ETV Bharat / state

ଡିସେମ୍ବର ୩୦ରୁ ଖୋର୍ଦ୍ଧାରେ ଖରିଫ ଧାନ ସଂଗ୍ରହ ଆରମ୍ଭ

author img

By

Published : Nov 20, 2022, 7:35 AM IST

ଚଳିତ 2022-23 ଖରିଫ ଋତୁ ପାଇଁ ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଖରିଫ ଋତୁ ନିମନ୍ତେ ଜିଲ୍ଲା ଧାନ ସଂଗ୍ରହ କମିଟି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ଅଧିକ ପଢ଼ନ୍ତୁ

ଡିସେମ୍ବର ୩୦ରୁ ଜିଲ୍ଲାରେ ଖରିଫ ଧାନ ସଂଗ୍ରହ ଆରମ୍ଭ

ଖୋର୍ଦ୍ଧା: ଚଳିତ 2022-23 ଖରିଫ ଋତୁ ପାଇଁ ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଖରିଫ ଋତୁ ନିମନ୍ତେ ଜିଲ୍ଲା ଧାନ ସଂଗ୍ରହ କମିଟି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ଆସନ୍ତା ଡିସେମ୍ବର ୩୦ ତାରିଖରୁ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇ ମାର୍ଚ୍ଚ ମାସ ପର୍ଯ୍ୟନ୍ତ ଚାଲିବ ବୋଲି ସ୍ଥିର ହୋଇଛି ।

ଧାନ ସଂଗ୍ରହ ନିମନ୍ତେ ୧୦ଟି ବ୍ଲକର ୧୩୯ଟି ପ୍ରାଥମିକ କୃଷି ସମବାୟ ସମିତି ଏବଂ ୧୪ଟି ଉପକେନ୍ଦ୍ର ଭଳି ମୋଟ ୧୫୩ଟି ସ୍ଥାନରେ କୃଷକ ମାନଙ୍କ ଠାରୁ ଧାନ ସଂଗ୍ରହ କରାଯିବ । ସେହିଭଳି ଧାନ ବିକ୍ରୟ ନିମନ୍ତେ ଚଳିତ ବର୍ଷ ୪୮ ହଜାର ୪୦୮ ଜଣ ଚାଷୀ ପଞ୍ଜିକରଣ କରିଛନ୍ତି । ଯାହା ଗତବର୍ଷ ତୁଳନାରେ ୧୮୧୩ ଜଣ ଅଧିକ ଚାଷୀ ପଞ୍ଜିକରଣ କରିଛନ୍ତି ।

ସେମାନଙ୍କ ମଧ୍ୟରୁ ୪୭ ହଜାର ୧୪୭ ଜଣଙ୍କ ପଞ୍ଜିକରଣ ବୈଧ ରହିଛି । ଚଳିତ ଖରିଫ ଋତୁ ନିମନ୍ତେ ୭୮ ହଜାର ୫୯୦ ମେଟ୍ରିକ ଟନ ଚାଉଳ ଅଥବା ଏକ ଲକ୍ଷ ୧୫ ହଜାର ୫୭୩ ମେଟିକ୍ ଟନ ଧାନ ସଂଗ୍ରହ କରାଯିବା ଲକ୍ଷ ଧାର୍ଯ୍ୟ କରାଯାଇଛି । ସାଧାରଣ କିସମ ଧାନ ପାଇଁ କ୍ବିଣ୍ଟାଲ ପିଛା ୨୦୪୦ ଟଙ୍କା ଓ ଗ୍ରେଡ 'ଏ' ଧାନ ପାଇଁ ୨୦୬୦ ଟଙ୍କା ସର୍ବନିମ୍ନ ସହାୟତା ମୂଲ୍ୟ ଧାର୍ଯ୍ୟ କରାଯାଇଛି । ଜିଲ୍ଲାରୁ ୧୭ ଜଣ ମିଲର ଏଥିରେ ଭାଗ ନେବେ ।

ଧାନ ସଂଗ୍ରହ ନିମନ୍ତେ ସ୍ବଚ୍ଛତା ଅବଲମ୍ବନ ସହ ଚାଷୀମାନେ ଯେପରି ଉପଯୁକ୍ତ ପ୍ରାପ୍ୟ ପାଇବେ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ଏଥିନିମନ୍ତେ ସମ୍ପୃକ୍ତ ସମବାୟ ଅଞ୍ଚଳରେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ କହିଛନ୍ତି । ପ୍ରତ୍ୟେକ ଧାନ ମଣ୍ତିରେ ଗୁଣାତ୍ମକମାନ ଯାଞ୍ଚ କରିବା ପାଇଁ ବ୍ୟବସ୍ଥା କରାଯିବ । ଏଥିନିମନ୍ତେ ରେଜିଷ୍ଟର ରଖାଯାଇ ମାନଯାଞ୍ଚ ତଥ୍ୟ ଓ କୃଷକମାନଙ୍କ ନାମ ଉଲ୍ଲେଖ ରହିବ ।

ଏଥିନିମନ୍ତେ ପ୍ରାଥମିକ କୃଷି ସମବାୟ ସମିତି ଓ ନିୟନ୍ତ୍ରଣ ବଜାର କମିଟି ସମ୍ପାଦକ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବେ । ସେହିପରି ଅସାଧୁ ବ୍ୟକ୍ତି ଯେପରି ଧାନ ସଂଗ୍ରହ ପ୍ରକ୍ରିୟାରେ ହସ୍ତକ୍ଷେପ ନକରନ୍ତି ଏଥିପ୍ରତି ଧ୍ୟାନ ଦେବାକୁ ଜୟଦେବ ବିଧାୟକ ଅରବିନ୍ଦ ଢାଲି ପରାମର୍ଶ ଦେଇଛନ୍ତି । ସମସ୍ତ ମଣ୍ତିରେ ଆବଶ୍ୟକୀୟ ପଲିଥିନ ବ୍ୟବସ୍ଥା କରିବାକୁ ଅଧିକାରୀମାନଙ୍କୁ କହିଛନ୍ତି ।

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢୀ, ଉପଜିଲ୍ଲାପାଳ ଦେବବ୍ରତ ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଏସ କେ ମୁର୍ମୁ, ଯୋଗାଣ ଅଧିକାରୀ ସୁଗଡା ମୁର୍ମୁ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରଫୁଲ୍ଲ ମହାରଣା ପମୁଖ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଖୋର୍ଦ୍ଧା

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.