଭାବେ ଯୋଡ଼ି ହୋଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ଉଚ୍ଚଶିକ୍ଷା ଅନୁଷ୍ଠାନର ଅଧ୍ୟାପକ ଓ ଗବେଷକମାନେ ମଧ୍ୟ ଯୋଗ ଦେଇଛନ୍ତି । ଆଧୁନିକ ଜୀବନଶୈଳୀ, ଶିଳ୍ପ ବିକାଶ କ୍ଷେତ୍ରରେ ପ୍ରଯୁକ୍ତିର ବ୍ୟାପକ ପ୍ରୟୋଗ ତଥା ଆଜିର ବିକଶିତ ଅର୍ଥନୀତି କ୍ଷେତ୍ରରେ ‘ବାୟୋ-ଇକୋନମି’ ଏକ ନୂତନ ବିଷୟ ଭାବେ ପରିଚିତ ହେଉଛି । ତେଣୁ ବିଶ୍ବ ଅର୍ଥନୀତି ପାଇଁ ଆଜି ବାୟୋଟେକ୍ନୋଲୋଜି ଏକ ନୂଆ ଦିଗ ଆଣିଦେଇଛି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Dec 5, 2023, 2:26 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.