ETV Bharat / state

ଚାଷୀଙ୍କ ସହଯୋଗରୁ ଆନ୍ଦୋଳନରେ ପରିଣତ ହୋଇଛି ପାଣି ପଞ୍ଚାୟତ: ମୁଖ୍ୟମନ୍ତ୍ରୀ - ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ

ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ୨୦୨୩ ଉଦଯାପନ ଉତ୍ସବ ସମାରୋହରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାଣି ପଞ୍ଚାୟତ ଆଜି ଏକ ଆନ୍ଦୋଳନରେ ପରିଣତ ହୋଇଥିବା ମତ ରଖିଲେ ମୁଖ୍ୟମନ୍ତ୍ରୀ ।

pani panchayat program 2023
pani panchayat program 2023
author img

By

Published : Feb 16, 2023, 11:44 AM IST

pani panchayat program 2023

ଭୁବନେଶ୍ବର: ଲୋକସେବା ଭବନରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ୨୦୨୩ ଉଦଯାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କନଭେନସନ ସେଣ୍ଟରରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ । ପାଣି ପଞ୍ଚାୟତ ଆଜି ଏକ ଆନ୍ଦୋଳନରେ ପରିଣତ ହୋଇଛି । ଚାଷୀ ଭାଇ ଭଉଣୀ ମାନଙ୍କ ଭାଗିଦାରୀ, ନିଷ୍ଠା ଓ ସହଯୋଗ ଯୋଗୁଁ ଏହା ସମ୍ଭବ ହୋଇପାରିଛି ବୋଲି ଏହି ଅବସରରେ ମତ ରଖିଥିଲେ ।

ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,'' ମାତ୍ର ୭୦୦ ପାଣି ପଞ୍ଚାୟତରୁ ଆରମ୍ଭ କରି ଆଜି ରାଜ୍ୟରେ ୩୭ ହଜାର ପାଣି ପଞ୍ଚାୟତ କାର୍ଯ୍ୟ କରୁଛି । ସେହିପରି ୩.୩୨ ଲକ୍ଷ ହେକ୍ଟର ଜମିରେ ଆରମ୍ଭ ହୋଇଥିବା ଏହି ପାଣି ପଞ୍ଚାୟତ ଆଜି ୨୩.୪୬ ଲକ୍ଷ ହେକ୍ଟର ଜମିରେ ପାଣିର ସୁବିଧା ଦେଇପାରୁଛି । ଏହା ବାସ୍ତବରେ ବହୁତ ବଡ ସଫଳତା । ଏଗୁଡିକ ସବୁ ବିଭିନ୍ନ ପ୍ରମୁଖ, ମଧ୍ୟମ, କ୍ଷୁଦ୍ର ଓ ଉଠା ଜଳସେଚନ ପ୍ରକଳ୍ପ ଅଞ୍ଚଳରେ କାର୍ଯ୍ୟକାରୀ କରାଯାଉଛି ।’’

‘‘ଆଗାମୀ ଦିନରେ ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଞ୍ଚଳରେ ମଧ୍ୟ ପାଣି ପଞ୍ଚାୟତ କାର୍ଯ୍ୟକାରୀ କରାଯିବ । ଜଳ ଅମୂଲ୍ୟ, ଜଳବାୟୁ ପରିବର୍ତ୍ତନର ପ୍ରଥମ ପ୍ରଭାବ ପାଣି ଓ ଚାଷ ଉପରେ ପଡିବ । ତେଣୁ ଜଳକୁ ନଷ୍ଟ ନକରି, ତାର ସୁବିନିଯୋଗ ଓ ସୁଷମ ବଣ୍ଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ବାନ ଦେଇଛନ୍ତି । ସଂରକ୍ଷଣ, ପୁନଃବ୍ୟବହାର ଓ ପୁନଃବ୍ୟବହାର ଉପଯୋଗ୍ୟ କରିବା ଆମର ଲକ୍ଷ୍ୟ ହେବା ଦରକାର ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।''

ଜଳ ସମ୍ପଦ ବିଭାଗ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି ଯେ, ''ଆଗାମୀ ଶହେ ବର୍ଷ ପର୍ଯ୍ୟନ୍ତ ଦୂରଦୃଷ୍ଟି ରଖି ମୁଖ୍ୟମନ୍ତ୍ରୀ କାମ କରୁଛନ୍ତି । ଏଥିପାଇଁ ଜଳ ଭଳି ଅମୂଲ୍ୟ ସଂପଦ ଉପରେ ଗୁରୁତ୍ବ ଦେଇ ସେ ପାଣି ପଞ୍ଚାୟତ ଯୋଜନାକୁ କାର୍ଯ୍ୟକାରୀ କରୁଛନ୍ତି । ଗତ କିଛି ବର୍ଷରେ କୋଭିଡ ପାଇଁ ସ୍ଥଗିତ ଥିବା ଏହି ପକ୍ଷ ପାଳନ ସମାରୋହ ଚଳିତ ବର୍ଷ ସେଚ ପରିଚାଳନାରେ ସମ୍ପୃକ୍ତ ପାଣି ପଞ୍ଚାୟତ ଓ ଅନ୍ୟାନ୍ୟ ହିତାଧିକାରୀଙ୍କୁ ନେଇ ତୃଣମୂଳ ସ୍ତରରେ ଜଳ ବଣ୍ଟନରେ ସମାନତା ଆଣିବା ଉଦ୍ଦେଶ୍ୟରେ ଅତି ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ପାଳନ କରାଯାଇଛି । ଏବେ ଅସମ୍ପୂର୍ଣ୍ଣ ଥିବା ବହୁ ପ୍ରକଳ୍ପ ଗୁଡିକ ସମ୍ପୂର୍ଣ୍ଣ ହେବା ପରେ ପାଣି ପଞ୍ଚାୟତ ମାନେ ଏହାର ସୁଯୋଗ ନେବାକୁ ପରାମର୍ଶ ଦେଇଛନ୍ତି । ''

''କୋଭିଡ ପରବର୍ତ୍ତୀ ସମୟରେ ଏହି ପାଣି ପଞ୍ଚାୟତ ପକ୍ଷ ୧୧୭ ଟି ଜଳସେଚନ ବିଭାଜନରେ ଏବଂ ୩୦ଟି ଜିଲ୍ଲାରେ ସହଭାଗୀ ସେଚ ପରିଚାଳନାରେ ସମ୍ପୃକ୍ତ ପାଣି ପଞ୍ଚାୟତ ଓ ଅନ୍ୟାନ୍ୟ ହିତାଧିକାରୀମାନଙ୍କୁ ନେଇ ଏହା ଅତି ଉତ୍ସାହ ଓ ଉଦ୍ଦୀପନାର ସହିତ ପାଳିତ ହୋଇଛି । ରାଜ୍ୟରେ ପାଣି ପଞ୍ଚାୟତର ପ୍ରଗତି ଯାତ୍ରାରେ ସେଚ ସହଭାଗିତା, ସେଚ ସହଭାଗିତା ପ୍ରଶିକ୍ଷଣ ସମ୍ବନ୍ଧୀୟ ପୁସ୍ତିକା “ସିଞ୍ଚିତା”, ଇଡକାର୍ଡ ଅଧୀନରେ ଇନଫା ଏବେ ମିସ ମୋଡ୍ୟୁଲ ପରି ଆପ୍ଲିକେସନକୁ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଛନ୍ତି । ଏହି ମୋଡ୍ୟୁଲ ପ୍ରକଳ୍ପଗୁଡିକର ବାସ୍ତବ ଓ ଆର୍ଥିକ ପ୍ରଗତିର ସଠିକ ସମୟରେ ପର୍ଯ୍ୟାଲୋଚନା ପାଇଁ ଉପଯୋଗୀ ସାବ୍ୟସ୍ତ ହେବ । ''

ଏହି ସମାରୋହରେ ବିଭିନ୍ନ ପ୍ରକଳ୍ପର ୪୦ ଗୋଟି ଶ୍ରେଷ୍ଠ ପାଣି ପଞ୍ଚାୟତ, ୩୦ ଜଣ ପ୍ରଗତିଶୀଳ କୃଷକ, ରଚନା, ବିତର୍କ, କୁଇଜ ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ ୧୨ ଜଣ ବିଜେତା ତଥା ୧୨ ଟି ଶ୍ରେଷ୍ଠ ପ୍ରକଳ୍ପ ଏବଂ ୧୫ ଜଣ ଶ୍ରେଷ୍ଠ ଅଧିକାରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । କାର୍ଯ୍ୟକ୍ରମରେ ପୁରୀ ଜିଲ୍ଲା ବ୍ରହ୍ମଗିରି ମା’ ଜାଗୁଳାଇ ପାଣି ପଞ୍ଚାୟତର ଗୀତାରାଣୀ ସାହୁ ଓ ଯାଜପୁର ବଡଚଣାର ମା’ ବ୍ରାହ୍ମଣୀଦେବୀ ପାଣି ପଞ୍ଚାୟତର ନଳିନୀକାନ୍ତ ପୃଷ୍ଟି ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରିଥିଲେ । ପାଣି ପଞ୍ଚାୟତ ଜରିଆରେ ସେମାନେ କିପରି ସଫଳ ଜଳ ପରିଚାଳନା କରି ଚାଷରେ ଉନ୍ନତି ଆଣିପାରିଛନ୍ତି, ସେ ବିଷୟରେ ଲୋକଙ୍କୁ ଜଣାଇଥିଲେ ।

ସ୍ବାଗତ ଭାଷଣ ଦେଇ ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କହିଛନ୍ତି ଯେ, ''ମେଗାଲିଫ୍ଟ ପ୍ରକଳ୍ପ ମାନଙ୍କରେ ପାଣି ପଞ୍ଚାୟତ ଗଠନ କରିବା ପାଇଁ ପାଣି ପଞ୍ଚାୟତ ନିୟମରେ ସଂଶୋଧନ କରାଯିବା ସହିତ 5-T ମାଧ୍ୟମରେ ଅନେକ ସଂସ୍କାରମୂଳକ ପଦକ୍ଷେପ ମାନ ନିଆଯାଇଛି ।'' ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.